ଭେଣ୍ଟିଲେଟରରେ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର

ନୂଆଦିଲ୍ଲୀ,୧୯।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ବାସ୍ଥ୍ୟାବସ୍ଥା ଶୁକ୍ରବାର ପୁଣି ବିଗିଡ଼ିଯାଇଛି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ୨ ଦିନ ପୂର୍ବରୁ ସତ୍ୟେନ୍ଦ୍ରଙ୍କ କରୋନା ପଜିଟିଭ୍‌ ବାହାରିଥିଲା। ଦିଲ୍ଲୀ ରାଜୀବ ଗାନ୍ଧୀ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି। ପୁସ୍‌ଫୁସ୍‌ରେ ସଂକ୍ରମଣ ଅଧିକ ବଢ଼ିଯିବାରୁ ତାଙ୍କୁ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେଉଛି। ଫଳରେ ଶୁକ୍ରବାର ଡାକ୍ତର ତାଙ୍କୁ ଭେଣ୍ଟିଲେଟରରେ ରଖି ଚିକିତ୍ସା କରୁଥିବା ସୂଚନା ମିଳିଛି।

Share