ଭୁଶୁଡ଼ିଲା ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ

ପରଜଙ୍ଗ, ୪।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତ ଅଧୀନ କଟାବାହାଳ ଗ୍ରାମରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ ମଙ୍ଗଳବାର ଭୁଶୁଡ଼ି ପଡ଼ିଛି। ଘଟଣା ସ୍ଥଳରେ କାର୍ଯ୍ୟରତ ଶ୍ରମିକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ନିମ୍ନମାନର କାମ ଯୋଗୁ ଏପରି ଦୁର୍ଘଟଣା ଘଟିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହି ଟାଙ୍କି କାର୍ଯ୍ୟକ୍ଷମ ହେଲେ ୫୦୦ରୁ ଊର୍ଦ୍ଧ୍ୱ ପରିବାର ଖରାଦିନେ ଜଳକଷ୍ଟରୁ ମୁକ୍ତିପାଇବେ ବୋଲି ଆଶା ବାନ୍ଧିଥିଲେ। ହେଲେ ଟାଙ୍କି ଭୁଶୁଡ଼ିଯିବା ପରେ ସେମାନଙ୍କ ସବୁ ଆଶା ମଉଳି ଯାଇଥିବା ଅଞ୍ଚଳବାସୀ କ୍ଷୋଭର ସହ କହିଛନ୍ତି।
ସୂଚନାଯୋଗ୍ୟ, ଉକ୍ତ ପ୍ରକଳ୍ପ ଲାଗି ୧ କୋଟି ଟଙ୍କାର ଟେଣ୍ଡର ହୋଇଥିଲା। ଈଶ୍ୱର ଚନ୍ଦ୍ର ଦଣ୍ଡପାଟଙ୍କ ନାମରେ ବିଭାଗ ତରଫରୁ ଏହାର ଏଗ୍ରିମେଣ୍ଟ କରାଯାଇଛି। ହେଲେ ପେଟି କଣ୍ଟ୍ରାକ୍ଟରଙ୍କ ସହାୟତାରେ ୭ରୁ ଊର୍ଦ୍ଧ୍ୱ ଭାଗୀଦାରି ହୋଇ ଏହି କାର୍ଯ୍ୟ କରୁଥିଲେ। ଉକ୍ତ ପାଣି ଟାଙ୍କିର ବିମ୍‌ କାର୍ଯ୍ୟ ଶେଷ ହୋଇଥିବାବେଳେ ଛାତ ପଡୁଥିଲା। ହେଲେ ସିଣ୍ଟରିଂ ଦବି ଯିବାରୁ ପ୍ରକଳ୍ପ ଭୁଶୁଡ଼ି ପଡ଼ିଛି। ଘଟଣା ପ୍ରଘଟ ହେବା ପରେ ଏହାକୁ ଚପାଇ ଦେବାକୁ ଉଦ୍ୟମ କରାଯାଉଛି। ରାତାରାତି ଶ୍ରମିକ ଲଗାଇ ପକାଯାଇଥିବା କଂକ୍ରିଟ୍‌ ଢଳେଇ ଭଙ୍ଗାଯାଉଥିବା ଗ୍ରାମବାସୀ କହିଛନ୍ତି।
ଏ ନେଇ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଯନ୍ତ୍ରୀ-୧ ତ୍ରିଲୋଚନ ପ୍ରଧାନ କୁହନ୍ତି, ନିର୍ମାଣାଧୀନ ପାଣି ଟାଙ୍କିର ମଧ୍ୟଭାଗରେ ସିଣ୍ଟରିଂ ଦବିଯିବାରୁ ଏହାର ଛାତ ଭୁଶୁଡ଼ି ପଡ଼ିଛି। ତାଙ୍କୁ ଭଙ୍ଗାଯାଇ ପୁନର୍ବାର ନିର୍ମାଣ କରାଯିବ। ତେବେ ନିମ୍ନମାନର କାମକୁ ସେ ଅସ୍ବୀକାର କରିଛନ୍ତି। ହେଲେ ପେଟି କଣ୍ଟ୍ରାକ୍ଟରଙ୍କ ଯୋଗୁ କାମ କରିବାରେ ସମସ୍ୟା ହେଉଥିବା ସେ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri