ଭୁବନେଶ୍ୱର ସିଡବ୍ଲ୍ୟୁସିକୁ ପାଟନା କ୍ଷେତ୍ରରେ ମିଶାଇବା ପ୍ରସଙ୍ଗ: ପାଶ୍ୱାନଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୬।୮(ବ୍ୟୁରୋ): ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ପଣ୍ୟାଗାର ନିଗମ(ସିଡବ୍ଲୁସି)କୁ ଉଚ୍ଛେଦ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିହାରର ପାଟନା ସିଡବ୍ଲ୍ୟୁସି ସହିତ ମିଶାଇବା ପାଇଁ ନିଷ୍ପତ୍ତି ନେବାପରେ ଏହି ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ହସ୍ତକ୍ଷେପ କରିଛନ୍ତି। ଏନେଇ ଧର୍ମେନ୍ଦ୍ର କେନ୍ଦ୍ର ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ଭୁବନେଶ୍ୱର ସିଡବ୍ଲୁସି ସହିତ ପାଟଣା କାର୍ଯ୍ୟାଳୟକୁ ମିଶାଇଲେ ଅଯଥା ଭୌଗୋଳିକ ଏବଂ ପ୍ରଶାସନିକ ଚାପ ବୃଦ୍ଧି ପାଇବ ବୋଲି ଧର୍ମେନ୍ଦ୍ର କହିଛନ୍ତି। ତେଣୁ ଓଡ଼ିଶାବାସୀଙ୍କ ବୃହତ୍‌ ସ୍ବାର୍ଥ ଦୃଷ୍ଟିରୁ ଏହି ପ୍ରସ୍ତାବକୁ ପ୍ରତ୍ୟାହାର କରିବା ଲାଗି ମନ୍ତ୍ରଣାଳୟର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବା ପାଇଁ ପାଶ୍ୱାନଙ୍କୁ ଚିଠି ଜରିଆରେ ସେ ସୋମବାର ଅନୁରୋଧ କରିଛନ୍ତି ା
ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରିଛନ୍ତି, ଭୌଗୋଳିକ ଆହ୍ବାନର ମୁକାବିଲା, ପ୍ରଶାସନିକ ଦକ୍ଷତା ବୃଦ୍ଧି ଏବଂ ଭଣ୍ଡାରଣକାରୀଙ୍କ ସହିତ ସମ୍ପର୍କ ରଖିବା ତଥା ବିବାଦର ସମାଧାନ ଲାଗି ଭୁବନେଶ୍ୱରଠାରେ ସିଡବ୍ଲ୍ୟୁସିର ଆଞ୍ଚଳିକ କାର୍ଯ୍ୟାଳୟ ୧୯୯୦ରେ ପ୍ରତିଷ୍ଠା କରାଯାଇଥିଲା। ସେହି ସମୟରେ ପାଟନା କ୍ଷେତ୍ରଠାରୁ ଭିନ୍ନଭାବେ ଏହି କାର୍ଯ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବର୍ତ୍ତମାନ ରାଜ୍ୟର ୨୧ ପଣ୍ୟାଗାର ଭୁବନେଶ୍ୱରସ୍ଥିତ ସିଡବ୍ଲ୍ୟୁସି କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟ କରୁଛି। ଏହାର ପରିଚାଳନା କ୍ଷମତା ୩.୪୮ ମେଟ୍ରିକ ଟନ୍‌ ଥିବାବେଳେ ୯୦ ପ୍ରତିଶତ ଦଖଲ ସହିତ ନିୟମିତ ଭାବେ ଲାଭରେ ଚାଲିଛି ା ଏଠାରେ ୯୦ ପ୍ରତିଶତ ଓଡ଼ିଆ କର୍ମଚାରୀ କାର୍ଯ୍ୟ କରୁଛନ୍ତି। ଭାରତୀୟ ଖାଦ୍ୟ ନିଗମ(ଏଫ୍‌ସିଆଇ) ତଥା ଓଡ଼ିଶା ରାଜ୍ୟ ସାଧାରଣ ବଣ୍ଟନ ନିଗମ(ଓଏସ୍‌ଏସ୍‌ସି)ର ଖାଦ୍ୟ ଶସ୍ୟ ଓ ବିଜ୍ଞପିତ ଖାଦ୍ୟ ସାମଗ୍ରୀ ସମେତ ବିଭିନ୍ନ ଜରୁରୀ ଖାଦ୍ୟ ସାମଗ୍ରୀ ଭଣ୍ଡାରଣ ଓ ସଂଗ୍ରହ କରି ରଖିବା ଦିଗରେ ଭୁବନେଶ୍ୱର ସିଡବ୍ଲ୍ୟୁସି କାର୍ଯ୍ୟାଳୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଆସୁଛି। ବାତ୍ୟା ଫନୀ ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ରିଲିଫ୍‌ ସହାୟତା ଯୋଗାଇବା ଦିଗରେ ମଧ୍ୟ ମହତ୍ତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଥିଲା। ସେହିପରି ବାତ୍ୟା ଓ ବନ୍ୟା ଭଳି ପ୍ରାକୃତିକ ଦୁର୍ବିପାକ ସମୟରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ରାଜ୍ୟକୁ ଗୁରୁତ୍ୱପୂର୍ଣ୍ଣ ସହାୟତା ଯୋଗାଇ ଦେଇଛି। ତେଣୁ ଓଡ଼ିଶାବାସୀଙ୍କ ବୃହତ୍‌ ସ୍ବାର୍ଥ ଦୃଷ୍ଟିରୁ ଏହି ମାମଲାରେ ବ୍ୟକ୍ତିଗତ ହସ୍ତକ୍ଷେପ କରି ଏହି ପ୍ରସ୍ତାବକୁ ପ୍ରତ୍ୟାହାର କରିବା ଲାଗି ମନ୍ତ୍ରଣାଳୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବାକୁ ଧର୍ମେନ୍ଦ୍ର ଚିଠି ମାଧ୍ୟମରେ ଅନୁରୋଧ କରିଛନ୍ତି।
ସୂଚନାଯୋଗ୍ୟ, ଗତ ଶନିବାର ଏହି ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ପାଶ୍ବାନଙ୍କୁ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଚିଠି ଲେଖି ଭୁବନେଶ୍ୱରସ୍ଥିତ ସିଡବ୍ଲ୍ୟୁସି କାର୍ଯ୍ୟାଳୟ ପାଟନାକୁ ସ୍ଥାନାନ୍ତରିତ ନ କରିବା ଲାଗି ଅନୁରୋଧ କରିଥିଲେ। ଗୋଟିଏ ପଟେ ରାଜ୍ୟ ମନ୍ତ୍ରୀ ଚିଠି ଲେଖି କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଥିବା ବେଳେ ଅନ୍ୟପଟେ ରାସ୍ତାକୁ ଓହ୍ଲାଇଛି ବିଜେଡି। ଭୁବନେଶ୍ୱର ଭିତରେ ଆସୁଥିବା ୩ ବିଧାନସଭା କ୍ଷେତ୍ରର ବିଧାୟକ ସୁଶାନ୍ତ ରାଉତ, ଅଶୋକ ଚନ୍ଦ୍ର ପଣ୍ଡା ଏବଂ ଅନନ୍ତ ନାରାୟଣ ଜେନାଙ୍କ ନେତୃତ୍ୱରେ ଶତାଧିକ ବିଜେଡି କର୍ମୀ ଭୁବନେଶ୍ୱରସ୍ଥିତ ପଣ୍ୟାଗାର ନିଗମ ସମ୍ମୁଖରେ ସୋମବାର ଆନ୍ଦୋଳନ କରିଛନ୍ତି। ଏହାସହ ଏଭଳି ନିଷ୍ପତ୍ତି ଉପରେ ପୁନର୍ବିଚାର କରିବା ପାଇଁ କର୍ମୀମାନେ ପଣ୍ୟାଗାର ଅଧୀକ୍ଷକଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। କେନ୍ଦ୍ର ଯଦି ଏହା ଉପରେ ପୁନର୍ବିଚାର ନ କରେ ତେବେ ଦଳପକ୍ଷରୁ ଆନ୍ଦୋଳନକୁ ଆହୁରି ବ୍ୟାପକ କରାଯିବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା...

୨୦୨୬ରେ ୧୨ମାସ ନୁହେଁ ପଡିବ ୧୩ମାସ, ଘଟିବ ଅଦ୍ଭୁତ ଜିନିଷ…

୨୦୨୬ ବର୍ଷ ଆରମ୍ଭ ହେବାକୁ ଆଉ ଅଧିକ ସମୟ ବାକି ନାହିଁ। ଆଗାମୀ ବର୍ଷ ବହୁତ ସ୍ବତନ୍ତ୍ର ହେବାକୁ ଯାଉଛି, କାରଣ ୨୦୨୬ ରେ ୧୨...

ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ, ୨୦୨୬ ମାର୍ଚ୍ଚରୁ ଆରମ୍ଭ ହେବ ତାଣ୍ଡବ! ଡିସେମ୍ୱରରେ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀରେ କୋଭିଡ-୧୯ ମହାମାରୀ, ୯/୧୧ ଆକ୍ରମଣ ଏବଂ ରାଜକୁମାରୀ ଡାଏନାଙ୍କ ମୃତ୍ୟୁ ଭଳି ଘଟଣା ଅନ୍ତର୍ଭୁକ୍ତ। ତାଙ୍କର କିଛି ଭବିଷ୍ୟବାଣୀ ୨୦୨୬ ବର୍ଷ...

୧୨ ଯାଏ ଥରିବ ଓଡ଼ିଶା: ୭ ଜିଲାକୁ କୋଲ୍ଡ ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)- ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ଶୀତର ଲହରୀ ଜାରି ରହିଥିବାବେଳେ ଆହୁରି ୩ଦିନ ଯାଏଁ ଶୀତ କଲବଲ କରିବ।...

କଂଗ୍ରେସ ଛାଡିବେ କି ମୋକିମ? ଭକ୍ତଙ୍କୁ କଲେ ଖୋଲା ଚ୍ୟାଲେଞ୍ଜ, ସୋନିଆଙ୍କୁ ଚିଠି ଲେଖି କହିଲେ…

ଭୁବନେଶ୍ୱର,୧୦।୧୨: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା ମୋକିମ। ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ...

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri