ଭୁଶୁଡ଼ିଲା ବିଦ୍ୟାଳୟର ନବ ନିର୍ମିତ କୋଠା

ରଣପୁର, ୭।୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବାଳିକା ଉଚ୍ଚ ବିଦ୍ୟାଳୟର ନବ ନିର୍ମିତ କୋଠାର ନିମିଟାଲ ଓ ତାଜା ଶନିବାର ସକାଳେ ହଠାତ୍‌ ଭୁଶୁଡି ପଡ଼ିଛି। ଏହି ଦୁର୍ଘଟଣାରୁ ଛାତ୍ରୀମାନେ ମୃତ୍ୟୁ ମୁଖରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଶନିବାର ସକାଳୁଆ ସ୍କୁଲ ଥିବାରୁ ଛାତ୍ରୀମାନେ ବିଦ୍ୟାଳୟକୁ ଆସି ପ୍ରାର୍ଥନା କରୁଥିଲେ। ସେହି ସମୟରେ ହଠାତ୍‌ ନିମିଟାଲ ଓ ତାଜା ତଳକୁ ଖସିପଡ଼ିଥିଲା। ଏଥିରେ କାହାର କିଛି କ୍ଷତି ହୋଇ ନ ଥିବା ବେଳେ ଛାତ୍ରୀ ଓ ଶିକ୍ଷକଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଥିଲା। ସୂଚନାଯୋଗ୍ୟ, ପୁର୍ତ୍ତ ବିଭାଗ ଦ୍ୱାରା ବାଳିକା ଉଚ୍ଚ ବିଦ୍ୟାଳୟର ଉପର ମହଲା କୋଠ ଘର ଉପରେ କାର୍ଯ୍ୟ କରାଯାଉଛି। ଠିକାଦାର ମନଇଛା କାମ କରୁଥିବା ବେଳେ ବିଭାଗୀୟ ଅଧିକାରୀ ଉପସ୍ଥିତ ରହୁ ନ ଥିବା ଅଭିଯୋଗ ହୋଇଛି। ନିମ୍ନମାନର କାର୍ଯ୍ୟ ଯୋଗୁ ଏହି ଦୁର୍ଘଟଣା ଘଟିଛି ବୋଲି ଅଭିଭାବକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri