Posted inଖେଳ

ଭିଟୋରିଙ୍କ ୧୧ ନଂ ଜର୍ସିକୁ ସନ୍ନ୍ୟାସ ଦେଲା ନ୍ୟୁଜିଲାଣ୍ଡ

ଓ୍ବେଲିଂଟନ,୫।୮(ପି.ଟି.)- ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍‌ଜେଡ୍‌ସି) ସୋମବାର କିମ୍ବଦନ୍ତୀ ସ୍ପିନର ଡାନିଏଲ ଭିଟୋରିଙ୍କୁ ସମ୍ମାନ ଜଣାଇ ତାଙ୍କ ୧୧ ନଂ ଜର୍ସିକୁ ସନ୍ନ୍ୟାସ ଦେଇଛି। ଫଳରେ ଦେଶର ଆଉ କୌଣସି କ୍ରିକେଟର ୧୧ ନଂ ଜର୍ସି ପରିଧାନ କରିପାରିବେ ନାହିଁ। କେବଳ ଭିଟୋରି ନୁହନ୍ତି, ଦେଶ ପାଇଁ ୨୦୦ରୁ ଅଧିକ ଅନ୍ତର୍ଜାତୀୟ ଦିନିକିଆ ଖେଳିଥିବା କ୍ରିକେଟରଙ୍କ ଜର୍ସିକୁ ସନ୍ନ୍ୟାସ ଦିଆଯିବ ବୋଲି ଏନ୍‌ଜେଡ୍‌ସି ପକ୍ଷରୁ ଟୁଇଟର ଜରିଆରେ ଘୋଷଣା କରାଯାଇଛି। ଦେଶ ପକ୍ଷରୁ ସର୍ବାଧିକ ୨୯୧ ଦିନିକିଆ ଖେଳିଥିବା ଭେଟୋରିଙ୍କ ନାମରେ ମୋଟ ୩୦୫ ଉଇକେଟ ରହିଛି। ଏଥିସହ ୫ ଅର୍ଦ୍ଧଶତକ ସହ ୨୨୫୩ ରନ୍‌ କରିଥିଲେ। ୪୦ ବର୍ଷୀୟ ପୂର୍ବତନ ବାମହାତୀ ସ୍ପିନର ୧୧୩ ଟେଷ୍ଟ ଖେଳି ୩୬୨ ଉଇକେଟ ହାତେଇଥିଲେ। ଲମ୍ବା ଫର୍ମାଟରେ ୪,୫୩୧ ରନ୍‌ କରିଥିଲେ, ଯେଉଁଥିରେ ୬ ଶତକ ଓ ୨୩ ଅର୍ଦ୍ଧଶତକ ସାମିଲ ଥିଲା। ସେ ୨୦୦୭ରୁ ୨୦୧୧ ପର୍ଯ୍ୟନ୍ତ ଦଳର ନେତୃତ୍ୱ ନେଇଥିଲା। ଏହାବାଦ୍‌ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ପାଇଁ ନୂଆ ଟେଷ୍ଟ ଜର୍ସି ଉନ୍ମୋଚନ କରାଯାଇଛି। ନ୍ୟୁଜିଲାଣ୍ଡ ଦଳ ତା’ର ବିଶ୍ୱ ଟେଷ୍ଟ ଚାମ୍ପିୟନଶିପର ପ୍ରଥମ ମ୍ୟାଚ୍‌ ଶ୍ରୀଲଙ୍କା ବିପକ୍ଷରେ ଗାଲେଠାରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?