ଭୁବନେଶ୍ୱର-ଝାରସୁଗୁଡା ବିମାନସେବା ଆରମ୍ଭ

ଭୁବନେଶ୍ୱର,୫।୬: ଭୁବନେଶ୍ୱରରୁ ଝାରୁସୁଗୁଡା ଓ ରାୟପୁରକୁ ବିମାନ ସେବା ବୁଧବାରରୁ ଆରମ୍ଭ ହୋଇଛି। ଭୁବନେଶ୍ୱରୁ ପ୍ରଥମ ବିମାନ ଉଡାଣ ଭରି ଝାରସୁଗୁଡାରେ ପହଞ୍ଚିଛି। ପୁଣି ଝାରସୁଗଡାରୁ ଭୂବନେଶ୍ୱରକୁ ଫେରିଥିଲା ଏଟିଆର-୭୨ ବିମାନ। ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ଭୁବନେଶ୍ୱରରୁ ୭୨ଜଣ ଯାତ୍ରୀଙ୍କୁ ନେଇ ଝାରସୁଗୁଡ଼ାରେ ପହଞ୍ଚିଥିଲା। ଉଡାଣ ଯୋଜନାରେ ଏଲାଏନ୍ସ ଏୟାର ପକ୍ଷରୁ ଏହି ସେବା ଆରମ୍ଭ କରାଯାଇଛି। ଆଜିର ଉଦଘାଟନୀ କାର୍ଯ୍ୟକ୍ରମରେ ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ, ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ସହ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟର ଯୁଗ୍ମ ସଚିବ ଉଷା ପାଢ଼ୀ ଯୋଗଦେଇଥିଲେ। ଉପସ୍ଥିତ ଅତିଥିମାନେ ଝାରସୁଗୁଡା ବିମାନବନ୍ଦରରେ ଭୁବନେଶ୍ୱରରୁ ଆସିଥିବା ଅତିଥିଙ୍କୁ ସ୍ବାଗତ କରିଥିଲେ। ଉଡାନ-୩ ଯୋଜନା ଜରିଆରେ ବୁଧଠାରୁ ନିୟମିତ ଉଡାଣ ଜାରି ରହିବ। ସେହିପରି ଝାରୁସୁଗୁଡା-ରାୟପୁର ମଧ୍ୟରେ ବିମାନସେବା ଆରମ୍ଭ ହେବ। ଏହି ଦୁଇ ସ୍ଥାନକୁ ଉଡାଣ ଅନୁମତି ପାଇଥିବା ଏୟାର ଇଣ୍ଡିଆର ସହଯୋଗୀ ସଂସ୍ଥା ଏଲାଏନ୍ସ ଏୟାର ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri