ଭୂକମ୍ପରୁ ଘରକୁ ସୁରକ୍ଷା ଦେବ ଚୁମ୍ବକ

ଅନ୍ୟତମ ପ୍ରମୁଖ ପ୍ରାକୃତିକ ବିପର୍ଯ୍ୟୟ ଭାବରେ ପରିଗଣିତ ଭୂକମ୍ପ ଦ୍ୱାରା ଆମର ଅଶେଷ କ୍ଷତି ହୋଇଥାଏ । ତେବେ ଏହି ସମୟରେ ଘରକୁ ସୁରକ୍ଷା ଦେବାର ଏକ ନୂଆ ଉପାୟ ଉଦ୍ଭାବିତ ହୋଇଛି। ‘ଭୂକମ୍ପ ଏବଂ ଘରର ସୁରକ୍ଷା’ ଶୀର୍ଷକ ବିଷୟବସ୍ତୁକୁ ନେଇ ଆମେରିକାସ୍ଥିତ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକ ଗବେଷଣା କରିଥିଲେ। ସେମାନେ ଏପରି ଏକ ଘର ତିଆରି କରିଛନ୍ତି ଯାହା ଭୂମିକମ୍ପ ହେବା ମାତ୍ରେ ଭୂପୃଷ୍ଠଠାରୁ କିଛି ଉପରକୁ ଉଠିଯିବ। ଘରର ତଳଭାଗରେ ଏକ ଉଚ୍ଚ ଶକ୍ତିସମ୍ପନ୍ନ ଇଞ୍ଜିନ ସହ ଚୁମ୍ବକ ସଂଯୋଗ କରାଯାଇଛି। ଫଳରେ ଭୂମିକମ୍ପ ହେଲେ ଘରର କୌଣସି କ୍ଷତି ହେବ ନାହିଁ। ଭୂମିକମ୍ପର ସୂଚନା ମିିଳିବା ମାତ୍ରେ ଉକ୍ତ ଇଞ୍ଜିନକୁ ଷ୍ଟାର୍ଟ କରିଦିଆଯିବ ଏବଂ ତତ୍‌କ୍ଷଣାତ ଘରଟି ଉପରକୁ ଉଠିଯିବ ବୋଲି କହିଛନ୍ତି ଏହି ଗବେଷଣାର ମୁଖ୍ୟ ଗ୍ରେଗ୍‌ ହେଡେରସନ୍‌। ଉକ୍ତ ପ୍ରଣାଳୀକୁ ‘ସେକ୍‌ ଆଲର୍ଟ’ ନାମରେ ନାମିତ କରାଯାଇଛି। ଏହି ଇଞ୍ଜିନକୁ ଷ୍ଟାର୍ଟ କରିବାକୁ ସେଥିରେ ଉଚ୍ଚ ଶକ୍ତିବିଶିଷ୍ଟ ବ୍ୟାଟେରି ସଂଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

ଈଶ୍ୱର କଣିକାର ଆବିଷ୍କାରକ

ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର କରି ଖ୍ୟାତି ଲାଭ କରିଥିବା ପିଟର ହିଗ୍‌ସ ଚଳିତ ବର୍ଷ ଏପ୍ରିଲ ୮ ତାରିଖରେ ପରଲୋକ ଗମନ କରିଛନ୍ତି।...

ଥର୍ମୋମିଟର, ବାରୋମିଟର ଓ ଡାଲ୍‌ଟନ

କଡ଼େଇରେ ପାଣି ରଖି କଡ଼େଇ ତଳେ ନିଆଁ ଜାଳିଲେ ପାଣି ଗରମ ହୁଏ। କାରଣ ନିଆଁରୁ ବାହାରୁଥିବା ତାପ ଦ୍ୱାରା କଡ଼େଇ ଗରମ ହୁଏ। କଡ଼େଇ...

ଖରାଦିନେ ସ୍କିନ୍‌ ଆଲର୍ଜିର ଘରୋଇ ଚିକିତ୍ସା

ଖରାଦିନେ ଝାଳ ବୋହିବା ସହ କେତେକଙ୍କଠାରେ ବିଭିନ୍ନ ପ୍ରକାର ସ୍କିନ୍‌ ଆଲର୍ଜି ସମସ୍ୟା ଦେଖାଯାଇଥାଏ। କାହାର ଘିମିରି ବାହାରେ ତ କାହା ଶରୀରରେ ନାଲି ନାଲି...

ଘରେ ସୁଖସମୃଦ୍ଧି ବୃଦ୍ଧି ପାଇଁ ବାସ୍ତୁ ଉପାୟ, ଆପଣାଇଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ବିଶେଷ ଉପାୟ ରହିଛି; ଯାହାକୁ ଆପଣାଇଲେ ଘରେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ସମ୍ପର୍କରେ ନିବିଡ଼ତା ଆସିଥାଏ। ତା’ସହିତ ଅନେକ...

ଇଲେକ୍ଟ୍ରିକ୍‌ ସମାଗ୍ରୀ ଚକ୍‌ଚକ୍‌ କରିବାକୁ ଚାହୁଁଥିଲେ…ଆପଣାନ୍ତୁ ଏହି ଉପାୟ

ଇଲେକ୍ଟ୍ରି ସାମଗ୍ରୀ ସଫା କରିବା ସମୟରେ କେତେକ ବିଷୟ ପ୍ରତି ସ୍ବତନ୍ତ୍ର ଭାବରେ ଦୃଷ୍ଟି ଦେବାକୁ ପଡ଼ିଥାଏ। ଏହି ସମୟରେ ନିମ୍ନଲିଖିତ ଟିପ୍ସ ଆପଣେଇ ପାରନ୍ତି…...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri