ଭେଣ୍ଡର ବକେୟା ଶୀଘ୍ର ପ୍ରଦାନ ନେଇ ରାଷ୍ଟ୍ରାୟତ୍ତ ସଂସ୍ଥାଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୯-୯: ଦେଶରେ ଅର୍ଥନୈତିକ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବାକୁ ସରକାର ପଦକ୍ଷେପ ନେଇଛନ୍ତି। ଏହି ଧାରାରେ ଆସନ୍ତା ମାସ ୧୫ ସୁଦ୍ଧା ଭେଣ୍ଡର ଏବଂ କଣ୍ଟ୍ରାକ୍ଟରଙ୍କ ସମସ୍ତ ବକେୟା ପ୍ରଦାନ କରିବା ଲାଗି ସରକାର ରାଷ୍ଟ୍ରାୟତ୍ତ ସଂସ୍ଥାଗୁଡିକୁ ଶନିବାର ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ଦେଶର ଅଭିବୃଦ୍ଧି ସର୍ବନିମ୍ନ ସ୍ତରରେ ରହିଛି। ଏହା ସରକାରଙ୍କ ମୁଣ୍ଡବିନ୍ଧାର କାରଣ ପାଲଟିଛି। ବିଭିନ୍ନ କ୍ଷେତ୍ରର ଖର୍ଚ୍ଚ ବୃଦ୍ଧି ଦ୍ୱାରା ଅର୍ଥ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ଲାଗି ସରକାର ଏଭଳି ଏକ ପ୍ରୟାସ କରିଥିବା ଜଣାପଡିଛି। ନୂଆଦିଲ୍ଲୀଠାରେ କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମୁଖ୍ୟମାନଙ୍କ ସହ ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବୈଠକ କରିବା ସହ ସଂସ୍ଥାଗୁଡିକର ପୁଞ୍ଜି ବିନିଯୋଗ କାର୍ଯ୍ୟକ୍ରମକୁ ସମୀକ୍ଷା କରିଛନ୍ତି।

ଏହି ଅବସରରେ ନିର୍ମଳା କହିଛନ୍ତି ଯେ, ଅକ୍ଟୋବର ୧୫ ସୁଦ୍ଧା ଏକ ପୋର୍ଟାଲ ବ୍ୟବସ୍ଥା କରିବାକୁ ରାଷ୍ଟ୍ରାୟତ୍ତ ସଂସ୍ଥାଗୁଡିକୁ କୁହାଯାଇଛି। ଏଠାରେ ସେବା ଯୋଗାଣକାରୀ, ଭେଣ୍ଡର ଏବଂ କଣ୍ଟ୍ରାକ୍ଟରମାନେ ସେମାନଙ୍କ ପେମେଣ୍ଟ ଏବଂ ବିଲ୍‌କୁ ଟ୍ରାକ କରିବାକୁ ସକ୍ଷମ ହେବେ। ଏହା ଦ୍ୱାରା ନଗଦ ସମସ୍ୟା ହ୍ରାସ କରାଯାଇ ପାରିବ ବୋଲି ନିର୍ମଳା ସ୍ପଷ୍ଟ କରିଛନ୍ତି। ସେହିଭଳି ଭେଣ୍ଡର ଏବଂ କଣ୍ଟ୍ରାକ୍ଟରଙ୍କ ସହ ଦ୍ୱନ୍ଦ୍ୱ ଯୋଗୁ ଫଇସଲା ହୋଇ ପାରି ନ ଥିବା ପେମେଣ୍ଟ ସମ୍ପର୍କିତ ବୁଝାମଣାରେ କେତେ ସମୟ ଲାଗୁଛି ତାର ବିସ୍ତୃତ ତଥ୍ୟ ଉପରେ ସଂସ୍ଥାଗୁଡିକର ପକ୍ଷ ଲୋଡା ଯାଇଛି।

ଆଗାମୀ ୪ ତ୍ରୈମାସ ଲାଗି ରାଷ୍ଟ୍ରାୟତ୍ତ ସଂସ୍ଥାଗୁଡିକ ସେମାନଙ୍କ ଖର୍ଚ୍ଚ ସଂକ୍ରାନ୍ତ ଯୋଜନା ପ୍ରଦାନ କରିବାକୁ କୁହାଯାଇଛି। ଅର୍ଥ ସଚିବ ରାଜୀବ କୁମାର କହିଛନ୍ତି, ୩୪ କେନ୍ଦ୍ରୀୟ ସଂସ୍ଥା ଅଗଷ୍ଟ ମାସ ଶେଷ ସୁଦ୍ଧା ୪୮,୦୭୭ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ଚଳିତ ବର୍ଷ ଡିସେମ୍ବର ସୁଦ୍ଧା କମ୍ପାନୀଗୁଡିକ ଆଉ ୫୦,୧୫୯ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଯୋଜନା ରଖିଛନ୍ତି। ସେହିଭଳି ଜାନୁୟାରୀ ମାର୍ଚ୍ଚ ତ୍ରୈମାସରେ କମ୍ପାନୀଗୁଡିକ ୫୪,୭୦୦ କୋଟି ଟଙ୍କା ବିନିଯୋଗ କରିବେ। ଏଥିରେ ବ୍ୟୟ ସଚିବ ଗିରିଶ ଚନ୍ଦ୍ର ମୁର୍ମୁ କହିଛନ୍ତି ଯେ, ୨୪୨ ରାଷ୍ଟ୍ରାୟତ୍ତ ସଂସ୍ଥାର ମୋଟ ଖର୍ଚ୍ଚ ମିଶିଲେ ପ୍ରାୟ ୪ ଲକ୍ଷ କୋଟି ଟଙ୍କା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…

ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ…

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri