ଭୋଟ ଗଣତିକୁ ୫ ଦିନ ବାକି : ହିସାବ ଜାରି, ଆଶା ଆଶଙ୍କାରେ ୩୯ ପ୍ରାର୍ଥୀ

ଢେଙ୍କାନାଳ ଅଫିସ,୧୮ା୫- ଚଳିତ ସାଧାରଣ ନିର୍ବାଚନର ଫଳାଫଳ ପାଇଁ ଆସନ୍ତା ୨୩ ତାରିଖରେ ଭୋଟ ଗଣତି ହେବ। ଏଥିପାଇଁ ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଚାଲିଛି। ଏହାକୁ ନେଇ ପ୍ରାର୍ଥୀମାନଙ୍କ ମଧ୍ୟରେ ଉତ୍କଣ୍ଠା ବଢିବାରେ ଲାଗିଛି ା ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ଓ କର୍ମୀମାନଙ୍କ ମଧ୍ୟରେ ସହରର ଚା ଖଟି ଓ ଜନଗହଳି ସ୍ଥାନମାନଙ୍କରେ ବିଜୟ ଓ ପରାଜୟକୁ ନେଇ ଜୋରଦାର ହିସାବ ଚାଲିଛି। ସମସ୍ତ ଦଳର ପ୍ରାର୍ଥୀ ନିଜ ବିଜୟକୁ ନେଇ ଆଶାବାଦୀ ଅଛନ୍ତି ା ଭୋଟ ଗଣତି ପାଇଁ ନିୟୋଜିତ ହୋଇଥିବା କର୍ମଚାରୀମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ ତାଲିମ ପ୍ରଦାନ କରାଯାଉଥିବା ବେଳେ ପ୍ରାର୍ଥୀମାନେ ମଧ୍ୟ ଗଣତି ସମୟରେ ନିୟୋଜିତ ହେବାକୁ ଥିବା ନିଜର ଏଜେଣ୍ଟମାନଙ୍କୁ ମଧ୍ୟ ନିଜ ପକ୍ଷରୁ ତାଲିମ ଦେଉଥିବା ଜଣାପଡିଛି। ଏହାକୁ ନେଇ ରାଜନୈତିକ ଦଳଗୁଡିକ ମଧ୍ୟରେ ଉଷ୍ମତା ପ୍ରକାଶ ପାଇଛି ା ଏହି ନିର୍ବାଚନରେ ୯-ଢେଙ୍କାନାଳ ଲୋକ ସଭା ପାଇଁ ୯ ଜଣ ପ୍ରାର୍ଥୀ, ୫୫-ଢେଙ୍କାନାଳ ବିଧାନସଭା ଆସନ ପାଇଁ ୧୧ ଜଣ, ୫୬-ହିନ୍ଦୋଳ ସଂରକ୍ଷିତ ବିଧାନସଭା ପାଇଁ ୬ ଜଣ, ୫୭-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୭ ଜଣ ଓ ୫୮-ପରଜଙ୍ଗ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୬ ଜଣ ମୋଟ ୩୯ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ। ଢେଙ୍କାନାଳ ସହରସ୍ଥିତ ମହିଷାପାଟଠାରେ ଥିବା ଇଭିଏମ୍‌ ଓୟାରହାଉସରେ ଢେଙ୍କାନାଳ ବିଧାନସଭା ସମେତ ଲୋକ ସଭା, ହିନ୍ଦୋଳ ହାଇସ୍କୁଲଠାରେ ଲୋକ ସଭା ସମେତ ହିନ୍ଦୋଳ ବିଧାନସଭା, କାମାକ୍ଷାନଗର କଲେଜଠାରେ କାମାକ୍ଷାନଗର ଓ ପରଜଙ୍ଗ ବିଧାନସଭା ସମେତ ଲୋକ ସଭାର ଭୋଟଗଣତି ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ା ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ। ଭୋଟ ଗଣତି କେନ୍ଦ୍ରକୁ ସମ୍ପୂର୍ଣ୍ଣ ଭାବେ କ୍ୟାମେରା ଓ ମୋବାଇଲ ନିଷେଧ କରାଯାଇଛି। ଗଣତି ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ଜିଲା ପ୍ରଶାସନ ସୂତ୍ରରୁ ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri