ଭୋଟ ପରେ ଅଙ୍କ କଷୁଛନ୍ତି ନେତା ଓ କର୍ମୀ

ହାଟଡ଼ିହି,୨୫ା୪(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ଭୋଟଗ୍ରହଣ ପରେ ନେତା ଓ କର୍ମୀମାନେ ଏବେ ଅଙ୍କ କଷୁଛନ୍ତି। କେଉଁ ବୁଥ୍‌ରୁ କେତେ ଭୋଟ ମିଳିବ ତାହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ହିସାବନିକାଶ ଚାଲିଛି। ଚଳିତଥର ଏହି ନିର୍ବାଚନମଣ୍ଡଳୀରେ ଭୋଟ ହାର ୭୪.୩୬ ଶତକ ରହିଛି। ବିଜେଡି ବିଧାୟକ ପ୍ରାର୍ଥୀ ଭାଗୀରଥି ସେଠୀ ୨୫ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ବିଜୟୀ ହେବେ ବୋଲି କର୍ମୀମାନେ ବୁଥ୍‌ସ୍ତରୀୟ ହିସାବ କରି କହୁଛନ୍ତି। ସେହିପରି କଂଗ୍ରେସ ବିଧାୟକ ପ୍ରାର୍ଥୀ ଜୟଦେବ ଜେନା ଚଳିତ ନିର୍ବାଚନରେ ଭଲ ଫଳ କରି ବିଜୟୀ ହେବେ ବୋଲି କଂଗ୍ରେସ କର୍ମୀମାନେ ମତପୋଷଣ କରୁଛନ୍ତି।  ଭାଜପା ବିଧାୟକ ପ୍ରାର୍ଥୀ ଆଲୋକ ସେଠୀ ନିିର୍ବାଚନରେ ଜିତିବେ ବୋଲି ଭାଜପା କର୍ମୀମାନେ ମଧ୍ୟ ଆଶା ପୋଷଣ କରୁଛନ୍ତି। ସୂଚନାଯୋଗ୍ୟ ଯେ, ଗତ ୨୦୧୪ ନିର୍ବାଚନରେ ବିଜେଡିର ମାୟାଧର ଜେନା ୮୨ ହଜାର ୫୨୦ ଖଣ୍ଡ ଭୋଟ ପାଇଥିବାବେଳେ କଂଗ୍ରେସର ଜୟଦେବ ଜେନା ୬୦ ହଜାର ୨୯୬ ଖଣ୍ଡ ଭୋଟ ପାଇଥିଲେ। ଭାଜପାର ଆଲୋକ ସେଠୀ ୧୨ ହଜାର ୬୬୪ ଖଣ୍ଡ ଭୋଟ ପାଇଥିଲେ। ନର୍ବାଚନମଣ୍ଡଳୀ ଅଧୀନରେ ହାଟଡ଼ିହି ବ୍ଲକର ୩୧ଟି ପଞ୍ଚାୟତ , ଆନନ୍ଦପୁର ବ୍ଲକର ୧୮ଟି ପଞ୍ଚାୟତ ଓ ଆନନ୍ଦପୁର ପୌରପରିଷଦର ୧୬ଟି ଓ୍ବାର୍ଡ ରହିଛି। ବିଜେଡି ଏଠାରୁ ଜିତିଲେ ତାହାର ଶ୍ରେୟ ପିସିସି ମୁଖିଆ ଓ ତାଙ୍କ ସମ୍ପର୍କୀୟ ଭାଇଙ୍କୁ ଦିଆଯିବ ବୋଲି କୁହାଯାଉଛି  l କଂଗ୍ରେସ ଜିତିଲେ ବିଜେଡି କର୍ମୀମାନେ ଆତ୍ମଘାତୀ କାର୍ଯ୍ୟ କରିଥିବା ସ୍ପଷ୍ଟ ହେବ ବୋଲି ମତପ୍ରକାଶ ପାଉଛି  l ଭାଜପା ଜିତିଲେ ତାହା ବିଜେଡି ଓ କଂଗ୍ରେସ କଳିରୁ ଫାଇଦା ବୋଲି ଧରାଯିବା ନେଇ ଆଲୋଚନା ହେଉଛି। ତେବେ ଭୋଟ ଗଣତି ପରେ ପ୍ରକୃତ ବିଜୟୀ କିଏ ହେବ ତାହା ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ

​ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ…

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା…

ଚୌଦ୍ୱାର ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିଲେ କାଉନସିଲର ସୁବ୍ରତ ସାମଲ, ଦର୍ଶାଇଲେ ଏହି କାରଣ

ଚୌଦ୍ବାର,୮।୭: ବିଜେଡିରୁ ଇସ୍ତଫା ଦେଲେ ଚୌଦ୍ୱାର ୧୨ନଂ ୱାର୍ଡ କାଉନସିଲର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁବ୍ରତ ସାମଲ ଇସ୍ତଫା ପତ୍ର ପଠାଇଛନ୍ତି । ତାଙ୍କର…

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା…

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri