ଭୂତ ଛଡ଼ାଇବା ନାଁରେ ନାବାଳକଙ୍କୁ ଜୋତାଧୂଆଁ ଦେବା ଘଟଣା: ଗିରଫ ହେଲେ ଗୁଣିଆ ଦମ୍ପତି

ଭୋଗରାଇ, ୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଧୀନ ମହାଗବ ଅଞ୍ଚଳର ଜଣେ ରୋଗଗ୍ରସ୍ତ ନାବାଳକଙ୍କୁ ଭୂତ ଲାଗିଥିବା କହି ଗୁଣିଆ ଦମ୍ପତି ଜୋତାପୋଡ଼ି ଧୂଆଁ ଦେବା ଓ ନିର୍ଧୁମ୍‌ ପିଟିବା ଘଟଣା ଭିଡିଓ ଭାଇରାଲ ହେବା ପରେ ସାଧାରଣରେ ତୀବ୍ର ପ୍ରତିକ୍ରୟା ପ୍ରକାଶ ପାଇଛି। କମର୍ଦ୍ଦା ଥାନା ଆଇଆଇସି ପାସ୍କେ ଏକ୍କାଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଗୁରୁବାର ଭୋର ସମୟରେ ପଶ୍ଚିମବଙ୍ଗ ପଶ୍ଚିମମେଦିନୀପୁର ଜିଲା ମହନପୁର ଥାନା ଅଞ୍ଚଳର ଗୁଣିଆ ଅଜୟ ରାଉଳ ଓରଫ୍‌ ଚୁଣ୍ଟିଆ (୫୫) ଓ ସ୍ତ୍ରୀ କମଳା ରାଉଳ (୪୫)ଙ୍କୁ ଗିରଫ କରି ଜଳେଶ୍ୱର କୋର୍ଟଚାଲାଣ କରିଛନ୍ତି। କୋର୍ଟରେ ଗୁଣିଆ ଦମ୍ପତିଙ୍କୁ ଜାମିନ ଆବେଦନ ଖାରଜ ହୋଇଯିବାରୁ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।
ଏହି ନାବାଳକଙ୍କ ମାତାପିତା ଗରିବ ହୋଇଥିବାରୁ ଡାକ୍ତରଖାନା ନ ଯାଇ ଗ୍ରାମର କ୍ୱାକ୍‌ଙ୍କଠାରେ ଚିକିତ୍ସା କରିଥିଲେ। ହେଲେ ତାଙ୍କ ଦେହ ଭଲ ନ ହେବାରୁ ଭୂତପ୍ରେତ ଲାଗିଥିବା ସନ୍ଦେହ କରି ଗୁଣିଆ ପାଖକୁ ନେଇଥିଲେ। ସେଠାରେ ଗୁଣିଆ ଦମ୍ପତି ନାବାଳକଙ୍କୁ ରାସ୍ତା କଡ଼କୁ ନେଇ ପୂଜାର୍ଚ୍ଚନା କରିବା ସହିତ ଜୋତା ପୋଡ଼ି ଧୂଆଁଦେବା ଓ ଗଛଡ଼ାଳ ଓ ବାଡ଼ିରେ ନିର୍ଧୁମ୍‌ ମାରପିଟ କରିଥିଲେ। ଏଥିରେ ନାବାଳକଜଣକ ଅଚେତ ହୋଇପଡିଥିଲେ। ସେଠାରୁ ମାତାପିତା ନାବାଳକଙ୍କୁ ଡାକ୍ତରଙ୍କ ପାଖକୁ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri