ଭୁବନେଶ୍ୱର ଯାଇଥିବା ଅଧିକାରୀଙ୍କୁ ଖୋଜୁଛି ଗଞ୍ଜାମ ଜିଲା ପ୍ରଶାସନ: ଚିହ୍ନଟ ପରେ କ୍ୱାରାଣ୍ଟାଇନ୍‌ରେ ରହିବେ,ଜଣଙ୍କୁ ଜିଲାପାଳଙ୍କ କାରଣ ଦର୍ଶାଅ ନୋଟିସ

ଛତ୍ରପୁର,୧୬।୪(ଡି.ଏନ୍‌.ଏ.)- ରାଜ୍ୟରେ ରାଜଧାନୀ ଭୁବନେଶ୍ୱର କରୋନା ହଟ୍‌ସ୍ପଟ୍‌ ସହର ପାଲଟିଛି। ଇତି ମଧ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ମାତ୍ରାଧିକ ଏଠାରୁ ହୋଇଥିବାରୁ ଏବେ ଭୁବନେଶ୍ୱରରୁ ବିଭିନ୍ନ ଅଞ୍ଚଳକୁ ଫେରୁଥିବା ବ୍ୟକ୍ତିମାନଙ୍କ ଉପରେ ଅନ୍ୟ ଜିଲା ପ୍ରଶାସନ ନଜର ରଖୁଛି। ଏହି କ୍ରମରେ ଭୁବନେଶ୍ୱରକୁ ଯାଇ ପୁଣି ଗଞ୍ଜାମ ଜିଲାକୁ କେତେକ ଅଫିସର ଫେରିଥିବା ପ୍ରଶାସନ ଜାଣିପାରଛି। ଏପରିକି କେତେକ ଅଫିସର ବିନା ଅନୁମତିରେ ଏବଂ ନ ଜଣାଇ ହେଡ୍‌ କ୍ୱାଟର୍‌ ଛାଡି ବାରମ୍ବାର ଭୁବନେଶ୍ୱର ଯାଇ ଫେରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ମାର୍ଚ୍ଚ ୨୨ ତାରିଖରୁ ଏପର୍ଯ୍ୟନ୍ତ କେଉଁ ଅଧିକାରୀ ଭୁବନେଶ୍ୱର ଯାଇଛନ୍ତି ସେମାନଙ୍କୁ ଚି଼ହ୍ନଟ କରିବାକୁ ବିଭିନ୍ନ ବିଭାଗୀୟ ଅଧିକାରୀ, ବିଡ଼ିଓ, ତହସିଲଦାର, ବିଏମ୍‌ସି କମିଶନର ଓ ଏନ୍‌ଏସି ନିର୍ବାହୀ ଅଧିକାରୀଙ୍କୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ସେମାନଙ୍କୁ ଚି଼ହ୍ନଟ କରାଯିବା ପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବା ସହ ୨୧ ଦିନିଆ କ୍ୱାରାଣ୍ଟାଇନ୍‌ରେ ରଖାଯିବ। ଅପରପକ୍ଷରେ ବ୍ରହ୍ମପୁର ସାଉଥକୋର ଅଥରାଇଜ୍ଡ ଅଫିସର ପ୍ରଦୀପ କୁମାର ସାହୁଙ୍କୁ ଜିଲାପାଳ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ସେ ନ ଜଣାଇ ବାରମ୍ବାର ଭୁବନେଶ୍ୱର ଯାଇଥିବା ଜ଼ିଲାପାଳଙ୍କୁ ଖବର ମିଳିଥିଲା। ତେବେ ତାଙ୍କୁ ୩ ଦିନ ମଧ୍ୟରେ ଉତ୍ତର ରଖିବାକୁ କୁହାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri