ଭୁବନେଶ୍ୱରେ ପହଞ୍ଚିଲା ଶହୀଦ ଅଜିତ୍‌ଙ୍କ ମରଶରୀର: ଶେଷଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟପାଳ, ଜନ୍ମମାଟିରେ ହେବ ଶେଷକୃତ୍ୟ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଓଡ଼ିଆ ଯବାନ ଅଜିତ୍‌ ସାହୁଙ୍କ ମରଶରୀର ଭୁବନେଶ୍ୱରରେ ପହଞ୍ଚିଛି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ମରଶରୀର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରାର୍ଥୀବ ଶରୀରକୁ ସ୍ଥାନୀୟ ୧୨୦ ବାଟାଲିୟନ ପରିସରକୁ ନିଆଯାଇଥିଲା। ସେଠାରେ ରାଜ୍ୟପାଳ ଗଣେଶୀ ଲାଲଙ୍କ ସମେତ ବହୁ ମନ୍ତ୍ରୀ ଓ ନେତା ପହଞ୍ଚି ଅଜିତଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହାପରେ ମରଶରୀରକୁ ଜନ୍ମମାଟି କାମାକ୍ଷାନଗର ବ୍ଲକ ବଡ଼ସୁଆଳ ଗ୍ରାମ ଅଭିମୁଖେ ନିଆଯାଇଛି। ସେଠାରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ଜଣାପଡ଼ିଛି।

ପ୍ରକାଶ ଯୋଗ୍ୟ, ଅନନନ୍ତାଗରେ ସୋମବାର ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଅଜିତ୍‌ ଶହୀଦ ହୋଇଥିଲେ। ୨୦୧୫ରେ ସେ ଭାରତୀୟ ସେନାବାହିନୀରେ ଯୋଗ ଦେଇଥିଲେ। ମଙ୍ଗଳବାର ସେ ଶହୀଦ ହୋଇଥିବା ନେଇ ଘରକୁ ଫୋନ୍‌ ଆସିବା ପରେ ପରିବାର ତଥା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତେବେ ବିମାନରେ ଯାନ୍ତ୍ରିକ ତ୍ରୁଟି କାରଣରୁ ତାଙ୍କ ମରଶରୀର ଓଡ଼ିଶା ଆସିବାରେ ବିଳମ୍ବ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଭୟରେ ଝାରମୁଣ୍ଡାବାସୀ; ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ଼…

ରିଷିଡା,୭।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଝାରମୁଣ୍ଡା ଗ୍ରାମରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଭୟ ଦେଖାଦେଇଛି…

୨୦ ବର୍ଷ ପରେ ଏକାଠି ହେବେ ରାଣୀ-ଅଭିଷେକ: ଆସିଲା ବଡ଼ ଅପଡେଟ୍‌

ବଲିଉଡ୍‌ ବାଦଶାହ ଶାହରୁଖ ଖାନଙ୍କୁ ବଡ଼ ପରଦାରେ ଦେଖିବାକୁ ଦୀର୍ଘଦିନ ହେଲାଣି ଅପେକ୍ଷା କରିଛନ୍ତି ପ୍ରଶଂସକ। ୨୦୨୩ ଡିସେମ୍ବର ପରଠାରୁ ଶାହରୁଖଙ୍କ କୌଣସି ନୂଆ ଫିଲ୍ମ ରିଲିଜ…

ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ମାସେ, ଆଜି ବି ଶ୍ରେଣୀ ଗୃହରେ ଚାଲିଛି ଛାତ୍ରାବାସ

ଝରିଗାଁ,୭।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ଏହାରି ମଧ୍ୟରେ ମାସେ…

ଉପନିର୍ବାଚନ ଘୋଷଣା: ଏହି ସିଟ୍‌ରୁ ନିର୍ବାଚନ ଲଢିବେ ମମତା ବାନାର୍ଜୀ! ରାଜନୀତିରେ ଚହଳ

କୋଲକାତା,୭।୯: ୪ଟି ରାଜ୍ୟର ୬ଟି ଆସନରେ ଉପନିର୍ବାଚନନ ପାଇଁ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକରେ ଅକ୍ଟୋବର ୬ ତାରିଖରେ ଭୋଟଗ୍ରହଣ ହେବ ଏବଂ ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri