ଭୂତକୋଠି ହେଲାଣି ରକ୍ତଭଣ୍ଡାର ଗୃହ

ଆଠମଲ୍ଲିକ, ୨୦ା୧୨(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକବାସୀଙ୍କ ଆବଶ୍ୟକତାକୁ ଆଖିରେ ରଖି ନିର୍ମାଣ ହୋଇଥିବା ରକ୍ତଭଣ୍ଡାର ଗୃହ ଭୂତକୋଠିରେ ପରିଣତ ହେବାକୁ ବସିଲାଣି। ନିର୍ମାଣକୁ ୧୦ ବର୍ଷ ପୂରିଥିଲେ ହେଁ ଏହାକୁ ସ୍ବାସ୍ଥ୍ୟ ବିଭାଗକୁ ହସ୍ତାନ୍ତର କରାଯାଉ ନାହିଁ। ଫଳରେ ଲତାବୁଦା ମାଡ଼ିବା ସହ ଏହା ପରିସର ଆବର୍ଜନାରେ ଭର୍ତ୍ତି ହୋଇଛି।
ସୂଚନା ମୁତାବକ, ୨୦୦୯-୨୦୧୦ ଆର୍ଥତ୍କ ବର୍ଷରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ଏହି ରକ୍ତଭଣ୍ଡାର ଗୃହ ନିର୍ମାଣ କରାଯାଇଥିଲା। ଏଥିପାଇଁ ୧୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିଲା। ହେଲେ ଏତେ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଏହି ଗୃହ ଆଜି ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ବିଭାଗକୁ ହସ୍ତାନ୍ତର ହୋଇପାରିନି। ଫଳରେ ଏହା ଏକ ପ୍ରକାର ପରିତ୍ୟକ୍ତ ଅବସ୍ଥାରେ ପଡିରହିଛି। ଗୃହ ଚତୁଃପାର୍ଶ୍ୱରେ ବର୍ତ୍ତମାନ ଅନାବନା ଗଛ ଉଠି ପରିସରକୁ ନଷ୍ଟ କରୁଛି। ଅନେକ ସମୟରେ ଏଠାରେ ଅସାମାଜିକ ଲୋକମାନେ ଆଡ୍ଡା ଜମାଉଛନ୍ତି। ସ୍ଥାୟୀ ରକ୍ତଭଣ୍ଡାର ଗୃହ ନ ଥିବାରୁ ଏଠାରେ ଡାକ୍ତର, ଟେକ୍ନିସିଆନ, ଆଟେଣ୍ଡାଣ୍ଟ, ସୁଇପର ଆଦି ନିଯୁକ୍ତି ମଧ୍ୟ ହୋଇପାରୁନାହିଁ। ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ସରକାର ଗୃହ ନିର୍ମାଣ କରିଥିଲେ ହେଁ କାହିଁକି ଏହାକୁ କାମରେ ଲଗାଯାଇପାରୁନାହିଁ ସେ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଏ ସମ୍ପର୍କରେ ସ୍ଥାନୀୟ ଭାରପ୍ରାପ୍ତ ଏସ୍‌ଡିଏମ୍‌ଓ ସୁନୀଲ କୁମାର ପଣ୍ଡାଙ୍କୁ ଯୋଗାଯୋଗ କରିବାରେ କହିଛନ୍ତି, ରକ୍ତଭଣ୍ଡାର ଗୃହ ସ୍ବାସ୍ଥ୍ୟ ବିଭାଗକୁ ହସ୍ତାନ୍ତର ହୋଇନାହିଁ। ଫଳରେ ରକ୍ତଦାନ ଶିବିରଗୁଡିକରେ ଉପଖଣ୍ଡ ଚିକିତ୍ସାଳୟରୁ ଡାକ୍ତର ଓ କର୍ମଚାରୀ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ୧୯୯୯ରେ ନିର୍ମିତ ରକ୍ତଭଣ୍ଡାର ଗୃହରେ କାର୍ଯ୍ୟ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri