ଭ୍ୟାନିଟ୍‌ ଝାମ୍ପିନେଲେ ଲୁଟେରା, ଗାଡିରୁ ପଡି ମହିଳା ଗୁରୁତର

ନୂଆଗାଁ,୧୪।୯ (ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ଥାନା ମାଇଛେଳି ନିକଟସ୍ଥ ରାଇଖମଣ ବାଙ୍କଠାରେ ମଙ୍ଗଳବାର ସନ୍ଧ୍ୟାରେ ବାଇକ୍‌ରେ ଯାଉଥିବା ଜଣେ ମହିଳାଙ୍କ ଠାରୁ ଲୁଟେରା ମାନେ ଭ୍ୟାନିଟ୍‌ ଝାମ୍ପି ନେଇଥିଲେ। ଫଳରେ ଗାଡିରୁ ଖସି ପଡି ମହିଳା ଗୁରୁତର ହୋଇଛନ୍ତି। ରାଜପଥ ଲୁଟେରାଙ୍କ ଶିକାର ହୋଇଥିବା ମହିଳା ହେଲେ ସସ୍ମିତା ସାହୁ (୩୫)। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାବେଳେ ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ଯେ,ଖଣ୍ଡପଡା ଥାନା ଶିଖରପୁର ଗ୍ରାମର ସସ୍ମିତା ସାହୁ ସ୍ବାମୀ ପ୍ରମୋଦ ସାହୁଙ୍କ ସହ ବାଇକ୍‌ରେ ଯାଉଥିବାବେଳେ ତାଙ୍କ ଦିଅର ସୋମନାଥ ସାହୁ ମଧ୍ୟ ଅନ୍ୟ ଏକ ବାଇକ୍‌ରେ ଯାଉଥିଲେ। ସମସ୍ତେ ଲୁଗା କିଣିବା ପାଇଁ ଦଶପଲା ଯାଇଥିଲେ । ସେଠାରେ ସମସ୍ତ କାମ ସାରି ଦିଅର ଲୁଗା ନେଇ ଗୋଟିଏ ବାଇକରେ ଯାଉଥିବା ସମୟରେ ସସ୍ମିତା ସ୍ବାମୀଙ୍କ ସହ ହିରୋହୁଣ୍ଡା ସ୍ପ୍ଲେଣ୍ଡର ବାଇକ ଯୋଗେ ଯାଉଥିଲେ । ସନ୍ଧ୍ୟା ସମୟରେ ରାଇଖମଣ ବାଙ୍କଠାରେ ନିଛାଟିଆ ଦେଖି ୁ ପଲସର ବାଇକରେ ପିଛା କରୁଥିବା ଦୁଇଜଣ ରାଜପଥ ଲୁଟେରା ସସ୍ମିତା କାନ୍ଧରେ ଧରିଥିବା ଭ୍ୟାନିଟ୍‌ ବ୍ୟାଗଟିକୁ ଝାମ୍ପି ନେଇଥିଲେ । ଫଳରେ ବାଇକରୁ ଖସି ପଡି ଗୁରୁତର ହୋଇଥିଲେ । ତାଙ୍କୁ ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆ ଯାଇଥିଲା । ସେଠାରେ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା । ଲୁଟେରା ଝାମ୍ପି ନେଇଥିବା ଭ୍ୟାନିଟରେ ଗୋଟିଏ ମୋବାଇଲ ଓ ନଗଦ ୧୨ ହଜାର ଟଙ୍କା ଥିବା ଅଭିଯୋଗ ହୋଇଛି । ଏ ନେଇ ଆହତଙ୍କ ଦିଅର ସୋମନାଥ ନୂଆଗାଁ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ କେଶ ନଂ ୬୯/୧୯ ରୁଜୁ କରିବା ସହ ଘଟଣାର ତଦନ୍ତ କରି ଲୁଟେରାଙ୍କୁ ଧରିବାର ପ୍ରୟାସ ଜାରି ରହିଥିବା ନୂଆଗାଁ ଆଇ ଆଇ ସି ମନୋରମା ମଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri