ଭୂମିହୀନ କୃଷକଙ୍କୁ ନିଜ ଫାର୍ମ ହାଉସରେ କାମ କରିବାର ସୁଯୋଗ ଦେଲେ ଜୁହି

ମୁମ୍ବାଇ: ପରିବେଶ ପ୍ରେମୀ କଳାକାରଙ୍କ ଭିତରେ ଜଣେ ହେଉଛନ୍ତି ବଲିଉଡ୍‌ ନାୟିକା ଜୁହି ଚାଓ୍ବଲା। ଏବେ କରୋନା ଭାଇରସ ପାଇଁ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଭୂମିହୀନ କୃଷକଙ୍କୁ ସାହାଯ୍ୟ କରିବାକୁ ଚିନ୍ତା କରିଛନ୍ତି ଏହି ନାୟିକା। ସୂଚନା ମୁତାବକ, ମୁମ୍ବାଇଠାରୁ କିଛି ଦୂରରେ ଜୁହିଙ୍କର ଏକ ଫାର୍ମ ହାଉସ ବା ଚାଷ କରିବାକୁ କିଛି କ୍ଷେତ ରହିଛି। ଯେଉଁଠାରେ ବିଶେଷଜ୍ଞଙ୍କ ଦ୍ୱାରା ଜୈବିକ ଚାଷର ଅଭ୍ୟାସ କରାଯାଉଛି। ଏବେ ଏହି ସମୟରେ ସେଠାରେ ଧାନ ଚାଷ କରିବାକୁ ଭୂମିହୀନ କୃଷକମାନଙ୍କୁ ଏକ ସୁଯୋଗ ଦେଇଛନ୍ତି ଜୁହି। ନିକଟରେ ଏକ ଓ୍ବେବସାଇଟରେ ଦେଇଥିବା ସାକ୍ଷାତ୍‌କାରରେ ଜୁହି ଏହା କହିଛନ୍ତି। ସେ କହିଛନ୍ତି ଏହି ସମୟରେ ଭୂମିହୀନ କୃଷକମାନେ ତାଙ୍କ କ୍ଷେତରେ ଧାନ ଚାଷ କରିବା ସହ ଏହାର କିଛି ଅଂଶ ସେମାନେ ସେମାନଙ୍କ ପାଇଁ ରଖିପାରିବେ। ତେବେ ଏହା କୌଣସି ନୂଆ କଥା ନୁହେଁ ପୂର୍ବକାଳରେ ମଧ୍ୟ ଏପରି କରାଯାଉଥିଲା ବୋଲି ଜୁହି ମତ ଦେଇଛନ୍ତି। ତେବେ ଜୁହିଙ୍କ ଚାଷ ଚମିରେ ଚାଷ କରିବା ସମୟରେ କେବଳ ଜୈବିକ ପଦାର୍ଥରେ ଚାଷ କରାଯିବ ଯେମିତି କୌଣସି ରାସାୟନିକ ଜମି ମଧ୍ୟକୁ ପ୍ରବେଶ ନ କରେ ସେଥିପ୍ରତି ଧ୍ୟାନ ଦେବାକୁ କହିଛନ୍ତି ନାୟିକା ଜୁହି ଚାଓ୍ବଲା। ଏବେ ଲକ୍‌ଡାଉନ ଯୋଗୁ ସମସ୍ତେ ଏକ ପ୍ରକାର ଘରେ ବନ୍ଦ ଥିବା ବେଳେ ଜୁହିଙ୍କ ଏଭଳି ଚିନ୍ତାଧାରାକୁ ଅନେକେ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri