ଭୁବନେଶ୍ୱରୁ ସାଇକେଲରେ ଆସିଲେ ବ୍ରହ୍ମପୁର : ସ୍ବାବ୍‌ ପରୀକ୍ଷା ପାଇଁ ନମୁନା ସଂଗ୍ରହ

ବ୍ରହ୍ମପୁର ଅଫିସ,୧୪ା୪-ବ୍ରହ୍ମପୁର ମହାନଗର ନିଗମ ୩୧ ନଂ. ୱାର୍ଡ ଅନ୍ତର୍ଗତ କୋପରେଟିଭ କଲୋନୀ ୩ୟ ଲେନ୍‌ ଅଞ୍ଚଳର ଭୁବନେଶ୍ୱରରୁ ଫେରିଥିବା ଜଣେ ବ୍ୟକ୍ତିଙ୍କୁ ସୋମବାରରୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାନୁଯାୟୀ, ଜଣେ ୪୩ ବର୍ଷୀୟ ବ୍ୟକ୍ତି ଗତ ତିନିଦିନ ତଳେ ଭୁବନେଶ୍ୱର ମଞ୍ଚେଶ୍ୱର ଅଞ୍ଚଳରୁ ସାଇକେଲ ଯୋଗେ ବ୍ରହ୍ମପୁରର ୩୧ ନଂ ୱାର୍ଡ ଅନ୍ତର୍ଗତ କପୋରେଟିଭ୍‌ କଲୋନୀ ୩ ଲେନ୍‌ରେ ରହୁଥିବା ଜଣାପଡିଥିଲା ା ଖବର ପାଇ ସ୍ଥାନୀୟ ପୂର୍ବତନ କର୍ପୋରେଟର ସୁରେନ୍ଦ୍ର ମହାରଣା ସ୍ବାସ୍ଥ୍ୟ ବିଭାଗକୁ ଅବଗତ କରିଥିଲେ ା ଏହାପରେ ସୋମବାର ଅଙ୍ଗନୱାଡି କର୍ମୀ ମିତାଞ୍ଜଳୀ ଶତପଥୀ, ଏଏନ୍‌ଏମ ଗୀତାଞ୍ଜଳି ଡାକୁଆ, ଫାର୍ମାସିଷ୍ଟ ଏସ୍‌ଏସ୍‌ ପାଣିଗ୍ରାହୀଙ୍କ ନେତୃତ୍ୱରେ ଏକ ସ୍ବାସ୍ଥ୍ୟ ଟିମ୍‌ ପହଞ୍ଚି ତାଙ୍କୁ ସ୍କ୍ରାନିଂ କରିଥିଲେ ା ଏହାପରେ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ସିଟି ହସପିଟାଲକୁ ନିଆଯାଇଥିଲା ା ସେଠାରେ ଉକ୍ତ ବ୍ୟକ୍ତିଙ୍କ ସ୍ବାବ ପରୀକ୍ଷା ପାଇଁ ନମୁନା ସଂଗ୍ରହ କରାଯାଇଥିଲା ା ତେବେ ତାଙ୍କଠାରେ ବର୍ତ୍ତମାନ ସୁଧା କୋଭିଡ-୧୯ ସମ୍ପର୍କୀତ କୌଣସି ଲକ୍ଷଣ ଦେଖାଯାଉ ନ ଥିବା ସୂଚନା ମିଳିଛି ା ତାଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ପୂର୍ବତନ କର୍ପୋରେଟର ମହାରଣା ସୂଚାଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri