Posted inଜାତୀୟ

ଭୋପାଳ ଗ୍ୟାସ୍‌ ପୀଡିତଙ୍କ ପାଇଁ ଲଢିଥିବା ଅବଦୁଲ ଜବାରଙ୍କ ପରଲୋକ

ଭୋପାଳ,୧୫।୧୦: ଭୋପାଳ ଗ୍ୟାସ୍‌ ଦୁର୍ଘଟଣାରେ ପୀଡିତ ଲୋକଙ୍କୁ ନ୍ୟାୟ ଦେବା ପାଇଁ ସର୍ବଦା ଚେଷ୍ଟିତ ଥିବା ଅବଦୁଲ ଜବାରଙ୍କ ଗୁରୁବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ଅବଦୁଲ ଦୀର୍ଘଦିନ ହେବ ଅସୁସ୍ଥ ଥିଲେ। ମୃତ୍ୟୁ ଗୋଟିଏ ଦିନ ପୂର୍ବରୁ ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥ ତାଙ୍କ ଚିକିତ୍ସା ପାଇଁ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ଘୋଷଣା କରିଥିଲେ। ସୂଚନାଯୋଗ୍ୟ, ୧୯୮୪, ଡିସେମ୍ବର ୨ରେ ଭୋପାଳ ଗ୍ୟାସ ଦୁର୍ଘଟଣା ଘଟିଥିଲା। ଏଥିରେ ୩୦୦୦ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ୧ଲକ୍ଷ ୨୦୦୦ ଲୋକ ପ୍ରଭାବିତ ହୋଇଥିଲେ। ପ୍ରକୃତରେ ମୃତକଙ୍କ ସଂଖ୍ୟା ୧୫,୨୭୪ ଓ ପ୍ରଭାବିତ ସଂଖ୍ୟା ୫ ଲକ୍ଷ ୭୪ ହଜାର ବୋଲି ବେସରକାରୀ ସୂତ୍ରରୁ କୁହାଯାଇଥାଏ। ଏହି ଦୁର୍ଘଟଣାରେ ଅବଦୁଲ ଜବର ନିଜ ମାତାପିତାଙ୍କୁ ହରାଇଥିଲେ। ସେ ନିଜେ ମଧ୍ୟ ଗୁରୁତର ଆହତ ହୋଇଥିଲେ। ତାଙ୍କ ଫୁସଫୁସ ଏବଂ ଆଖିରେ ଆଘାତ ଲାଗିଥିଲା। ସୁସ୍ଥ ହେବା ପରେ ପୀଡିତଙ୍କୁ ନ୍ୟାୟ ଦେବା ପାଇଁ ସେ ସ୍ବର ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…

ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?