ଭୁବନେଶ୍ୱରରେ ମିଳିବ ପ୍ରଶାସନିକ ସେବା ଲାଗି କୋଚିଂ- ଜୁନ୍‌ ୨୪ରୁ କ୍ଲାସ୍‌ ଆରମ୍ଭ

ଭୁବନେଶ୍ୱର,୧୧।୬(ବ୍ୟୁରୋ)-ଏଣିକି ପ୍ରଶାସନିକ ସେବା କୋଚିଂ ଲାଗି ବାହାର ରାଜ୍ୟକୁ ଯିବାକୁ ପଡ଼ିବନି। ପ୍ରତିଭାବାନ ଆଶାୟୀଙ୍କୁ ଭୁବନେଶ୍ୱରରେ ଉନ୍ନତମାନର କୋଚିଂ ଦିଆଯିବ। ପ୍ରଶାସନିକ ସେବାରେ ଓଡ଼ିଆଙ୍କ ସଫଳତା ହାର କମୁଥିବାରୁ ଏଥିରେ ସୁଧାର ଆଣିବାକୁ ଉଚ୍ଚ ଶିକ୍ଷା ବିଭାଗ ଅଣ୍ଟା ଭିଡ଼ିଛି। ଜୁନ୍‌ ୨୪ରୁ କୋଚିଂ କ୍ଲାସ୍‌ ଆରମ୍ଭ ହେବାକୁ ଥିବାବେଳେ ପ୍ରଥମ ବର୍ଷରେ ୧୦୦ଜଣ ଆଶାୟୀଙ୍କୁ କୋଚିଂ ଦିଆଯିବ। ଏଥିପାଇଁ ଅନେକ ଆଶାୟୀ ଆବେଦନ କରିଛନ୍ତି। ବର୍ଷେ ଅବଧି ରହୁଥିବା ଏହି କୋଚିଂ କ୍ଲାସ୍‌ରେ ପ୍ରିଲିମ୍‌ନାରି ଓ ମେନ୍‌ ପର୍ଯ୍ୟାୟ ପରୀକ୍ଷା ଲାଗି ପାଠ ପଢ଼ାଯିବ। ଏଥିନିମନ୍ତେ ଉଚ୍ଚ ଶିକ୍ଷା ବିଭାଗ ଏକ ସଂସ୍ଥାକୁ ନିୟୋଜିତ କରିଛି ବୋଲି ବିଭାଗ ଅତିରିକ୍ତ ସଚିବ ପାର୍ଥସାରଥୀ ମିଶ୍ର ସୂଚନା ଦେଇଛନ୍ତି। ଯେଉଁ ଆଶାୟୀଙ୍କ ଅଭିଭାବକଙ୍କ ବାର୍ଷିକ ରୋଜଗାର ୨ଲକ୍ଷ ଟଙ୍କାରୁ ଅଧିକ, ସେମାନେ କୋଚିଂ ପାଇଁ ୨୫ ପ୍ରତିଶତ ଅର୍ଥ ଦେବାକୁ ପଡ଼ିବ। ଯେଉଁ ଆଶାୟୀଙ୍କ ପରିବାରର ବାର୍ଷିକ ରୋଜଗାର ୨ଲକ୍ଷ ଟଙ୍କାରୁ କମ୍‌ ଥିବ, ସେମାନେ ମାଗଣାରେ କୋଚିଂ ପାଇବେ। ଏହାଦ୍ୱାରା ଆର୍ଥିକ ଦୁର୍ବଳ ଶ୍ରେଣୀର ପ୍ରତିଭାବାନ ଛାତ୍ରୀଛାତ୍ର ଉନ୍ନତମାନର କୋଚିଂ ପାଇପାରିବେ ବୋଲି ଆଶା କରାଯାଉଛି। ପୂର୍ବରୁ ରାଜ୍ୟର ୧୦ ବିଶ୍ୱବିଦ୍ୟାଳୟ ଓ ୫୨ ସରକାରୀ ଡିଗ୍ରୀ କଲେଜରେ ପ୍ରଶାସନିକ ସେବା ଲାଗି କୋଚିଂ ସେଣ୍ଟର ଖୋଲାଯାଇଛି। ଏବେ ରାଜଧାନୀରେ ପ୍ରଶାସନିକ ସେବା ଲାଗି କୋଚିଂ ହବ୍‌ ଖୋଲିବା ନିଷ୍ପତ୍ତି ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ସଫଳତା ଆଣିଦେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri