ଭ୍ରାମ୍ୟମାଣ କରୋନା ନମୁନା ସଂଗ୍ରହ ମେଶିିନ ତିଆରି କଲେ ୪ ଅଧ୍ୟାପକ

କଟକ ଅଫିସ, ୧୯।୪: ମହାମାରୀ କରୋନା ଭୂତାଣୁ ପାଇଁ ସମସ୍ତେ ଚିନ୍ତିତ। ଦିନକୁ ଦିନ ଏହି ଭୂତାଣୁର ସଂକ୍ରମଣ ମଧ୍ୟ ବଢିବାରେ ଲାଗିଛି। ଏବେ ଲକଡାଉନ ସମୟରେ ଏକ ଅଭିନବ ପ୍ରୟାସ କରିଛନ୍ତି ଖପୁରିଆ ଆଇଟିଆଇର ୪ ଅଧ୍ୟାପକ। ରାଜ୍ୟର ପ୍ରତି ଗାଁରେ କରୋନା ନମୁନା ସଂଗ୍ରହ ପାଇଁ ସେମାନେ ମିଳିତ ଭାବେ ଭ୍ରାମ୍ୟମାଣ ନମୁନା ପରୀକ୍ଷା ମେଶିନ ତିଆରି କରିଛନ୍ତି। ଏହା ଦ୍ୱାରା କମ୍‌ ସମୟରେ ଅଧିକ ନମୁନା ସଂଗ୍ରହ କରାଯାଇପାରିବ। ଏହାକୁ ପ୍ରସ୍ତୁତ କରିବା ପାଇଁ ଗୋଟିଏ ସପ୍ତାହ ଲାଗିଥିବା ଆଇଟିଆଇ ଅଧ୍ୟକ୍ଷ ଡ. ହୃଷୀକେଶ ଜେନା କହିଛନ୍ତି। ଏହି ମେଶିନକୁ ଅଧ୍ୟାପକ ଭୂଦେବ ସାହୁ, ଧନଞ୍ଜୟ ବାଙ୍କିରାଓ, ରଞ୍ଜନ କୁମାର ଜେନା ଏବଂ ରଘୁନାଥ ରଥ ତିଆରି କରିଛନ୍ତି। ଏଥିରେ ଆଲୁମିନିୟମ ଓ କାଚ ବ୍ୟବହାର କରାଯାଇଛି। ଏକ କ୍ଷୁଦ୍ର କକ୍ଷରେ ଡାକ୍ତର ବସି ନମୁନା ସଂଗ୍ରହ କରିପାରିବେ। ଏହା ଭିତରେ ଏକ ଫ୍ୟାନ ଲାଗିଛି। ସହଜରେ ଏହା ଚଳପ୍ରଚଳ କରିବା ପାଇଁ ୪ଟି ଚକ ଲଗାଯାଇଛି। ଏହାର ସମ୍ମୁଖ ଭାଗ ଉନ୍ନତମାନର କାଚରେ ସିଲ୍ଡ କରାଯାଇଥିବାରୁ ରୋଗୀଙ୍କ ସହ ନମୁନା ନେଉଥିବା ପାଥୋଲୋଜିଷ୍ଟ ସିଧାସଳଖ ସଂସ୍ପର୍ଶରେ ଆସିବେ ନାହିଁ। ଦୁଇଟି ହାତ ଗ୍ଲୋଭ୍ସ ଏପରି ଲଗାଯାଇଛି ଯାହା ମଧ୍ୟରେ ହାତ ରଖି ନମୁନା ସଂଗ୍ରହ କରାଯାଇପାରିବ। ପରେ ଏହି ଗ୍ଲୋଭ୍ସଗୁଡିକୁ ବାହାରୁ ବିଶୁଦ୍ଧୀକରଣ କରାଯାଇପାରିବ। ଏହାକୁ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯିବ। ପ୍ରଥମେ ପରୀକ୍ଷାମୂଳକ ଭାବେ ବ୍ୟବହାର କରାଯିବ। ସଫଳ ହେଲେ ରାଜ୍ୟର ବିଭିନ୍ନ ଗାଁ ଗହଳିରୁ ସହଜରେ ନମୁନା ସଂଗ୍ରହ କରାଯାଇପାରିବ ବୋଲି ଅଧ୍ୟକ୍ଷ ଡ. ଜେନା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri