ଭୋଟ ଗଣତିକୁ ୫ ଦିନ ବାକି : ହିସାବ ଜାରି, ଆଶା ଆଶଙ୍କାରେ ୩୯ ପ୍ରାର୍ଥୀ

ଢେଙ୍କାନାଳ ଅଫିସ,୧୮ା୫- ଚଳିତ ସାଧାରଣ ନିର୍ବାଚନର ଫଳାଫଳ ପାଇଁ ଆସନ୍ତା ୨୩ ତାରିଖରେ ଭୋଟ ଗଣତି ହେବ। ଏଥିପାଇଁ ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଚାଲିଛି। ଏହାକୁ ନେଇ ପ୍ରାର୍ଥୀମାନଙ୍କ ମଧ୍ୟରେ ଉତ୍କଣ୍ଠା ବଢିବାରେ ଲାଗିଛି ା ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ଓ କର୍ମୀମାନଙ୍କ ମଧ୍ୟରେ ସହରର ଚା ଖଟି ଓ ଜନଗହଳି ସ୍ଥାନମାନଙ୍କରେ ବିଜୟ ଓ ପରାଜୟକୁ ନେଇ ଜୋରଦାର ହିସାବ ଚାଲିଛି। ସମସ୍ତ ଦଳର ପ୍ରାର୍ଥୀ ନିଜ ବିଜୟକୁ ନେଇ ଆଶାବାଦୀ ଅଛନ୍ତି ା ଭୋଟ ଗଣତି ପାଇଁ ନିୟୋଜିତ ହୋଇଥିବା କର୍ମଚାରୀମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ ତାଲିମ ପ୍ରଦାନ କରାଯାଉଥିବା ବେଳେ ପ୍ରାର୍ଥୀମାନେ ମଧ୍ୟ ଗଣତି ସମୟରେ ନିୟୋଜିତ ହେବାକୁ ଥିବା ନିଜର ଏଜେଣ୍ଟମାନଙ୍କୁ ମଧ୍ୟ ନିଜ ପକ୍ଷରୁ ତାଲିମ ଦେଉଥିବା ଜଣାପଡିଛି। ଏହାକୁ ନେଇ ରାଜନୈତିକ ଦଳଗୁଡିକ ମଧ୍ୟରେ ଉଷ୍ମତା ପ୍ରକାଶ ପାଇଛି ା ଏହି ନିର୍ବାଚନରେ ୯-ଢେଙ୍କାନାଳ ଲୋକ ସଭା ପାଇଁ ୯ ଜଣ ପ୍ରାର୍ଥୀ, ୫୫-ଢେଙ୍କାନାଳ ବିଧାନସଭା ଆସନ ପାଇଁ ୧୧ ଜଣ, ୫୬-ହିନ୍ଦୋଳ ସଂରକ୍ଷିତ ବିଧାନସଭା ପାଇଁ ୬ ଜଣ, ୫୭-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୭ ଜଣ ଓ ୫୮-ପରଜଙ୍ଗ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୬ ଜଣ ମୋଟ ୩୯ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ। ଢେଙ୍କାନାଳ ସହରସ୍ଥିତ ମହିଷାପାଟଠାରେ ଥିବା ଇଭିଏମ୍‌ ଓୟାରହାଉସରେ ଢେଙ୍କାନାଳ ବିଧାନସଭା ସମେତ ଲୋକ ସଭା, ହିନ୍ଦୋଳ ହାଇସ୍କୁଲଠାରେ ଲୋକ ସଭା ସମେତ ହିନ୍ଦୋଳ ବିଧାନସଭା, କାମାକ୍ଷାନଗର କଲେଜଠାରେ କାମାକ୍ଷାନଗର ଓ ପରଜଙ୍ଗ ବିଧାନସଭା ସମେତ ଲୋକ ସଭାର ଭୋଟଗଣତି ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ା ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ। ଭୋଟ ଗଣତି କେନ୍ଦ୍ରକୁ ସମ୍ପୂର୍ଣ୍ଣ ଭାବେ କ୍ୟାମେରା ଓ ମୋବାଇଲ ନିଷେଧ କରାଯାଇଛି। ଗଣତି ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ଜିଲା ପ୍ରଶାସନ ସୂତ୍ରରୁ ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri