ଭୋଟ ଗଣତି ପାଇଁ ପ୍ରସ୍ତୁତି: ଜିଲାପାଳ,ଏସ୍‌ପି ଭଞ୍ଜନଗର କେନ୍ଦ୍ର ପରିଦର୍ଶନ କଲେ

ଭଞ୍ଜନଗର,୨୦।୫(ଡି.ଏନ.ଏ.)-ଆସନ୍ତା ୨୩ ତାରିଖରେ ଭୋଟ ଗଣତି କରାଯିବ। ଏଥିପାଇଁ ଭୋଟଗଣତି କେନ୍ଦ୍ର ଗୁଡ଼ିକରେ ପ୍ରସ୍ତୁତି ଚାଲିଛି। ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜରେ ଆସିକା, ସୋରଡ଼ା ଓ ଭଞ୍ଜନଗର ନିର୍ବାଚନମଣ୍ଡଳୀର ଭୋଟ ଗଣତି କରାଯିବ। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ସମସ୍ତ ଭୋଟ ଗଣତି କକ୍ଷକୁ ଶୀତତାପ ନିୟନ୍ତ୍ରିତ ବ୍ୟବସ୍ଥା କରାଯାଇଛି। ଏଥିସହ ପର୍ଯ୍ୟବେକ୍ଷକ, ମିଡ଼ିଆ ସେଲ୍‌ ହଲ୍‌କୁ ମଧ୍ୟ ଏସି, ଟେଲିଫୋନ, ଟିଭି, କମ୍ପ୍ୟୁଟର ଆଦି ବ୍ୟବସ୍ଥା କରାଯାଇଛି । ଗଣତି ସମୟରେ ଯେଭଳି କୌଣସି ଅପ୍ରୀତିକର ପରିସ୍ଥିତି ନ ଉପୁଜିବ ସେଥିପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଛି। ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଏସ୍‌ପି ବ୍ରିଜେଶ କୁମାର ରୟ ଏବଂ ଉକ୍ତ ୩ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଥିବା ପର୍ଯ୍ୟବେକ୍ଷକମାନେ କଲେଜ ପରିଦର୍ଶନ କରିଥିଲେ । ଏମାନେ ଗଣତି କେନ୍ଦ୍ରର ସୁରକ୍ଷା ବ୍ୟବସ୍ଥା, ବିଦ୍ୟୁତ୍‌, ଇଣ୍ଟରନେଟ୍‌, ପାଣି ସୁବିଧା ବ୍ୟବସ୍ଥା ଉପରେ ଯାଞ୍ଚ କରିଥିଲେ । ଜିଲାପାଳଙ୍କ ଗସ୍ତ ସମୟରେ ଉପ ଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ, ବିଡ଼ିଓ ଅନୀଲ କୁମାର ସେଠୀ, ତହସିଲଦାର ଦୀନମଣି ନାୟକ, କଲେଜ ଅଧ୍ୟକ୍ଷ ଡ. ନୀଳାଞ୍ଚଳ ମୁନି, ପୂର୍ତ୍ତ ବିଭାଗ ନିର୍ବାହୀଯନ୍ତ୍ରୀ ରମେଶ ପ୍ରସାଦ ସ୍ବାଇଁ, ଏସ୍‌ଡ଼ିପିଓ ଶୁଭ୍ରାଂଶୁ ମିଶ୍ର, ଥାନା ଅଧିକାରୀ ସୁଦିପ୍ତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।
((((ଫଟୋ))))୨୦ସି- ଜିଲାପାଳ ଓ ଏସ୍‌ପି ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମଣ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri