ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର,୧୫।୧(ବ୍ୟୁରୋ): ବୁଧବାର ପବିତ୍ର ମକର ସଂକ୍ରାନ୍ତି। ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ମକର ସଂକ୍ରାନ୍ତି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଆନନ୍ଦ ଉଲ୍ଲାସର ପର୍ବ ମକର ସଂକ୍ରାନ୍ତିରେ ସମସ୍ତଙ୍କ ଜୀବନ ସୁଖମୟ ହେଉ ବୋଲି କାମନା କରୁଛି।

 

ମକର ସଂକ୍ରାନ୍ତି ଅବସରରେ ଓଡ଼ିଶାର ଘରେ ଘରେ ମକର ଚାଉଳ କରାଯାଉଛି। ସେହିଭଳି ଲୋକମାନେ ସକାଳୁ ଦେବାଳୟ ଯାଇ ଠାକୁରଙ୍କ ଦର୍ଶନ କରିଛନ୍ତି। ଏଥିସହ ଗୁଡ଼ି ଉଡାଇବାକୁ ନେଇ ମଧ୍ୟ ଲୋକଙ୍କ ମନରେ ଉତ୍ସାହ ଦେଖିବାକୁ ମିଳିଛି।