ଭୋଜିଖାଇ ୮୦ରୁ ଊଦ୍ଧର୍‌ବ ଝାଡ଼ାବାନ୍ତିରେ ଆକ୍ରାନ୍ତ

କୁଆମରା,୨୭।୭(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ପଞ୍ଚାୟତର ମାଙ୍କଡ଼କେନ୍ଦା ଗ୍ରାମରେ ବୁଧବାର ରାତିରେ ଭୋଜି ଖାଇ ୮୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଗ୍ରାମର ଜଣେ ବ୍ୟକ୍ତିଙ୍କ ନୂତନ ଘର ପ୍ରତିଷ୍ଠା ଲାଗି ବୁଧବାର ଭୋଜି ଖାଇବାକୁ ଗ୍ରାମ ଲୋକଙ୍କୁ ନିମନ୍ତ୍ରଣ କରିଥିଲେ। ଭୋଜି ଖାଇଥିବା ବ୍ୟକ୍ତିଙ୍କ ମଧ୍ୟରୁ ଗୁରୁବାର ରାତିରେ ପ୍ରାୟ ୮୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ଆକ୍ରାନ୍ତଙ୍କ ମଧ୍ୟରେ ୩୫ ଜଣ ମହିଳା, ୩୬ ଜଣ ପୁରୁଷ ଓ ୧୧ଜଣ ଶିଶୁ ଅଛନ୍ତି। ଝାଡାବାନ୍ତି ଅଧିକ ବ୍ୟାପିବାର ସମ୍ଭାବନା ଥିବାରୁ ଶୁକ୍ରବାର ମଧ୍ୟାହ୍ନରେ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଡ. ଅରୂପ ଅଭିଷେକ, ରାଜୀବ ଲୋଚନ ବାରିକ, ପର୍ଶୁରାମ ପାତ୍ର, ପଙ୍କଜ ସାହୁ, ସୁବୁନାଥ ସେଠୀ, ଗଣେଶ୍ୱର ବେହେରା, ରାଜେଶ ମହାନ୍ତି ତଥା ଖୁଣ୍ଟା ଡାକ୍ତରଖାନାର ସୁପରଭାଇଜର ମହେନ୍ଦ୍ର ନାଥ ସେଠୀଙ୍କ ସମେତ ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ଟିମ ଗ୍ରାମରେ ପହଞ୍ଚି ପ୍ରାଥମିକ ଚିକିତ୍ସା ଆରମ୍ଭ କରିଛନ୍ତି। ଆକ୍ରାନ୍ତମାନଙ୍କୁ ମାଗଣା ଔଷଧ ବଣ୍ଟନ କରାଯାଇଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆକ୍ରାନ୍ତଙ୍କ ମଳ ଓ ସ୍ଥାନୀୟ ନଳକୂପ ଜଳର ନମୂନା ପରୀକ୍ଷା ପାଇଁ ନିଆଯାଇଛି। ଆକ୍ରାନ୍ତଙ୍କ ସଂଖ୍ୟା ବଢିବାର ସମ୍ଭାବନା ଥିବାରୁ ଆଶା, ଅଙ୍ଗନଓ୍ବାଡି କର୍ମୀ, ଏଏନଏମ ଓ ପୁରୁଷ ସ୍ବାସ୍ଥ୍ୟ କର୍ମୀଙ୍କୁ ନେଇ ଏକ ଟିମ ସ୍ଥାନୀୟ ଡାକ୍ତରଖାନାରେ ସଜାଗ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

ଦ୍ୱିତୀୟ ସ୍ତ୍ରୀଙ୍କୁ ଏସିଡ ମାଡ଼କରି ମାରିଥିଲେ ସ୍ବାମୀ: କୋର୍ଟ ଶୁଣାଇଲେ ଏମିତି ରାୟ 

ବାଲେଶ୍ବର,୧୩।୨(ବାଞ୍ଛାନିଧି ଦେ): ୨୦୨୩ରେ  ବାଲେଶ୍ୱର ସହଦେବଖୁଣ୍ଟା ଥାନା ଭୀମପୁରା ଅଞ୍ଚଳର ମହିଳା ବନିତା ସିଂଙ୍କୁ ଏସିଡ୍‌ ପକାଇ ହତ୍ୟା  ମାମଲାର  ଶୁକ୍ରବାର ରାୟ ପ୍ରକାଶ ପାଇଛି ।…

ଅଧାରେ ରହିଗଲା ତୀର୍ଥଯାତ୍ରା; ଦୁର୍ଘଟଣାଗ୍ରସ୍ତ ହୋଇ ପୋଲ ଉପରେ ଝୁଲିଲା ବସ୍, ୪୦ ଜଣ ଯାତ୍ରୀ…

ବାହାନଗା, ୧୩। ୨(ଅରୂପ କୁମାର ଦାସ ): ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ଓଭର ବ୍ରିଜ ଉପରେ ତ୍ରୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ…

ପ୍ରତିବାଦ ସମୟରେ ବାମପନ୍ଥୀ ନେତାଙ୍କୁ ଧକ୍କା ଦେଲା କାର୍‌, ଜିଲାପାଳଙ୍କ ଅଫିସରେ ଧସେଇ ପଶିଲେ…

ବାଲେଶ୍ୱର,୧୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ୍‌ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନ୍‌କୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri