Posted inଜାତୀୟ

ଏମ୍‌ପିଙ୍କୁ କଡ଼ା ନିର୍ଦ୍ଦେଶ: ଭୋକ ଲାଗିଲେ କ୍ୟାଣ୍ଟିନକୁ ଆସ

ନୂଆଦିଲ୍ଲୀ,୧୯।୭: ସରକାରୀ ବାସଭବନ ନ ମିଳିବା ପର୍ଯ୍ୟନ୍ତ ଦିଲ୍ଲୀର ଓ୍ବେଷ୍ଟର୍ନ କୋର୍ଟରେ ନୂଆ ତିଆରି କରାଯାଇଥିବା ହଷ୍ଟେଲରେ ରହିଥିବା ୮୨ଏମ୍‌ପିଙ୍କ ପାଇଁ କଡ଼ା ନିର୍ଦ୍ଦେଶ ଜାରି କରାଯାଇଛି। ଏମ୍‌ପିମାନେ ନିଜ ରୁମ୍‌ରେ ଖାଦ୍ୟ ଖାଇପାରିବେନି କି ତିଆରି ମଧ୍ୟ କରିପାରିବେ ନାହିଁ ବୋଲି ହଷ୍ଟେଲରେ ଲାଗିଥିବା ନୋଟିସ୍‌ରେ ଉଲ୍ଲେଖ ରହିଛି। ଭୋକ ଲାଗିଲେ ସାଧାରଣ ଲୋକଙ୍କ ଭଳି ଓ୍ବେଷ୍ଟର୍ନ କୋର୍ଟର ଏନେକ୍ସି କ୍ୟାଣ୍ଟିନ୍‌ରେ ଖାଇବାକୁ ପଡ଼ିବ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଯଦି କାହାର ସ୍ବାସ୍ଥ୍ୟ ଖରାପ୍‌ ଥାଏ କିମ୍ବା ବିଶେଷ ପରିସ୍ଥିତିରେ ହିଁ କ୍ୟାଣ୍ଟିନର କର୍ମଚାରୀ ରୁମ୍‌ ପର୍ଯ୍ୟନ୍ତ ଲଞ୍ଚ ଓ ଡିନର ପହଞ୍ଚାଇବେ ବୋଲି ଏନେକ୍ସି କର୍ତ୍ତୃପକ୍ଷ କହିଛନ୍ତି। ଏଥିସହ ରୁମ୍‌ରେ ଖାଦ୍ୟପେୟ ପହଞ୍ଚାଇବା ପାଇଁ ଏମ୍‌ପିମାନେ ଦାଦାଗିରି କଲେ ସେମାନଙ୍କ କଥା ନ ଶୁଣିବା ପାଇଁ କ୍ୟାଣ୍ଟିନ୍‌ ପରିଚାଳକଙ୍କୁ କୁହାଯାଇଛି। ଗତ ବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ହଷ୍ଟେଲକୁ ଉଦ୍‌ଘାଟନ କରିଥିଲେ। ଏଠାରେ ପ୍ରଥମଥର ପାଇଁ ନିର୍ବାଚିତ ହୋଇଥିବା ଏମ୍‌ପିମାନଙ୍କ ରହିବା ପାଇଁ ଅସ୍ଥାୟୀ ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri