ଭୁବନେଶ୍ୱରରେ ମାଡ଼ିବାରେ ଲାଗିଲାଣି କରୋନା: ଆଉ ୧୯ ପଜିଟିଭ୍‌ ଚିହ୍ନଟ; ଅଛି ୧୫ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ଅଞ୍ଚଳରେ ଶନିବାର ଆଉ ୧୯ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୪ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ଥିବା ବେଳେ ୧୫ ଲୋକାଲ କେସ୍‌ ରହିଛି। ସେହିଭଳି ୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ୪ ଆକ୍ରାନ୍ତ ପୁରୁଷ(୪୩,୫୫,୪୪,୩୨ ବର୍ଷ)। ସମସ୍ତେ ରେଳ ବିଭାଗ କର୍ମଚାରୀ। ସେମାନେ ଦିଲ୍ଲୀ ଗସ୍ତ ନେଇ ସୂଚନା ରହିଛି।

୧୫ ଲୋକାଲ୍‌ କେସ ମଧ୍ୟରୁ ୬ଜଣ ରାଜଧାନୀର ଏକ ଘରୋଇ ହସ୍ପିଟାଲର କର୍ମଚାରୀ। ସେମାନଙ୍କ ମଧ୍ୟରେ ୩ଜଣ ମହିଳା(୨୭,୨୪,୨୧ ବର୍ଷ) ରହିଥିବା ବେଳେ ୨ ଜଣ ପୁରୁଷ(୨୧, ୩୩ ବର୍ଷ) ଅଛନ୍ତି। ଅନ୍ୟ ଏକ ଘରୋଇ ହସ୍ପିଟାଲର ୨ କର୍ମଚାରୀଙ୍କୁ ମଧ୍ୟ କରୋନା ହୋଇଛି। ଏହାଛଡ଼ା ଡୁମ୍‌ଡୁମା ସୁବାସ ନଗର ବସ୍ତିରୁ ୫ଜଣ, ସରକାରୀ ହସ୍ପିଟାଲର ୫୧ ବର୍ଷୀୟ କର୍ମଚାରୀ, ଲକ୍ଷ୍ମୀସାଗର ବସ୍ତିର ଜଣେ ୯ ବର୍ଷୀୟ ବାଳକ ରହିଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।

ନୂତନ ଆକ୍ରାନ୍ତକୁ ମିଶାଇ ଭୁବନେଶ୍ୱରରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୪ ହୋଇଛି। ସେଥିରୁ ୯୪ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri