Posted inଖେଳ

‘ଭୟଭୀତ ହେବାର ଆବଶ୍ୟକତା ନାହିଁ’

ଲଣ୍ଡନ,୨୬।୫- ବିଶ୍ୱକପ୍‌ର ଅନ୍ୟତମ ଫେଭରାଇଟ୍‌ ଭାରତକୁ ପ୍ରଥମ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୬ ଉଇକେଟରେ ପରାସ୍ତ କରିଛି। ଟ୍ରେଣ୍ଟ ବୋଲ୍ଟ ଓ କଲିନ ଡେ ଗ୍ରାଣ୍ଡହୋମଙ୍କ ଘାତକ ବୋଲିଂ ଯୋଗୁ ଭାରତୀୟ ଦଳ ୮୧ ରନ୍‌ରେ ୬ ଉଇକେଟ ହରାଇ ସାରିଥିଲା। ଏଭଳି ସଙ୍କଟଜନକ ପରିସ୍ଥିତିରେ ଜାଡେଜା ୫୪ ବଲରୁ ୫୦ ରନ୍‌ କରିିଥିଲେ। ଫଳରେ ଭାରତୀୟ ଦଳ (୧୭୯ ରନ) ପ୍ରତିପକ୍ଷ ନ୍ୟୁଜିଲାଣ୍ଡ ଆଗରେ ୧୮୦ ରନ୍‌ର ସମ୍ମାନଜନକ ଟାର୍ଗେଟ ଦେଇପାରିଥିଲା। କିନ୍ତୁ ଉପର କ୍ରମର ବ୍ୟାଟ୍ସମ୍ୟାନଙ୍କ ବିଫଳତା ପାଇଁ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା କହିଛନ୍ତି। ଅଧିନାୟକ ବିରାଟ କୋହଲି ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। କାରଣ ବିଶ୍ୱକପ୍‌ରେ ଦଳକୁ ବ୍ୟାଟିଂ ପାଇଁ ନିଶ୍ଚିତ ଆମନ୍ତ୍ରଣ ମିଳିବ। ଏଭଳି ପରିସ୍ଥିତିରେ ନିଜକୁ ପରୀକ୍ଷା କରିବା ପାଇଁ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନିଆଯାଇଥିଲା। ଏଠାକାର ପିଚ୍‌ରେ ଘାସ ଥିବାରୁ ପ୍ରଥମ ୧୫ରୁ ୨୦ ଓଭର ବ୍ୟାଟିଂ କରିବା କଷ୍ଟକର ଥିଲା। ଏହାପରେ ଧୀରେ ଧୀରେ ପିଚ୍‌ ବ୍ୟାଟିଂ ଲାଗି ଉପଯୋଗୀ ହୋଇଯାଇଥିଲା। ଏଣୁ ଦଳର ବ୍ୟାଟିଂ ବିଭାଗ ଲାଗି ଚିନ୍ତା କରିବାର ଆବଶ୍ୟକତା ନାହିଁ। ସଭିଙ୍କ ନିକଟରେ ଅଭିଜ୍ଞତା ରହିଛି। ଫ୍ଲାଟ୍‌ ପିଚ୍‌ ମିଳିଲେ ଦଳ ବୃହତ୍‌ ସ୍କୋର ଛିଡ଼ା କରିପାରିବ। ଆମକୁ ଏବେ ଅଧିକ ପରିଶ୍ରମ କରିବାକୁ ପଡ଼ିବ ଏବଂ ବ୍ୟାଟିଂ ଦକ୍ଷତା ଉପରେ ଗୁରୁତ୍ୱ ଦେବାର ଦରକାର ଅଛି ବୋଲି ଜାଡେଜା ମ୍ୟାଚ୍‌ ପରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?