ଭୂତକୋଠି ପାଲଟିଛି ଡାକବଙ୍ଗଳା

ମୁନିଗୁଡ଼ା,୧୮।୯(ଡି.ଏନ୍‌.ଏ.) : ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ଅନ୍ତର୍ଗତ ଅମ୍ବାଦଳା ରାଜ୍ୟ ରାଜପଥ ପାର୍ଶ୍ୱରେ ଥିବା ବହୁ ପୁରାତନ ଗେଷ୍ଟ୍‌ ହାଉସ୍‌ ତଥା ଡାକବଙ୍ଗଳା ଭୂତକୋଠି ପାଲଟିଛି। ୩/୪ ଏକର ପରିମିତ ଜାଗାରେ ଥିବା ଏହି ସରକାରୀ ଡାକବଙ୍ଗଳାରେ ଉଚ୍ଚ ପଦାଧିକାରୀମାନେ ବିଶ୍ରାମ ନେଉଥିଲେ। କନ୍ତୁ ବର୍ତ୍ତମାନ ତାହା ଆଉ କାମରେ ଲାଗୁନି। ପ୍ରତିବର୍ଷ ଆର୍‌ଡି ବିଭାଗ ପକ୍ଷରୁ ଉକ୍ତ ଡାକବଙ୍ଗଳାର ମରାମତି କରାଯାଉଥିଲେ ମଧ୍ୟ ଭୂତକୋଠ ପରି ଦେଖାଯାଉଛି। ଏହି ଡାକବଙ୍ଗଳାରେ ୩ଟି ଶୟନକକ୍ଷ, ୨ଟି ସଭାଗୃହ ସହ ଗୋଟିଏ ବଡ଼ ବାରଣ୍ଡା ରହିଛି। କିନ୍ତୁ ତାହା ମରାମତି ପରେ ମଧ୍ୟ ଯଥା ପୂର୍ବଂ ତଥା ପର ହୋଇଛି। ଏଠାରେ ଥିବା ଆସବାବପତ୍ର ବି ନଷ୍ଟ ହେବାକୁ ବସିଛି। ଡାକବଙ୍ଗଳାର ପାଇଖାନା ଏବଂ ସ୍ନାନାଗାର ଭଗ୍ନ ଅବସ୍ଥାରେ। ସେହିପରି ଏହାର ଚତୁଃପାର୍ଶ୍ୱରେ ଅନାବନା ଗଛ ମାଡ଼ିଗଲାଣି। ପାନୀୟ ଜଳର ସୁବ୍ୟବସ୍ଥା ନାହିଁ। ଡାକବଙ୍ଗଳାକୁ ଲାଗି ରାଜ୍ୟ ରାଜପଥ ଯାଇଛି। ଅନ୍ୟପାର୍ଶ୍ୱରେ ହାଇସ୍କୁଲ, ସାମନ୍ତ କଲେଜ, ଅମ୍ବାଦୋଳ ପୋଲିସ ଷ୍ଟେଶନ ଓ ଅମ୍ବୁଭଟା ପଞ୍ଚାୟତ କାର୍ଯ୍ୟାଳୟ ରହିଛି। ମାତ୍ର ଡାକବଙ୍ଗଳା ପ୍ରତି କାହାର ଶୁଭଦୃଷ୍ଟି ପଡୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୧୮ ବର୍ଷ ପରେ CSKର ହାତ ଛାଡିଲେ ଏହି ଖେଳାଳି, ପାରସ୍ପରିକ ସହମତିରେ ଦଳରୁ ହେଲେ ଅଲଗା

ନୂଆଦିଲ୍ଲୀ,୧୩।୭: ୧୮ ବର୍ଷର ସହଭାଗିତା ପରେ ଚେନ୍ନାଇ ସୁପର କିଙ୍ଗସ ଏବଂ ମୁଖ୍ୟ ପ୍ରଶିକ୍ଷକ ଷ୍ଟିଫେନ ଫ୍ଲେମିଂ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ଇଣ୍ଡିଆନ ପ୍ରିମିୟର…

ଦାନ୍ତବିନ୍ଧା ତାଲିକାରେ ଯୋଡ଼ା ହେଲା ଆଉ ଏକ କାରଣ…

ସାଧାରଣତଃ ଥଣ୍ଡାଜନିତ ସମସ୍ୟା କିମ୍ବା ଦାନ୍ତ ମୂଳରେ ସଂକ୍ରମଣ ହେଲେ ଦାନ୍ତ ବିନ୍ଧିଥାଏ। ତେବେ ଏହି ତାଲିକାରେ ଏବେ ଆଉ ଏକ କାରଣକୁ ଯୋଡ଼ାଯାଇଛି। ଦାନ୍ତ ବିନ୍ଧା…

ବିଡିଓଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ, ଦାବିପତ୍ର ପ୍ରଦାନ କରି…

କର୍ଲାମୁଣ୍ଡା:୧୩।୭,(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଗ୍ରାମ ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ଗାଁର ଜନୈକ ବ୍ୟକ୍ତି…

କୂଅରୁ ମିଳିଲା ଯୁବକଙ୍କ ମୃତଦେହ: ଗାଁରେ ପଡିଛି ଚହଳ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗାଁ ମା’ ମାଣିକେଶରୀ ମନ୍ଦିର ନିକଟ ଶ୍ରୀ ମଦନ ମୋହନ ମନ୍ଦିର ପରିସରରେ ଥିବା କୂଅରୁ…

ଦୋକାନରେ ପିଉଥିଲେ ଚା’, ମୁଣ୍ଡରେ ପଡିଲା ଗଛ ଡ଼ାଳ, ତା’ପରେ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ସୋମବାର ଭୋରରେ ଏକ ଅଭାବନୀୟ ଘଟଣା ଘଟିଛି। ଆଡ଼ପଡ଼ା ଗ୍ରାମରେ ରହୁଥିବା…

ଆନ୍ଧ୍ରରେ କରୋନା ମୃତ୍ୟୁ, ଓଡ଼ିଶା ସୀମାରେ ହାଇଆଲର୍ଟ

ଭୁବନେଶ୍ୱର,୧୩।୭: ଆନ୍ଧ୍ରପ୍ରଦେଶରେ COVID-19ରେ ଆକ୍ରାନ୍ତ ହୋଇ ୨ଜଣ ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଓଡ଼ିଶା ସୀମାରେ ହାଇଆଲର୍ଟ ଜାରି କରାଯାଇଛି। ଏପରକି ଆନ୍ଧ୍ର ସୀମାନ୍ତ ଜିଲାର CDMOମାନଙ୍କୁ…

ପ୍ଲୁଟୋକୁ ନେଇ ବିବାଦ

ପ୍ଲୁଟୋ ହେଉଛି ସୌରଜଗତର ପାଞ୍ଚଟି ବାମନ ଗ୍ରହ ମଧ୍ୟରୁ ଗୋଟିଏ। ବାସ୍ତବରେ ଆମେରିକୀୟ ଜ୍ୟୋତିର୍ବିଦ କ୍ଲାଇଡ୍‌ ଟମ୍‌ବାଓ ଏହାକୁ ୧୯୩୦ ମସିହାରେ ଆବିଷ୍କାର କରିଥିଲେ। ତା’ପରେ ଏହା…

‘ଜେଣ୍ଟଲ ମ୍ୟାନ’ ଲୁକରେ ବୈଭବ ସୂର୍ଯ୍ୟବଂଶୀ, ଯୁବରାଜ ସିଂହଙ୍କୁ ଭେଟିବା ସହ ଫଟୋ ଶେୟାର କରି ଲେଖିଲେ…

ନୂଆଦିଲ୍ଲୀ,୧୩।୭: ୧୫ ବର୍ଷୀୟ ଭାରତୀୟ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ରବିବାର ଏକ ସ୍ବତନ୍ତ୍ର ଦିନ ଥିଲା। ଇଂଲଣ୍ଡ ବିପକ୍ଷରେ ଟି୨୦ ସିରିଜ ଶେଷ ହେବା ପରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri