ଭୋଗ ଡାରେ ସିରିଜ୍‌ ବୋମାମାଡ଼: ଗୋଟିଏ ପରିବାରର ୩ ଗୁରୁତର

ଖୋର୍ଦ୍ଧା ଅଫିସ, ୨୬।୫: ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ଭୋଗ ଡାରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ବୋମାମାଡ଼ ଘଟିଛି । ଏଥିରେ ଗୋଟିଏ ପରିବାରର ୩ଜଣ ଗୁରୁତର ହୋଇଛନ୍ତି । ଆହତମାନେ ହେଲେ ସୁକାନ୍ତ ଜୟସିଂ, ସ୍ତ୍ରୀ ଲାବଣ୍ୟ ଓ ପୁଅ ସୌମ୍ୟରଞ୍ଜନ। ଆହତମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନା ଅନୁସାରେ, ବିଳମ୍ବିତ ରାତିରେ ୧୦ରୁ ଊର୍ଦ୍ଧ୍ୱ ଦୁର୍ବୃତ୍ତ ସୁକାନ୍ତଙ୍କ ଘର ପଛପଟକୁ ଶାବଳରେ ତାଡ଼ିଥିଲେ। ଏହା ଜାଣିପାରି ସୁକାନ୍ତ ଓ ସୌମ୍ୟରଞ୍ଜନ ଏହାକୁ ବିରୋଧ କରିବାରୁ ଦୁର୍ବୃତ୍ତମାନେ ବାମାମାଡ଼ କରିଥିଲେ। ପରେ ସେମାନେ ଘରେପଶି ସୁକାନ୍ତ ଓ ସୌମ୍ୟରଞ୍ଜନଙ୍କ ସହ ସୁକାନ୍ତଙ୍କ ସ୍ତ୍ରୀ ଲାବଣ୍ୟଙ୍କୁ ଆକ୍ରମଣ କରିଥିଲେ। ଲାବଶ୍ୟ କୌଣସି ମତେ ସେଠାରୁ ଖସି ପଳାଇ ସ୍ଥାନୀୟ ଲୋକଙ୍କୁ ଖବର ଦେଇଥିଲେ। ଏହି ସମୟରେ ରାତି ପାଟ୍ରୋଲିଂ କରୁଥିବା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସକୁ ଦେଖି ଦୁର୍ବୃତ୍ତମାନେ ପୁଣିଥରେ ସିରିଜ୍‌ ବୋମା ମାଡ଼କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଏସ୍‌ପି ଅଜୟ ପ୍ରତାପ ସ୍ବାଇଁ, ବାଘମାରୀ ଥାନା ଅଧିକାରୀ ନିଲିମା ପଟ୍ଟନାୟକ, ସାଇଣ୍ଟିଫିକ ଟିମ୍‌ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ପୋଲିସ ଘଟଣାସ୍ଥଳରୁ ୨ଟି ମୋବାଇଲ, ରକ୍ତଭିଜା କପଡ଼ା ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶା ଦେଇ +୨ ଛାତ୍ରୀଙ୍କୁ ଗଣବଳାତ୍କାର କଲେ ୮ ସହାପାଠୀ

ବ୍ରହ୍ମପୁର,୮ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସହରରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବା ଘଟଣା ଆଲୋଡନ ସୃଷ୍ଟି କରିଛି। ଯୁକ୍ତ ୨ ପଢ଼ୁଥିବା ନାବାଳିକା ଛାତ୍ରୀ ଜଣଙ୍କୁ...

ଦମ୍‌ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କର

ଭୁବନେଶ୍ୱର/ହିଞ୍ଜିଳିକାଟୁ/ଶେରଗଡ଼/ଖଲ୍ଲିକୋଟ,୮ା୫(ଅନିଲ ଦାସ/ ଦ୍ୱିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟନାରାୟଣ ଦାଶ/ପ୍ରଶାନ୍ତ ମିଶ୍ର):କିଛିଲୋକ ଦିନରେ ସ୍ବପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ଭାଜପାକୁ ଯଦି ପଚାରିବେ...

ପ୍ରଣବଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଲା ଭାଜପା

ସମ୍ବଲପୁର, ୮।୫ (ପ୍ରମୋଦ ବହିଦାର):ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଦଳର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ...

ବିଧାୟକ ପ୍ରାର୍ଥୀଙ୍କ ଫଟୋରେ ଜୋତାମାଳ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ପାଟଣା(ବୀର କିଶୋର ଦାଶ),୮ା୫:କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାୟକଙ୍କ ଫଟୋରେ କେହି ଜୋତାମାଳ ଝୁଲାଇବା...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri