ଭୁବନେଶ୍ୱର ୨୨୭ନଂ ଆକ୍ରାନ୍ତ ନିଶ୍ଚିନ୍ତକୋଇଲି କଟିକଟା ପଞ୍ଚାୟତର: ଦେହ ଖରାପ ହେବା ପରେ ଏକ ମାସ ଧରି ରହିଥିଲେ ଘରେ, ବୁଲିଛନ୍ତି ହାଟ ବଜାର

ନିଶ୍ଚିନ୍ତକୋଇଲି,୮।୫(ସ୍ବ.ପ୍ର.)- ଭୁବନେଶ୍ୱର ଭିଏସ୍‌ଏସ୍‌ ନଗର କରୋନା ଆକ୍ରାନ୍ତ ହେଉଛନ୍ତି କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କଟିକଟା ପଞ୍ଚାୟତ ମିରା ସାହିର। ଏହି ୩୪ ବର୍ଷୀୟ ଯୁବକ ଭୁବନେଶ୍ୱରରେ ରହି ଏକ ହୋଟେଲରେ ରହି କାମ କରନ୍ତି। ତେବେ ମାସକ ତଳେ ହଠାତ୍‌ ଦେହ ଖରାପ ଓ ଥଣ୍ଡା ଜର ହେବାରୁ ସେ ଗାଁକୁ ପଳାଇ ଆସିଥିଲେ। ଗାଁରେ ରହି ଚିକତ୍ସା କରାଇଥିଲେ। ସୁସ୍ଥ ଅନୁଭବ କରିବା ପରେ ୫ ଦିନ ତଳେ ସୋମବାର ଦିନ କାମ କରିବା ପାଇଁ ପୁଣି ଭୁବନେଶ୍ୱର ଯାଇଥିଲେ। ସେଠାରେ ପହଞ୍ଚିବା ପରେ ସେ କାମ କରୁଥିବା ହୋଟେଲ ମାଲିକ ତାଙ୍କ କରୋନା ପରୀକ୍ଷା କରାଇଥିଲେ। ଗୁରୁବାର ସେ କରୋନା ଭୂତାଣୁ ସଂକ୍ରମିତ ହୋଇଥିବା ଜଣାପଡିଥିଲା। ତେବେ ଏହି ଘଟଣା ଜଣାପଡ଼ିବା ପରେ ସମଗ୍ର ନିଶ୍ଚିନ୍ତକୋଇଲି ଅଞ୍ଚଳରେ ଆତଙ୍କ ଖେଳିଯାଇଛି।

ବ୍ୟକ୍ତିଜଣଙ୍କ କଟିକଟା ପଞ୍ଚାୟତର ବାସିନ୍ଦା। କିନ୍ତୁ ତାଙ୍କ ଘର ଅଶୁରେଶ୍ୱର ଓ କେଣ୍ଟାଳ ପଞ୍ଚାୟତ ସଲଗ୍ନ ଅଟେ। ସେ ଦୀର୍ଘ ଏକ ମାସ ହେବ ଘରେ ରହି ବିଭିନ୍ନ କାର୍ଯ୍ୟରେ ଯୋଗ ଦେବା ସହ ବଜାର, ହାଟ, କ୍ଲବ, ଧର୍ମାନୁଷ୍ଠାନ ଏବଂ ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଥିବା କୁହାଯାଉଛି। ତେବେ ସମ୍ପୃକ୍ତ ବ୍ୟକ୍ତି ଏକ ମାସ ହେବ ଏହି ଅଞ୍ଚଳରେ ନିର୍ବିଘ୍ନରେ ବୁଲିବା ଏବଂ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେବା ଘଟଣା ପ୍ରକାଶ ପାଇବା ପରେ ନିଶ୍ଚିନ୍ତକୋଇଲି ବ୍ଳକ ପ୍ରଶାସନ କଣ୍ଟ୍ରାକ୍ଟ ଟ୍ରେସିଂ ଆରମ୍ଭ କରିଛି। ପ୍ରଥମ ପର୍ଯ୍ୟାୟରେ ତାଙ୍କ ସହ ସିଧା ସଳଖ ସଂସ୍ପର୍ଶରେ ଆସିଥିବା ୪୫ ଜଣଙ୍କୁ ଚିହ୍ନଟ କରାଯାଇଥିଲା । ସେମାନଙ୍କର ରକ୍ତ ନମୁନା ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ତେବେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଆଉଡୋରକୁ ଶୁକ୍ରବାର ସକାଳୁ ସମ୍ପୂର୍ଣ୍ଣ ବନ୍ଦ କରିଦିଆଯାଇଛି। କେବଳ ଜରୁରୀ କାଳୀନ ସେବା ଯୋଗାଇ ଦିଆଯାଉଛି। ପ୍ରଥମ ପର୍ଯ୍ୟାୟରେ ନିକଟ ସମ୍ପର୍କୀୟଙ୍କ ସ୍ବାବ୍‌ ସଂଗ୍ରହ କରାଯିବ ଓ କଣ୍ଟ୍ରାକ୍ଟ ଟ୍ରେସିଂ କାର୍ଯ୍ୟ ତ୍ୱରାନିତ କରିବା ପାଇଁ ପଦକ୍ଷେପ ନିଆଯିବ ବୋଲି ମେଡିକାଲ ଅଫିସର ଅମିତ ଜେନା ପ୍ରକାଶ କରିଛନ୍ତି।

ଅପରପକ୍ଷରେ ତରତ ହାଟକୁ ବନ୍ଦ କରିବା ପାଇଁ ତହସିଲଦାର ଜିତେନ୍ଦ୍ର ପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସିଧା ସଳଖ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ହୋମ କ୍ୱାରାଣ୍ଟାଇନରେ ରହିବା ପାଇଁ ବିଡିଓ କର୍ଣ୍ଣଦେବ ସମାଦ୍ଧାର ପରାମର୍ଶ ଦେଇଛନ୍ତି। ତେବେ ସ୍ବାବ୍‌ ଯାଇ ରିପୋର୍ଟ ଆସିବା ପରେ ସମୟ ଉପଯୋଗୀ ପଦକ୍ଷେପ ନିଆଯିବ ବୋଲି ପ୍ରସାଶନ ତରଫରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri