ଛତ୍ରପୁର,୨୫ା୧୨(ଡି.ଏନ୍.ଏ.): ପୁରୁଷୋତ୍ତମପୁର ବ୍ଲକ ଭୂତସରସିଙ୍ଗି ପଞ୍ଚାୟତର ସମିତିସଭ୍ୟ ପଦବୀକୁ ଛତ୍ରପୁର ସିଭିଲ ଜଜ୍ (ସିନିୟର ଡିଭିଜନ) ସ୍ବଂୟପ୍ରଭା ଆଚାର୍ଯ୍ୟ ମଙ୍ଗଳବାର ଅସିଦ୍ଧ ଘୋଷଣା କରିଛନ୍ତି। ଭୂତସରସିଙ୍ଗି ସମିତିସଭ୍ୟ ଭାବେ ନିର୍ବାଚିତ ହୋଇଥିବା ରମେଶ ନାୟକଙ୍କ ୩ ସନ୍ତାନ ଥିବା ଦର୍ଶାଇ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବନମାଳୀ ପ୍ରଧାନ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ରମେଶଙ୍କ ପଦବୀକୁ ଅସିଦ୍ଧ ଘୋଷଣା କରିବାକୁ ସେ ଏକ ପିଟିଶନ (୧/୧୭) ଛତ୍ରପୁର କୋର୍ଟରେ ଦାଖଲ କରିଥିଲେ। ସାକ୍ଷ୍ୟ ପ୍ରମାଣକୁ ଆଧାର କରି କୋର୍ଟ ରମେଶଙ୍କ ସମିତିସଭ୍ୟ ପଦବୀକୁ ଅସିଦ୍ଧ ଘୋଷଣା କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଓକିଲ ଦେବେନ୍ଦ୍ର କୁମାର ମିଶ୍ର, ପ୍ରତିପକ୍ଷଙ୍କ ପକ୍ଷରୁ ଓକିଲ କୃଷ୍ଣଚନ୍ଦ୍ର ସାହୁ, ସରକାରଙ୍କ ପକ୍ଷରୁ ଓକିଲ ସୁରେଶ ପଣ୍ଡା ମାମଲା ପରିଚାଳନା କରୁଥିଲେ। ସୂଚନାଯୋଗ୍ୟ, ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ସମିତିସଭ୍ୟ ଓ ସରପଞ୍ଚମାନଙ୍କ ପକ୍ଷରୁ ଅନାସ୍ଥା ପ୍ରସ୍ତାବ ଅଣାଯାଇଛି। ଏଭଳି ସମୟରେ ଜଣେ ସମିତିସଭ୍ୟଙ୍କ ପଦବୀ ଅସିଦ୍ଧ ଘୋଷଣା ପରେ ରାଜନୈତିକ ଉଷ୍ମତା ଦେଖାଦେଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ
କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…
ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ
ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…
ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ
ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…
ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ
ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…
ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ
ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…
ଜଳିଗଲା ୩ ଭାଇଙ୍କ ଘର
ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…
ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ
ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…
ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ
ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…
Archives

