ଭୋଟିଂ ବନ୍ଦ, ରି-ପୋଲିଂ ପାଇଁ ଚିଠି ଲେଖିଲେ ରିଟର୍ଣ୍ଣି ଅଫିସର

ସୁନ୍ଦରଗଡ଼,୧୮।୪: ସୁନ୍ଦରଗଡ଼ରେ ଲୋକ ସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଗୁରୁବାର ଆରମ୍ଭ ହୋଇଥିଲା। ହେଲେ ଇଭିଏମ ତୃଟି ପାଇଁ ସକାଳୁ ଭୋଟ ଗ୍ରହଣ ବନ୍ଦ ରହିଛି। ସୂଚନାଯୋଗ୍ୟ, ସୁନ୍ଦରଗଡ଼ ସହର ରଙ୍ଗଢ଼ିପା ଗଁାର ୨୧୩ ନଂ ବୁଥ୍‌ରେ ସକାଳୁ ଇଭିଏମ୍‌ରେ ତ୍ରୁଟି ପରିଲିକ୍ଷିତ ହୋଇଥିଲା। ଫଳରେ ଉକ୍ତ  ବୁଥ୍‌ରେ ଭୋଟ ଗ୍ରହଣ ବନ୍ଦ ରହିଥିଲା। ଭୋଟରମାନେ ବହୁ ସମୟ ଧରି ଲମ୍ବାଧାଡ଼ିରେ ଛିଡ଼ା ହୋଇଥିବା ବେଳେ ପ୍ରାୟ ୩ ଘଣ୍ଟା ବିଳମ୍ବରେ ଭୋଟ ଗ୍ରହଣ ଆରମ୍ଭ ହୋଇଥିଲା। ହେଲେ ଭୋଟ ଗ୍ରହଣର କିଛି ସମୟ ପରେ ପୁଣି ଇଭିଏମ୍‌ ଖରାପ ହୋଇଯାଇଥିଲା।  ଗୋଟିଏ ଚିହ୍ନରେ ଭୋଟ ଦେଲେ ଅନ୍ୟ ଚିହ୍ନକୁ ଯାଉଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ଭୋଟରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଖବର ପାଇଁ ଘଟଣାସ୍ଥଳରେ ରିଟର୍ଣ୍ଣିଂ ଅଫିସର ପହଞ୍ଚି ଭୋଟ ବନ୍ଦ କରିଥିଲେ। ରିଟର୍ଣ୍ଣି ଅଫିସର ଭୋଟ ବନ୍ଦ କରିବା ସହ ପୁନଃ ମତଦାନ ପାଇଁ ନିର୍ବାଚନ କମିଶନଙ୍କୁ ଚିଠି ଲେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri