ଭୁବନେଶ୍ୱର କଟକଣା ନେଇ ସିପିଙ୍କ ଟୁଇଟ୍‌

ଭୁବନେଶ୍ୱର,୨୦।୪(ବ୍ୟୁରୋ): ସୋମବାରଠାରୁ ରାଜଧାନୀର ସରକାରୀ ଅଫିସକୁ ୩୩ ପ୍ରତିଶତ କର୍ମଚାରୀ ଆସିବେ। ଗଞ୍ଜାମ ପରି ଅନେକ ସ୍ଥାନରେ ସୋମବାର ପରେ କଟକଣା କୋହଳ କରିବ ପ୍ରଶାସନ। ହେଲେ ଭୁବନେଶ୍ୱରରେ କିଛି କୋହଳ ହେବ ନାହିଁ। ନିୟମ ବଳବତ୍ତର ରହିବ। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ ବୋଲିି ଟୁଇଟ୍‌ କରି କହିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ପୂର୍ବଭଳି ସୋମବାର ମଧ୍ୟ ବିଭିନ୍ନ ସ୍ଥାନରେ ଯାଞ୍ଚ କଡ଼ାକଡ଼ି ହେବ। ଭୁବନେଶ୍ୱରରେ ସରକାରୀ କର୍ମଚାରୀଙ୍କ ପାଇଁ ପୋଲିସ ନିୟମରେ କିଛି ପରିବର୍ତ୍ତନ କରିଛି। ସେମାନଙ୍କ ପାଇଁ ପାସ୍‌ର ଆବଶ୍ୟକତା ନାହିଁ। ଯିବାବେଳେ ପରିଚୟ ପତ୍ର ଏବଂ ଅଫିସ୍‌ ମୁଖ୍ୟଙ୍କ ଚିଠି ଦେଖାଇବାକୁ ଅନୁରୋଧ କରାଯାଇଛି। ଆଇଟି ଏବଂ ଆଇଟିଏସ୍‌ କମ୍ପାନୀ କର୍ମଚାରୀ ଘରେ ରହି କାର୍ଯ୍ୟ ଜାରି ରଖିବାକୁ ଅନୁରୋଧ କରାଯାଇଛି। କେନ୍ଦ୍ର ସରକାର କର୍ମଚାରୀଙ୍କ ପାଇଁ ଏମ୍‌ଏଚ୍‌ଏ ଅର୍ଡର ଅନୁଯାୟୀ,ଡେପୁଟି ସେକ୍ରେଟେରି ପଦବୀରୁ ଊର୍ଦ୍ଧ୍ୱ ଅଧିକାରୀମାନେ କାର୍ଯ୍ୟାଳୟରେ ଯୋଗଦେବେ। ଅନ୍ୟମାନେ ୩୦ ପ୍ରତିଶତରେ ସୀମିତ ରହିବେ। ଏହାସହିତ ସାର,କୀଟନାଶକ,ପଶୁ ଫିଡ଼୍‌, ସିମେଣ୍ଟ, ଲୁହା, କୃଷି ଉପକରଣ ଦୋକାନ ବନ୍ଦ ରହିବ। ଏସି, ରେଫ୍ରିଜରେଟର ଇତ୍ୟାଦି ଜୁରୁରିକାଳୀନ ମରାମତି କେବଳ ଡାଏଲ ୧୦୦ ଦ୍ୱାରା ଅନୁମତି ମିଳିବ ବୋଲି ସିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri