Posted inଜାତୀୟ

ଭୋପାଳ ଡଙ୍ଗା ବୁଡ଼ି ଦୁର୍ଘଟଣା: ନିଜ ଜୀବନକୁ ବାଜି ଲଗାଇ ବଞ୍ଚାଇଲେ ୮ଜୀବନ

ଭୋପାଳ,୧୪।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଶୁକ୍ରବାର ଗଣପତିଙ୍କ ବିସର୍ଜନ ସମୟରେ ଏକ ଦୁର୍ଘଟଣା ଘଟିଛି। ନଦୀରେ ବୁଡ଼ି ୧୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବାର ଆଶଙ୍କା କରାଯାଉଥିଲା। ହେଲେ ସେହି ସମୟରେ ଜଣେ ଯୁବକ ନିଜ ଜୀବନକୁ ବାଜି ଲଗାଇ ୮ଜଣଙ୍କ ଜୀବନ ବଞ୍ଚାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଦୁର୍ଘଟଣା ଘଟିବା ସମୟରେ ନୀତୀନ ବାଥମ ନାମକ ଜଣେ ଯୁବକ ସେଠାରେ ଉପସ୍ଥିତ ଥିଲେ। କିଛି ପିଲା ପାଣିରେ ବୁଡ଼ୁଥିବା ଦେଖି ନୀତୀନ ସଙ୍ଗେ ସଙ୍ଗେ ପାଣିକୁ ଡେଇଁ ସେମାନଙ୍କୁ ଉଦ୍ଧାର କରିଥିଲେ। ସେହି ସମୟରେ ଉଦ୍ଧାରକାରୀ ଡଙ୍ଗା ମଧ୍ୟ ପହଞ୍ଚିଯାଇଥିଲା। ଏହାପରେ ନୀତୀନ ଜଣ ଜଣଙ୍କୁ ଉଦ୍ଧାର କରି ଡଙ୍ଗାରେ ଚଢ଼ାଇ ସେମାନଙ୍କ ଜୀବନ ରକ୍ଷା କରିଥିଲେ। ତେବେ ତାଙ୍କର ଏହି କାର୍ଯ୍ୟ ପାଇଁ ସବୁ ମହଲରେ ପ୍ରଶଂସା କରାଯାଇଛି। ଏଥିସହ ନୀତୀନଙ୍କୁ ବୀରତା ପୁରସ୍କାର ପ୍ରଦାନ ପାଇଁ ଭାଜପା ମୁଖପାତ୍ର ଓ ଭାଜପା ଯୁବାମୋର୍ଚ୍ଚାର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ରାହୁଲ କୋଠାରି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ କମଲନାଥଙ୍କୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri