ଭୁବନେଶ୍ୱରରେ ୩ ନୂଆ ଅଗ୍ନିଶମ କେନ୍ଦ୍ର ଖୋଲିଲା

ଭୁବନେଶ୍ୱର,(ବ୍ୟୁରୋ)/ବାଲିଅନ୍ତା,୧।୫(ଡି.ଏନ୍‌.ଏ.): ଭୁବନେଶ୍ୱରର ପାହାଳ, ମଞ୍ଚେଶ୍ୱର ଓ ତମାଣ୍ଡୋଠାରେ ୩ଟି ନୂଆ ଅଗ୍ନିଶମ ଓ ଜରୁରିକାଳୀନ ସେବା କେନ୍ଦ୍ର ଖୋଲିଛି। ମୁଖ୍ୟ ଅତିଥି ଭାବେ ଅଗ୍ନିଶମ ଡିଜି ସନ୍ତୋଷ ଉପାଧ୍ୟାୟ ଯୋଗଦେଇ ଏହି କେନ୍ଦ୍ରଗୁଡ଼ିକୁ ଉଦ୍‌ଘାଟନ କରିଛନ୍ତି। ତେବେ ଷ୍ଟେଶନଗୁଡ଼ିକ ଏବେ ଅସ୍ଥାୟୀ ଭାବେ କାର୍ଯ୍ୟ କରିବ। ପାହାଳ ଅଗ୍ନିଶମ ସେବା କେନ୍ଦ୍ରକୁ ପାହାଳ ହସ୍ପିଟାଲ ପରିସର, ମଞ୍ଚେଶ୍ୱର ଅଗ୍ନିଶମ ସେବା କେନ୍ଦ୍ରକୁ ଚନ୍ଦ୍ରଶେଖରପୁର ଫାୟାର ଷ୍ଟେଶନ ଏବଂ ତମାଣ୍ଡୋ ଅଗ୍ନିଶମ ସେବା କେନ୍ଦ୍ରକୁ ବରମୁଣ୍ଡାସ୍ଥିତ ଓଡ଼ିଶା ଅଗ୍ନିଶମ ଓ ବିପତ୍ତି ନିସ୍ତାର ପ୍ରତିଷ୍ଠାନ(ଓଫ୍‌ଡ୍ରା) ପରିସରରେ ଅସ୍ଥାୟୀ ଭାବେ ଖୋଲାଯାଇଛି। ଏହି କେନ୍ଦ୍ରଗୁଡ଼ିରେ ଆବଶ୍ୟକ କର୍ମଚାରୀ ନିଯୁକ୍ତି ସହ ଦମକଳ ଗାଡ଼ି ଓ ଅନ୍ୟାନ୍ୟ ସରଞ୍ଜାମ ଯୋଗାଇ ଦିଆଯାଇଛି। ତେବେ ପରବର୍ତ୍ତୀ ସମୟରେ ଏଥିପାଇଁ ନୂତନ ଗୃହ ନିର୍ମାଣ କରାଯାଇ ସ୍ଥାୟୀ ଷ୍ଟେଶନ କରାଯିବ ବୋଲି ସୂଚନା ଦିଆଯାଇଛି। ପ୍ରତ୍ୟେକ କେନ୍ଦ୍ରରେ ୧୫ଜଣ ଲେଖାଏ କର୍ମଚାରୀଙ୍କୁ ନିଯୁକ୍ତ କରାଯାଇଛି। ଏମାନଙ୍କ ମଧ୍ୟରେ ଜଣେ ଷ୍ଟେଶନ ଅଫିସର, ଦୁଇଜଣ ଲିଡିଂ ଫାୟାରମ୍ୟାନ, ଜଣେ ଡ୍ରାଇଭର-ହାବିଲଦାର, ଜଣେ ଫାୟାରମ୍ୟାନ ଡ୍ରାଇଭର ଓ ୧୦ଜଣ ଫାୟାରମ୍ୟାନ ରହିବେ। ତେବେ ପୂର୍ବରୁ ଓଡ଼ିଶାରେ ୩୪୨ଟି ଅଗ୍ନିଶମ ସେବା କେନ୍ଦ୍ର ଥିବାବେଳେ ଏବେ ଏହି ସଂଖ୍ୟା ବୃଦ୍ଧି ପାଇ ୩୪୫ରେ ପହଞ୍ଚତ୍ଛି।
ଅଗ୍ନିଶମ କେନ୍ଦ୍ର ଉଦ୍‌ଘାଟନୀ ଉତ୍ସବରେ ଅଗ୍ନିଶମ ଡିଆଇଜି ଚରଣ ସିଂ ମୀନା, ମୁଖ୍ୟ ଅଗ୍ନିଶମ ଅଧିକାରୀ ଦେବେନ୍ଦ୍ର ସ୍ବାଇଁ, ରମେଶଚନ୍ଦ୍ର ସେଠୀ, ସୁବାସ ପାତ୍ର, ଅକ୍ଷୟ ଲେଙ୍କା, ବଂଶୀଧର ଭୋଳ, ପଦ୍ମନାଭ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଜାତୀୟ ରାଜପଥ ପାର୍ଶ୍ୱରେ ଏହି ଦମକଳକେନ୍ଦ୍ର ହେବା ଦ୍ୱାରା ଦୁର୍ଘଟଣା ସମୟରେ ତ୍ୱରିତ ସେବା ମିଳିପାରିବ ଓ ସଡ଼କ ସୁରକ୍ଷା ଦିଗରେ ଏହା ସହାୟକ ହେବ ବୋଲି ଡିଜି ଉପାଧ୍ୟାୟ କହିଥିଲେ। ବର୍ତ୍ତମାନ ଏଠାରେ ୬ଜଣ ଆଗ୍ନିକ ଓ ୨ ମୁଖ୍ୟ ଆଗ୍ନିକ କର୍ମଚାରୀ ଓ ଜଣେ ଡ୍ରାଇଭର ନିଯୁକ୍ତି ପାଇଛନ୍ତି। ଏଥିସହ ଗୋଟିଏ ୱାଟର ୱାଗନ ଗାଡ଼ି ଓ ଗୋଟିଏ ୪୦୭ ଗାଡ଼ି ଯୋଗାଇ ଦିଆଯାଇଥିବା କେନ୍ଦ୍ରର ମୁଖ୍ୟ ରାଜକିଶୋର ଜେନା କହିଛନ୍ତି।
ସୂଚନା ଅନୁଯାୟୀ, ଭୁବନେଶ୍ୱର ପରିସର ବଢ଼ିବା ସହିତ ଲୋକସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ ସୁଦୃଢ଼ କରି ଧନଜୀବନକୁ ସୁରକ୍ଷା ଯୋଗାଇ ଦେବା ପାଇଁ ଏହି ୩ଟି ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏପ୍ରିଲ ୧୮ରେ ଅନୁମୋଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri