ଭୋଜିରୁ ଫେରିବାବେଳେ ଧକ୍କା ଦେଲା ଟ୍ରକ୍‌: ବାପା-ସାନ ପୁଅ ମୃତ, ବଡ଼ ଗୁରୁତର

ବଇଣ୍ଡା, ୧୭।୫(ଡି.ଏନ.ଏ.)- ଭୋଜି ଖାଇ ବାଇକ୍‌ରେ ଘରକୁ ଫେରୁଥିବାବେଳେ ଟ୍ରକ୍‌ ଧକ୍କାରେ ପ୍ରାଣ ହରାଇଛନ୍ତି ବାପା ଓ ସାନ ପୁଅ। ଗୁରୁତର ଅବସ୍ଥାରେ ବଡ ପୁଅ ଚିକିତ୍ସାଧୀନ ଅଛନ୍ତି। କଟକ-ସମ୍ବଲପୁର ୫୫ ନଂ. ଜାତୀୟ ରାଜପଥର କିଶୋରନଗର ଥାନା ସୀମାନ୍ତ ରେଢାଖୋଲ ଥାନା ସାଧୁମୁଣ୍ଡା ଗ୍ରାମରେ ଗୁରୁବାର ଅପରାହ୍ନରେ ଏହି ଦୁର୍ଘଟଣା ଘଟିଛି। ମୃତକ ରେଢାଖୋଲ ଅଞ୍ଚଳର ବିଶି ମିର୍ଦ୍ଧା (୩୫) ଓ ସାନ ପୁଅ ସୁନୀଲ ମିର୍ଦ୍ଧା ବୋଲି ଜଣାପଡିଛି। ବଡ ପୁଅ ବାପି ମିର୍ଦ୍ଧାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।
ଘଟଣାରୁ ପ୍ରକାଶ, ବିଶି ତାଙ୍କ ୨ ପୁଅ ସହ ବାମୁରରୁ ଭୋଜିଖାଇ ବାଇକ୍‌ (ଓଡ଼ି ୨୭ ଏ ୬୫୮୨)ରେ ଘରକୁ ଫେରୁଥିଲେ। ସାଧୁମୁଣ୍ଡା ନିକଟରେ ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇ ପଳାଇଥିଲା। ବାମୁର ଅଗ୍ନିଶମ ବିଭାଗର କର୍ମଚାରୀମାନେ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ରେଢ଼ାଖୋଲ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ବିଶି ଓ ସୁନୀଲଙ୍କ ମୃତ୍ୟୁ ଘଟିଥିଲା। ବାପିଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ରେଢାଖୋଲ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଦୁର୍ଘଟଣାଗ୍ରସ୍ତ ବାଇକ୍‌କୁ ଜବତ କରିବାସହ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟରଞ୍ଜନ ହତ୍ୟା ମାମଲା: ରାସ୍ତା ଅବରୋଧ କଲେ ଗ୍ରାମବାସୀ

ନିଆଳି,୮।୫: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାରେ ପ୍ରତିବାଦରେ ଶୁକ୍ରବାର ମୌଜପୁର ଗ୍ରାମବାସୀ ଫୁଲନଖରା-ନିଆଳି ରାସ୍ତା ଅବରୋଧ…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର…

ବାଣ୍ଟିଲେ ନାହିଁ, ବର୍ଷାପାଣିରେ ଭିଜିଲା ଛାତ୍ରୀଛାତ୍ରଙ୍କ ପାଠ୍ୟପୁସ୍ତକ

କଣାସ,୮ା୫(ବିଭୂତି ଭୂଷଣ ତ୍ରିପାଠୀ): କେନ୍ଦ୍ର ଓ ରାଜ୍ୟ ସରକାର ୧ମ ଶ୍ରେଣୀରୁ ୮ମ ଶ୍ରେଣୀ ପିଲାଙ୍କ ପାଇଁ ମାଗଣାରେ ପାଠ୍ୟପୁସ୍ତକ, ପୋଷାକ ଆଦି ଯୋଗାଇ ଦେଉଥିବାବେଳେ ମଧ୍ୟାହ୍ନଭୋଜନ…

ଶ୍ୱଶୁରଘର ପିଣ୍ଡାରେ ଝୁଲୁଛି ଜ୍ୱାଇଁଙ୍କ ମୃତଦେହ, ସ୍ତ୍ରୀ-ଝିଅଙ୍କୁ ନେବାକୁ ଆସି…

ବାସୁଦେବପୁର,୮ା୫(କାଳୀପଦ ରାୟ): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ପଞ୍ଚାୟତର ରାଉତ ସାହିରେ ଶ୍ୱଶୁର ଘର ପିଣ୍ଡାରେ ସନ୍ଦେହ ଜନକ ଅବସ୍ଥାରେ ଝୁଲୁଥିବାର ଦେଖିବାକୁ ମିଳିଛି। ସେ…

ବଲାଙ୍ଗୀରରେ ଜିତୁ ମୁଣ୍ଡା ଭଳି ଘଟଣା, ସ୍ତ୍ରୀର ମୃତ୍ୟୁ ପରେ ଟଙ୍କା ଉଠାଇ ପାରୁ ନାହାନ୍ତି ସ୍ବାମୀ

ଲାଠୋର,୮।୫(ଭୁବନେଶ୍ୱର ବାରିକ): କେନ୍ଦୁଝର ଜିଲାର ଜିତୁ ମୁଣ୍ଡା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା । ବ୍ୟାଙ୍କରୁ ଟଙ୍କା ଉଠାଣ ପାଇଁ ନିଜ ମୃତା ଭଉଣୀଙ୍କ…

ନାରୀଙ୍କୁ ସୁରକ୍ଷା, ନାରୀଙ୍କୁ ସମ୍ମାନ ଦାବିରେ ଏକାଠି ହେଲେ ଶତାଧିକ ମହିଳା, ବିରୋଧୀଙ୍କ କୁଶପୁତ୍ତଳିକା ଦାହ କରି…

ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ଶୁକ୍ରବାର ଜନଆକ୍ରୋଶ ମହିଳା ସମାବେଶ ରାଲି ପାଟଣା ମୁଖ୍ୟାଳୟ ଆନନ୍ଦେଶର ଶିବ ମନ୍ଦିରରୁ ବାହାରି ବଜାରପରିକ୍ରମା…

ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ଜନଆକ୍ରୋଶ ସମାବେଶ: ରାହୁଲ ଗାନ୍ଧିଙ୍କ କୁଶ ପୁତ୍ତଳିକା ଦାହ କରି…

ମୋହନା,୮।୫( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡ଼ବା ମଣ୍ଡଳ ଦମାଦୁଆଠାରେ ଜିଲା ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି…

ବାଲିଅନ୍ତାରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ମୁହଁ ଖୋଲିଲେ ଯୁବତୀ, କହିଲେ ମୋତେ ଆଉ ମୋ’ ସାଙ୍ଗକୁ ସେ…

ବାଲିଅନ୍ତା,୮ା୫(ନୀଳମାଧବ ସାହୁ): ଖୋର୍ଦ୍ଧା ଜିଲା ବାଲିଅନ୍ତାରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣାରେ ମୁହଁ ଖୋଲିଛନ୍ତି ଯୁବତୀ। ସେ କହିଛନ୍ତି, ମୋତେ ଓ ମୋ’ ସାଙ୍ଗକୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri