ଭୁଲ୍‌ ରକ୍ତ ପାଇଁ ମହିଳାଙ୍କ ମୃତ୍ୟୁ ଘଟଣା: ୩ ଲକ୍ଷ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୫।୧(ବ୍ୟୁରୋ): କେନ୍ଦୁଝର ସଦର ହସ୍ପିଟାଲରେ ଭୁଲ୍‌ ରକ୍ତ ନେବାଦ୍ୱାରା ସୁକାନ୍ତି ନାୟକ ନାମ୍ନୀ ମହିଳାଙ୍କର ୨୦୧୬ରେ ମୃତ୍ୟୁ ଘଟିଥିଲା। ଏହି ମାମଲାର ଶୁଣାଣି କରି ଶନିବାର ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ମୃତ ମହିଳାଙ୍କ ସ୍ବାମୀ ଚନ୍ଦା ନାୟକଙ୍କୁ ୩ଲକ୍ଷ ଟଙ୍କା ଦେବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ମାର୍ଚ୍ଚ ୨୦ ସୁଦ୍ଧା କ୍ଷତିପୂରଣ ସଂକ୍ରାନ୍ତ ରିପୋର୍ଟ ଦେବାକୁ କୁହାଯାଇଛି। ଏସ୍‌ପି, ସିଡିଏମ୍‌ଓଙ୍କ ରିପୋର୍ଟ ଆଧାରରେ ଓଏଚ୍‌ଆର୍‌ସି ଅଧ୍ୟକ୍ଷ ଜଷ୍ଟିସ ବିମଳ ପ୍ରସାଦ ଦାଶ ଓ ସଦସ୍ୟ ଜଷ୍ଟିସ ରଘୁବୀର ଦାଶ ଏହି ନିର୍ଦ୍ଦେଶ ଦେଇଛନ୍ତି।
୨୦୧୬ ଏପ୍ରିଲ ୧୪ରେ ରକ୍ତହୀନତାର ଶିକାରହୋଇ କେନ୍ଦୁଝର ହାଡ଼ବନ୍ଧ ସାହିର ଚନ୍ଦା ନାୟକଙ୍କ ସ୍ତ୍ରୀ ସୁକାନ୍ତି କେନ୍ଦୁଝର ସଦର ହସ୍ପିଟାଲର ମେଡିସିନ୍‌ ଓ୍ବାର୍ଡରେ ଭର୍ତ୍ତି ହୋଇଥିଲେ। ସେହି ସମୟରେ ସମାନ ନାମରେ କେନ୍ଦୁଝର ଚମ୍ପୁଆ ଅଞ୍ଚଳର ଉଦୟ ସିଂଙ୍କ ସ୍ତ୍ରୀ ସୁକାନ୍ତି ନାୟକ ଗାଇନିଂ ଓ୍ବାର୍ଡରେ ଚିକିତ୍ସିତ ହେଉଥିଲେ। ଚନ୍ଦା ନାକୟଙ୍କ ସ୍ତ୍ରୀ ସୁକାନ୍ତିଙ୍କ ବ୍ଲଡ୍‌ ଗ୍ରୁପ (୦+) ହୋଇଥିବାବେଳେ ଗାଇନିଂ ଓ୍ବାର୍ଡରେ ଥିବା ସୁକାନ୍ତିଙ୍କ ବ୍ଲଡ୍‌ ଗ୍ରୁପ୍‌ (ଏ+) ଥିଲା। ଦୁହେଁ ରକ୍ତ ଆବଶ୍ୟକ କରୁଥିଲେ। ହେଲେ ଚନ୍ଦାଙ୍କ ସ୍ତ୍ରୀ ସୁକାନ୍ତିଙ୍କୁ ୦+ ବଦଳରେ ଏ+ ରକ୍ତ ଦିଆଯାଇଥିଲା। ଭୁଲ୍‌ ରକ୍ତ ଦିଆଯିବା ଫଳରେ ସୁକାନ୍ତିଙ୍କର ମୃତ୍ୟୁ ଘଟିଥିଲା। ଏନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ କମିଶନ ନିଜ ଆଡୁ ମାମଲା ରୁଜୁ କରିଥିଲେ। ଏହାପରେ କେନ୍ଦୁଝର ଏସ୍‌ପି ଏବଂ ସିଡିଏମ୍‌ଓଙ୍କୁ ଏନେଇ ରିପୋର୍ଟ ମାଗିଥିଲେ। ଏସ୍‌ପି ତଦନ୍ତ କରି ଦୋଷୀଙ୍କ ନାମରେ ୩୦୪ରେ ଏକ ମାମଲା ରୁଜୁ କରାଯାଇଥିବା ରିପୋର୍ଟରେ ଦର୍ଶାଇଥିଲେ। ଏହାସହ ସିଡିଏମ୍‌ଓ ତାଙ୍କ ରିପୋର୍ଟରେ ଷ୍ଟାଫ୍‌ ନର୍ସ, ବ୍ଲଡ୍‌ ବ୍ୟାଙ୍କ୍‌ ସମେତ ଡାକ୍ତରଙ୍କ ଭୁଲ୍‌ ଥିବା ଦର୍ଶାଇବା ସହ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ରିପୋର୍ଟରେ ଉଲ୍ଲେଖ କରିଥିଲେ। ଏହି ମାମଲାକୁ ନେଇ ଓଏଚ୍‌ଆର୍‌ସିରେ ପ୍ରବୀର ଦାଶ, ଅପୂର୍ବ ରଞ୍ଜନ ମଲିକ, ବିଜୟ କୁମାର ପଣ୍ଡା ଓ ବିଶ୍ୱପ୍ରିୟ କାନୁନ୍‌ଗୋଙ୍କ ଅଭିଯୋଗକ୍ରମେ ମଧ୍ୟ ୪ ମାମଲା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri