Posted inଖେଳ

ଭ୍ୟାକ୍ସିନ ବିନା ଅଲିମ୍ପିକ୍ସ ଅବାସ୍ତବ

ଟୋକିଓ, ୨୯ା୪ (ଏପି): ଫଳପ୍ରଦ କରୋନା ଭାଇରସ ଭ୍ୟାକ୍ସିନ ନ ବାହାରିବା ପର୍ଯ୍ୟନ୍ତ ଟୋକିଓ ଅଲିମ୍ପିକ୍ସ ଆୟୋଜନ ଚିନ୍ତା କରିବା ଅବାସ୍ତବ। ଜାପାନ ମେଡିକାଲ ଆସୋସିଏଶନ ସଭାପତି ୟୋଶିତାକେ ୟୋକୋକୁରା ମଙ୍ଗଳବାର କହିଛନ୍ତି। ତେବେ ଖୁବ୍‌ ଶୀଘ୍ର କରୋନାଭାଇରସ ପାଇଁ ଭ୍ୟାକ୍ସିନ ଓ ଔଷଧ ଉଦ୍ଭାବନ ହୋଇଯିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। କରୋନାଭାଇରସ୍‌ ମହାମାରୀ ଯୋଗୁ ଜାପାନ ଓ ଅନ୍ତର୍ଜାତୀୟ ଅଲିମ୍ପିକ କମିଟିର ସହମତିରେ ଟୋକିଓ ୨୦୨୦ ଗ୍ରୀଷ୍ମ କ୍ରୀଡ଼ାକୁ ଆସନ୍ତା ବର୍ଷ ଜୁଲାଇ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ଜାପାନରେ କରୋନା ଭାଇରସ୍‌ ସଂକ୍ରମଣ ଦ୍ରୁତ ଭାବେ ବ୍ୟାପିବାରେ ଲାଗିଛି। ହସ୍ପିଟାଲଗୁଡ଼ିକରେ ରୋଗୀଙ୍କ ଭିଡ଼ ଲାଗିଛି। ଦେଶ ମାସେ ହେଲା ଜରୁରିକାଳୀନ ପରିସ୍ଥିତିରେ ଚାଲିଛି। ବିନା ଭ୍ୟାକ୍ସିନରେ ଅଲିମ୍ପିକ୍ସ ଆୟୋଜନକୁ ସେ ବିରୋଧ କରନ୍ତି କି ନା ସେ ସମ୍ପର୍କରେ ୟୋକୋକୁରା କିଛି କହି ନାହାନ୍ତି। ସେ କିନ୍ତୁ ଯୁକ୍ତି ଦର୍ଶାଇଛନ୍ତି କେବଳ ଜାପାନରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସି ଗଲେ ବିଶ୍ୱର ଅନ୍ୟାନ୍ୟ ଅଞ୍ଚଳରୁ ଏହି ମହାମାରୀର ବିନାଶ ଘଟିବା ଜରୁରୀ। ତା ନ ହେଲେ ଅଲିମ୍ପିକ୍ସ ବେଳେ ସଂକ୍ରମଣର ଆଶଙ୍କା ରହିଛି। ବିଶେଷଜ୍ଞମାନେ କହିଛନ୍ତି କରୋନା ଭାଇରସ୍‌ ପାଇଁ ଭ୍ୟାକ୍ସିନ ବାହରିବା ଲାଗି ୧୨ରୁ ୧୮ ମାସ ସମୟ ଲାଗିଯାଇପାରେ। ଏକ ରିପୋର୍ଟ ଅନୁସାରେ ଜାପାନରେ କୋଭିଡ୍‌-୧୯ ସଂକ୍ରମିତ ଙ୍କ ସଂଖ୍ୟା ୧୩,୫୭୬ ରହିଛି। ପୁନଶ୍ଚ ଟୋକିଓ ନିକଟରେ ଏକ ପାଣି ଜାହାଜରେ ୭୧୨ ପଜିଟିଭ ରହିଛନ୍ତି। ଦେଶରେ ଇତିମଧ୍ୟରେ କରୋନା ଭାଇରସ୍‌ରେ ମୃତ୍ୟୁ ସଂଖ୍ୟା ୩୮୯ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri