ଭୁଲି ପାରୁନାହାନ୍ତି ସୁକାନ୍ତି

”ଶେଖର! ତୁମେ ଜାଣିନ, ମୋ ଭାଇକୁ ମୁଁ କେତେ ଭଲ ପାଏ। ତୁମ ସହ ଯିବା ତ ଅଲଗା କଥା, ଯଦି ଭଗବାନ ଆସି ମୋତେ ତାଙ୍କ ସହ ଯିବାକୁ କହନ୍ତି, ତେବେ ମୋ ଭାଇକୁ ଛାଡି ଯାଇପାରିବି ନାହିଁ।“ ଏପରି ଏକ ଭାବପ୍ରବଣ ଡାଏଲଗ ମାନସପଟକୁ ଆସିଲେ ସ୍ବତଃ ମନେପଡ଼ିଯାଏ ଅପେରା ଜଗତର ଅନ୍ୟତମ ସୁପରହିଟ୍‌ ନାଟକ ତଥା ଶିବାନୀ ଗଣନାଟ୍ୟ ପରିବେଷିତ ‘ମୋ ପେଁକାଳି ବଜେଇ ଦେ’ କଥା। ଏଥିରେ ଭଉଣୀ (ମିତା) ଭୂମିକାରେ ସୁକାନ୍ତି ପାଢ଼ୀଙ୍କର ଜୀବନ୍ତ ଅଭିନୟ ଦର୍ଶକଙ୍କ ହୃଦୟରେ ତାଙ୍କ ପାଇଁ ସୃଷ୍ଟି କରିଥିଲା ସ୍ବତନ୍ତ୍ର ପରିଚୟ। ଅପେରା ଜଗତରେ ଦୀର୍ଘ ୩୦ ବର୍ଷର ମାରାଥନ୍‌ ଯାତ୍ରା ପରେ ଏବେ ବି ସେହି ନାଟକର ଅବିସ୍ମରଣୀୟ ସ୍ମୃତିଗୁଡିକୁ ରୋମନ୍ଥନ କରନ୍ତି ସୁକାନ୍ତି। ଚଳିତ ଯାତ୍ରା ସିଜନରେ ଅପେରା ବିଶ୍ୱ ଦରବାରରେ ସ୍ବାମୀ ତଥା ଅଭିନେତା ଗୌର ପାଢ଼ୀଙ୍କ ସହ ନିଜର ଅଭିନୟ ଜାରି ରଖିଥିବା ଏହି ବର୍ଷିୟାନ ଅଭିନେତ୍ରୀ କହନ୍ତି, ‘ମୋ ପେଁକାଳି ବଜେଇଦେ’ ନାଟକ ମୋ ଅଭିନୟ କ୍ୟାରିୟରର ଏକ ମାଇଲ ଖୁଣ୍ଟ। ଅଭିନୟ ସାରି ଫେରିବା ପରେ ଅନେକ ଦର୍ଶକ ମୋତେ ଦେଖିବାକୁ ଅପେକ୍ଷା କରି ରହିଥାଆନ୍ତି। ତାଙ୍କ ସହ କଥା ହେବା ବେଳେ ମୁଁ ଅଧିକାଂଶ ସମୟରେ ଭାବପ୍ରବଣ ହୋଇପଡ଼େ। କେତେକ ଦର୍ଶକ ମଧ୍ୟ ମୋତେ ଭେଟି ଶୁଭେଚ୍ଛା ଜଣାଇବାକୁ ମୋ ରୁମ୍‌କୁ ଆସିଛନ୍ତି। ସେଭଳି ସ୍ମୃତିଗୁଡିକ ମୋ ମନରେ ସବୁଦିନ ପାଇଁ ସତେଜ ହୋଇ ରହିବ।’ ଏହାବ୍ୟତୀତ ‘ଫୁଲ ବଉଳବେଣୀ, ବାଜି ମାରିଲେ ହାରିବ, ଫଗୁଣ ଦେଇଛି ପହିଲି ଚିଠି, ମିତା ମହାନ୍ତି ମିଛ କହନ୍ତି’ ଆଦି ଅନେକ ନାଟକ ସୁକାନ୍ତିଙ୍କ ଅଭିନୟ କ୍ୟାରିୟରକୁ ଆଗକୁ ଆଗେଇ ନେବାରେ ଯଥେଷ୍ଟ ସହାୟକ ହୋଇଥିଲା। ନିଜ ଗଁ।ରେ ପରିବେଷିତ ନାଟକ ପୂର୍ବରୁ ଅନୁଷ୍ଠିତ ନୃତ୍ୟନାଟିକା ‘କଂସ ବଧ’ରେ ରାଧା ଚରିତ୍ରରୁ ତାଙ୍କର ଆରମ୍ଭ ହୁଏ ଅଭିନୟ ଜୀବନ। ବେଶ୍‌ କେତୋଟି ନାଟକରେ ନାୟିକା ସାଜି ନାୟିକା ତାଲିକାର ଶୀଷରେ ରହିଥିବା ଏହି ଅଭିନେତ୍ରୀ ଏବେ ମା’ ଭୂମିକାରେ ଅଭିନୟ କରୁଛନ୍ତି। ଚଳିତ ଯାତ୍ରା ସିଜନରେ ଅପେରା ବିଶ୍ୱ ଦରବାର ପରିବେଷିତ ନାଟକ ‘ଆକାଶ କଇଁଆ ଚିଲିକା ମାଛ’, ‘ତମ କଥା ଭାରି ମନେପଡୁଛି’ ଏବଂ ‘ବର୍ଷା ରାତିର ସାଥୀ’ରେ ତାଙ୍କର ଅଭିନୟ ଦର୍ଶକଙ୍କୁ ବେଶ୍‌ ପ୍ରଭାବିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri