ଭେଡେନ୍‌ ଗଣବଳାତ୍କାର, ହତ୍ୟା ମାମଲା: ମାନବିକ ଅଧିକାର ଉଲ୍ଲଂଘନ କରିଛି ପୋଲିସ: ଓଏଚ୍‌ଆର୍‌ସି

କଟକ ଅଫିସ, ୨୬।୯: ବରଗଡ ଜିଲା ଭେଡେନ୍‌ ଥାନା ଅଞ୍ଚଳରେ ଘଟିଥିବା ତିନି ଦଳିତ ମହିଳାଙ୍କୁ ଗଣବଳାତ୍କାର ଓ ଦୁଇ ଜଣଙ୍କୁ ହତ୍ୟା ଘଟଣାରେ ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ବୁଧବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏହି ଘଟଣାରେ ପୋଲିସ ମାମଲା ରୁଜୁ କରି ନ ଥିବାରୁ ଓଏଚ୍‌ଆର୍‌ସି ବିରକ୍ତି ପ୍ରକାଶ କରିବା ସହ ତୁରନ୍ତ ମାମଲା ରୁଜୁ କରିବାକୁ ବରଗଡ଼ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ପୋଲିସ ମାନବିକ ଅଧିକାର ଉଲ୍ଲଂଘନ କରିଥିବା ଓଏଚ୍‌ଆର୍‌ସି ତାଙ୍କ ଆଦେଶରେ ସ୍ପଷ୍ଟ କରିଛନ୍ତି। ସେହିପରି ପୀଡ଼ିତାଙ୍କୁ କାହିଁକି କ୍ଷତିପୂରଣ ଦିଆ ନ ଯିବ ତାହାର ଜବାବ ରଖିବାକୁ ଓଏଚ୍‌ଆର୍‌ସି ବରଗଡ଼ ଏସ୍‌ପିଙ୍କୁ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ପୋଲିସ ଗତ ୨୦ରେ ଦେଇଥିବା ରିପୋର୍ଟକୁ କମିଶନ ଅଗ୍ରାହ୍ୟ କରିବା ସହ ନିୟମାନୁଯାୟୀ ପୋଲିସ କାର୍ଯ୍ୟ କରି ନ ଥିବାରୁ ପୀଡ଼ିତାମାନଙ୍କର ମାନବିକ ଅଧିକାର କ୍ଷୁଣ୍ଣ ହୋଇଛି। ଏହି ଘଟଣାରେ ପୋଲିସର ନିଷ୍କ୍ରିୟତାକୁ ନେଇ ଓଏଚ୍‌ଆର୍‌ସି କ୍ଷୋଭ ପ୍ରକାଶ କରିଛନ୍ତି।
କମିଶନଙ୍କ ନିକଟରେ ହୋଇଥିବା ଅଭିଯୋଗ ଅନୁଯାୟୀ, ପ୍ରଜାକୋର୍ଟ ଦ୍ୱାରା ବାସନ୍ଦ ହୋଇଥିବା ଗୋଟିଏ ପରିବାରର ତିନି ମହିଳାଙ୍କୁ ୨୦୧୬ ସେପ୍ଟେମ୍ବର ୨୩ରେ ଭେଡେନ୍‌ ଥାନାର କେତେଜଣ କର୍ମଚାରୀ ଘରୁ ପୋଲିସ ଭ୍ୟାନ୍‌ରେ ଉଠାଇ ନେଇଥିଲେ। ପରେ ସେମାନଙ୍କୁ ବଳାତ୍କାର କରାଯାଇଥିଲା। ଏହାପରେ ପୀଡ଼ିତାମାନଙ୍କୁ ପୋଲିସ ଗ୍ରାମବାସୀଙ୍କ ଜିମା ଦେଇଥିଲା। ସ୍ଥାନୀୟ ଅଞ୍ଚଳର କେତେଜଣ ଲୋକ ସେମାନଙ୍କୁ ୧୦ ଦିନ ଜଙ୍ଗଲରେ ରଖି ବଳାତ୍କାର କରିଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଖସି ଆସିଥିବାବେଳେ ଆଉ ଦୁଇଜଣଙ୍କୁ ସେମାନେ ହତ୍ୟା କରିଥିବା ଅଭିଯୋଗ ହୋଇା।
ଏହା ଉପରେ ପୋଲିସ କୌଣସି ପଦକ୍ଷେପ ନେଇ ନ ଥିଲା। ଖସି ଆସିଥିବା ମହିଳା ଜଣଙ୍କ ଓଏଚ୍‌ଆରସିଙ୍କ ଦ୍ୱାରସ୍ଥ ହୋଇଥିଲେ। ମହିଳା ଜଣଙ୍କ ତାଙ୍କ ବଡ ଭାଇଙ୍କୁ ଏ ସମ୍ପର୍କରେ ଜଣାଇଥିଲେ। ୨୦୧୭ ମେ’ ୫ରେ ତାଙ୍କ ଭାଇ ବରଗଡ ଏସ୍‌ପିଙ୍କୁ ଏ ସମ୍ପର୍କରେ ଲିଖିତ ଭାବେ ଜଣାଇବା ସହ ଅନ୍ୟ ପୋଲିସ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ମଧ୍ୟ ଅବଗତ କରାଇଥିଲେ। ମାତ୍ର କାର୍ଯ୍ୟାନୁଷ୍ଠାନ ବଦଳରେ ୨୦୧୭ ଜୁଲାଇ ୧୯ରେ ଅଭିଯୋଗ କରିଥିବା ଭାଇଙ୍କୁ ହତ୍ୟା କରାଯାଇଥିଲା। ଏଥିରେ ପୋଲିସ ଓ ଗଁା ଲୋକଙ୍କ ସମ୍ପୃକ୍ତି ରହିଥିବା ଆବେଦନକାରିଣୀ କମିଶନଙ୍କୁ ଜଣାଇଥିଲେ। ଆଇନଜୀବୀ ନିଶିକାନ୍ତ ମିଶ୍ରଙ୍କ ସହାୟତାରେ ପୀଡିତାଙ୍କ ପରିବାର ସେମାନଙ୍କ ଉପରେ ହୋଇଥିବା ଅତ୍ୟାଚାର ବିରୋଧରେ ନ୍ୟାୟିକ ସଂଗ୍ରାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri