Posted inଜାତୀୟ

ଭୋପାଳ ଡଙ୍ଗା ବୁଡ଼ି ଦୁର୍ଘଟଣା: ନିଜ ଜୀବନକୁ ବାଜି ଲଗାଇ ବଞ୍ଚାଇଲେ ୮ଜୀବନ

ଭୋପାଳ,୧୪।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଶୁକ୍ରବାର ଗଣପତିଙ୍କ ବିସର୍ଜନ ସମୟରେ ଏକ ଦୁର୍ଘଟଣା ଘଟିଛି। ନଦୀରେ ବୁଡ଼ି ୧୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବାର ଆଶଙ୍କା କରାଯାଉଥିଲା। ହେଲେ ସେହି ସମୟରେ ଜଣେ ଯୁବକ ନିଜ ଜୀବନକୁ ବାଜି ଲଗାଇ ୮ଜଣଙ୍କ ଜୀବନ ବଞ୍ଚାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଦୁର୍ଘଟଣା ଘଟିବା ସମୟରେ ନୀତୀନ ବାଥମ ନାମକ ଜଣେ ଯୁବକ ସେଠାରେ ଉପସ୍ଥିତ ଥିଲେ। କିଛି ପିଲା ପାଣିରେ ବୁଡ଼ୁଥିବା ଦେଖି ନୀତୀନ ସଙ୍ଗେ ସଙ୍ଗେ ପାଣିକୁ ଡେଇଁ ସେମାନଙ୍କୁ ଉଦ୍ଧାର କରିଥିଲେ। ସେହି ସମୟରେ ଉଦ୍ଧାରକାରୀ ଡଙ୍ଗା ମଧ୍ୟ ପହଞ୍ଚିଯାଇଥିଲା। ଏହାପରେ ନୀତୀନ ଜଣ ଜଣଙ୍କୁ ଉଦ୍ଧାର କରି ଡଙ୍ଗାରେ ଚଢ଼ାଇ ସେମାନଙ୍କ ଜୀବନ ରକ୍ଷା କରିଥିଲେ। ତେବେ ତାଙ୍କର ଏହି କାର୍ଯ୍ୟ ପାଇଁ ସବୁ ମହଲରେ ପ୍ରଶଂସା କରାଯାଇଛି। ଏଥିସହ ନୀତୀନଙ୍କୁ ବୀରତା ପୁରସ୍କାର ପ୍ରଦାନ ପାଇଁ ଭାଜପା ମୁଖପାତ୍ର ଓ ଭାଜପା ଯୁବାମୋର୍ଚ୍ଚାର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ରାହୁଲ କୋଠାରି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ କମଲନାଥଙ୍କୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?