ଭୁବନେଶ୍ୱରର ୧୨ ହୋଟେଲରେ ଅଛନ୍ତି ୧୫, ହୋମ କ୍ୱାରାଣ୍ଟାଇନ୍‌ରେ ୧୦୦୦ ସନ୍ଦିଗ୍ଧ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ଭୁବନେଶ୍ୱର ତଥା ବାହାରୁ ଆସୁଥିବା ନାଗରିକଙ୍କ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ କ୍ୱାରାଣ୍ଟାଇନ ବ୍ୟବସ୍ଥା କରାଯାଇଛି। ଏଥିପାଇଁ ସହରର କେତେକ ହୋଟେଲ ଏବଂ ବିଭିନ୍ନ ସରକାରୀ କୋଠାକୁ ଚୟନ କରାଯାଇଛି। ଏଥିସହ ଯେଉଁମାନେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ଚାହୁଁଛନ୍ତି ସେମାନଙ୍କ ପାଇଁ ବିଭିନ୍ନ ନିୟମକାନୁନ ଲାଗୁ କରାଯାଇଛି। ଇତିମଧ୍ୟରେ ଏଯାବତ୍‌ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ୧୦୦୦, ସରକାରୀ କୋଠାରେ ୨୫ ଓ ଭୁବନେଶ୍ୱରର ୧୨ ହୋଟେଲରେ ୧୫ ସନ୍ଦିଗ୍ଧ କ୍ୱାରାଣ୍ଟାଇନ୍‌ରେ ରହୁଥିବା ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି। ସଂକ୍ରମଣକୁ ରୋକିବା ଓ ଲକ୍ଷଣ ଦେଖାଯାଉଥିବା ନାଗରିକଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ପାଇଁ ୧୪ ଦିନର କ୍ୱାରାଣ୍ଟାଇନ୍‌ରେ ରହିବାକୁ ଥିବାବେଳେ କେତେଜଣ ଜନସାଧାରଣ ହୋଟେଲ, ସରକାରୀ କୋଠାରେ ଥିବାବେଳେ ଅନ୍ୟକେତେ ହୋମ କ୍ୱାରାଣ୍ଟାଇନ୍‌ରେ ରହୁଛନ୍ତି। ସେମାନଙ୍କ ସହ ବିଏମ୍‌ସିର ସ୍ବତନ୍ତ୍ର ଟିମ୍‌ ନିୟମିତ କଥା ହେଉଥିବା ବେଳେ ସ୍ବାସ୍ଥ୍ୟାବସ୍ଥାକୁ ଯାଞ୍ଚ କରୁଛନ୍ତି ବୋଲି କମିଶନର ଚୌଧାରୀ କହିଛନ୍ତି। ଆବଶ୍ୟକ ପଡ଼ିଲେ ଡାକ୍ତରୀ ଟିମ୍‌ ସେମାନଙ୍କୁ ଦେଖିବାକୁ ଯାଉଛନ୍ତି। ଏହା ବ୍ୟତୀତ ସେମାନଙ୍କ ଖାଦ୍ୟପେୟ ସହ କେମିତି ରହିବେ କାହା ସହ କଥା ହୋଇପାରିବେ କି ନାହିଁ ତା’ର ମାନୁଆଲ ତାଙ୍କୁ ପ୍ରଦାନ କରାଯାଇଛି। ୧୪ ଦିନର କ୍ୱାରେଣ୍ଟାଇନ୍‌ରେ ରହିବା ପରେ ସନ୍ଦିଗ୍ଧଙ୍କୁ ବିଏମ୍‌ସି ତରଫରୁ ସୂଚାଇ ଦିଆଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri