ଭୋଟରଙ୍କୁ ମନେଇବା ପାଇଁ ପ୍ରାର୍ଥୀଙ୍କ ଆପ୍ରାଣ ଉଦ୍ୟମ

ଖଣ୍ଡପଡା,୨୧ା୪(ସ୍ବ.ପ୍ର.) ଖଣ୍ଡପଡା ନିର୍ବାଚନ ମଣ୍ଡଳୀର ବିଧାନସଭା ଆସନ ପାଇଁ ୪ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ବିଜେଡିରୁ ରାଜ୍ୟ ସଭା ସଦସ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରାର୍ଥୀ ହୋଇଥିବା ବେଳେ ଭାଜପାରୁ ପୂର୍ବତନ ବିଧାୟକ ସିଦ୍ଧାର୍ଥ ଶେଖର ସିଂ ପ୍ରାର୍ଥୀ ହୋଇଛନ୍ତି। କଂଗ୍ରେସ ବସନ୍ତ କୁମାର ମହାରଣାଙ୍କୁ ପ୍ରାର୍ଥୀ କରିଥିବାବେଳେ ସ୍ବାଧୀନ ପ୍ରାର୍ଥୀ ଭାବେ ଦୁଷ୍ମନ୍ତ କୁମାର ସ୍ବାଇଁ ନିର୍ବାଚନ ଲଢୁଛନ୍ତି। ଆସନ୍ତା ୨୩ରେ ନିର୍ବାଚନ। ଏଥିପାଇଁ ସମୟ ମାତ୍ର ୨ ଦିନ ଥିବାରୁ ପ୍ରାର୍ଥୀମାନେ ଭୋଟରଙ୍କୁ ଆପଣେଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ତେବେ ପ୍ରଚାରରେ ବିଜେଡି ଓ ଭାଜପା ମଧ୍ୟରେ କଡ୍ଡା ଟକ୍କର ଚାଲିଥିବାବେଳେ ସ୍ବାଧୀନ ପ୍ରାର୍ଥୀ ମଧ୍ୟ ପଛରେ ପଡିନାହାନ୍ତି। ଏଠାରେ କଂଗ୍ରେସ ପ୍ରାର୍ଥୀ ପ୍ରଚାରରେ ପଛରେ ପଡିଥିବା କୁହାଯାଉଛି।
ବିଜେଡି ସୌମ୍ୟରଞ୍ଜନଙ୍କୁ ପ୍ରାର୍ଥୀ କରିଥିବାରୁ ଆଶାୟୀ ଦଳୀୟ ପ୍ରାର୍ଥୀ ଓ ସେମାନଙ୍କ କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିଲା। ତେଣୁ ଅସନ୍ତୁଷ୍ଟ ବିଜେଡି କର୍ମୀଙ୍କୁ ମନେଇବା ପାଇଁ ସୌମ୍ୟରଞ୍ଜନ ଆପ୍ରାଣ ଉଦ୍ୟମ ଚଳାଇଛନ୍ତି। ବିଭିନ୍ନ ସ୍ଥାନରେ ବିଜେଡି ପକ୍ଷରୁ ଘନଘନ ରୁଦ୍ଧଦ୍ୱାର ବୈଠକ ସହ ଦଳର ଛାମୁଆ କର୍ମୀ, ସଂଗଠକ, ପଞ୍ଚାୟତ ଲୋକପ୍ରତିନିଧି ଓ କର୍ମୀଙ୍କୁ ନେଇ ଏବେ ସବୁଠି ଚାଲିଛି ନିୟମ ପ୍ରମାଣ ପର୍ବ। ଏପରି କି ବହୁ ବିଜେଡି କର୍ମୀ ପୁରୀଠାରେ ଯାଇ ନିୟମ କରି ଗାଁକୁ ଫେରିଥିବା ବେଳେ ଅନେକ ପୁରୁଖା କର୍ମୀ ଏଭଳି ନିୟମ ପ୍ରମାଣକୁ ନେଇ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଥିବା କୁହାଯାଉଛି। ସେହିପରି ଅସନ୍ତୁଷ୍ଟ ଗୋଷ୍ଠୀଙ୍କୁ ନିଜ ସପକ୍ଷରେ ମନାଇବା ପାଇଁ ଭାଜପା ବିଧାୟକ ପ୍ରାର୍ଥୀ ସିଦ୍ଧାର୍ଥ ଶେଖର ପ୍ରୟାସ ଜାରି ରଖିଛନ୍ତି। ସ୍ବାଧୀନ ପ୍ରାର୍ଥୀ ଦୁଷ୍ମନ୍ତ ମଧ୍ୟ ନିଜ ପାଇଁ ଭୋଟରଙ୍କୁ ମନେଇବାରେ ଲାଗିଛନ୍ତି। ଉଭୟ ଭାଜପା ଓ ସ୍ବାଧୀନ ପ୍ରାର୍ଥୀ ଗାଁ କୁ ଗାଁ ବୁଲି ଭୋଟରଙ୍କୁ ଭେଟି ପ୍ରଚାର କାର୍ଯ୍ୟକୁ ଜୋରଦାର କରିଥିବା ବେଳେ ସେମାନଙ୍କ ପ୍ରତି ଜନସମର୍ଥନ ବୃଦ୍ଧି ପାଇବାରେ ଲାଗିଥିବା ସାଧାରଣରେ ଚର୍ଚ୍ଚା ହେଉଛି। ତେବେ ଖଣ୍ଡପଡା ନିର୍ବାଚନ ମଣ୍ଡଳୀରେ କଂଗ୍ରେସର ସେପରି ଆଖିଦୃଶିଆ ସଂଗଠନ ନ ଥିବାରୁ କଂଗ୍ରେସ ପ୍ରାର୍ଥୀ ବସନ୍ତ ନିର୍ବାଚନ ପ୍ରଚାରରେ ବହୁ ପଛରେ ପଡି ଯାଇଥିବା ସାଧାରଣରେ ଚର୍ଚ୍ଚା ହେଉଛି। ତଥାପି ସେ ଗାଁକୁ ଗାଁ ଓ ପ୍ରତ୍ୟେକ ଘରକୁ ଘର ବୁଲି ଭୋଟରଙ୍କୁ ମନାଇବା ପାଇଁ ଆପ୍ରାଣ ଉଦ୍ୟମ ଜାରି ରଖିଥିବା ପରିଲକ୍ଷିତ ହେଉଛି ା ସେହିପରି କଟକ ଲୋକ ସଭା ଆସନ ନିମନ୍ତେ ବିଜେଡି ପ୍ରାର୍ଥୀ ଏମପି ଭର୍ତ୍ତୃହରି ମହତାବ, ଭାଜପା ପ୍ରାର୍ଥୀ ପ୍ରକାଶ ମିଶ୍ର ଦଳୀୟ ନେତା, କର୍ମୀଙ୍କ ଗହଣରେ ଖଣ୍ଡପଡା ନିର୍ବାଚନମଣ୍ଡଳୀରେ ରୋଡ ଶୋ’ ମାଧ୍ୟମରେ ପ୍ରଚାର କାର୍ଯ୍ୟକୁ ଜୋରଦାର କରିଥିବା ବେଳେ କଂଗ୍ରେସ ପ୍ରାର୍ଥୀ ପଞ୍ଚାନନ କାନୁନ୍‌ଗୋ ଖଣ୍ଡପଡା ନିର୍ବାଚନମଣ୍ଡଳୀକୁ ଅଦ୍ୟାବଧି ପ୍ରଚାର ନିମନ୍ତେ ଆସି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri