ଭୋଟ ହରଣଚାଳ ଅଭିଯୋଗ ଆଣିଲେ ଜୟନାରାୟଣ

ଜଳେଶ୍ୱର, ୨୬।୫(ଡି.ଏନ.ଏ.)-ସରକାରୀ କଳ ଜରିଆରେ ଇଭିଏମ୍‌ରେ ହେରଫେର କରାଯାଇଥିବାରୁ ଭାଜପା ଓଡ଼ିଶାରେ ପରାଜୟର ମୁହଁ ଦେଖିଛି। ଦଳର ନିଶ୍ଚିତ ଭୋଟ୍‌କୁ ହରଣଚାଳ କରାଯାଇଛି ବୋଲି ବାଲେଶ୍ୱର ଜିଲା ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀରେ ନିର୍ବାଚନ ଲଢି ପରାଜୟ ବରଣ କରିଥିବା ଭାଜପା ପ୍ରାର୍ଥୀ ଜୟନାରାୟଣ ମହାନ୍ତି ଏକ ଖବରଦାତା ସମ୍ମିଳନୀରେ ଅଭିଯୋଗ କରିଛନ୍ତି।
ସେ ତାଙ୍କ ପ୍ରତିକ୍ରିୟାରେ ଆହୁରି କହିଥିଲେ, ନିର୍ବାଚନମଣ୍ଡଳୀର ୫୦ହଜାରରୁ ଊର୍ଦ୍ଧ୍ୱ ଭୋଟର ଭାଜପା ଓ ତାଙ୍କ ଉପରେ ଭରସା ରଖି ଭୋଟ ଦେଇଛନ୍ତି। ପୂର୍ବରୁ ବିଧାୟକ ଥିବା ସମୟରୁ ସେ ଲୋକଙ୍କ ସୁଖଦୁଃଖରେ ରହି ଆସିଛନ୍ତି। ବର୍ତ୍ତମାନ ମଧ୍ୟ ଲୋକଙ୍କ ସହିତ ରହି କାର୍ଯ୍ୟ କରିବେ। କଂଗ୍ରେସ ଛାଡି ଭାଜପାରେ ସାମିଲ ହେବା ପରେ ଭାଜପାର ସଙ୍ଗଠନକୁ ଦୃଢ କରିବାକୁ ଉଦ୍ୟମ କରିଥିଲେ। ୨୦୧୪ ନିର୍ବାଚନରେ ଦଳ ୧୩ହଜାର ଭୋଟ ପାଇଥିବା ବେଳେ ଏଥର ୫୦ହଜାରରୁ ଅଧିକ ଭୋଟ ପାଇଛି। ଭବିଷ୍ୟତରେ ଜଳେଶ୍ୱରର ବିକାଶ କାର୍ଯ୍ୟକୁ ଆଗେଇ ନେବା ପାଇଁ ସେ କାର୍ଯ୍ୟ କରିବେ ବୋଲି କହି ବିଜୟୀ ବିଜେଡି ପ୍ରାର୍ଥୀ ଅଶ୍ୱିନୀ କୁମାର ପାତ୍ରଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଥିଲେ। କେନ୍ଦ୍ରରେ ଭାଜପା ନେତୃତ୍ୱାଧିନ ଏନଡ଼ିଏ ସରକାର ଗଠନ ହେଉଥିବାରୁ ପ୍ରଧାନମନ୍ତ୍ରୀ, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ସମେତ ଓଡ଼ିଶାର ନେତା ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜୟନାରାୟଣ ଅଭିନନ୍ଦନ ଜଣାଇଥିଲେ। ଶନିବାର ଅପରାହ୍ନରେ ଆୟୋଜିତ ଏହି ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଭାଜପା ଯୁବନେତା ଦିବ୍ୟକାମ ମହାନ୍ତି, ନେତା ଅଭିଜିତ ପ୍ରଧାନ, ଧ୍ରୁବଚରଣ ପାଲ, ଅଜୟ ପରିଡ଼ା, ଶାନ୍ତନୁ ପଟ୍ଟନାୟକ ଓ ଅନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri