ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ପ୍ରବଳ ଭିଡ

ପୁରୀ ଅଫିସ, ୧୫।୧: ବୁଧବାର ପବିତ୍ର ମକର ସଂକ୍ରାନ୍ତି। ଶ୍ରୀ ମନ୍ଦିରରେ ପାଳିତ ହେଉଛି ମହାପ୍ରଭୁଙ୍କ ମକର ନୀତି। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ମହାପ୍ରଭୁଙ୍କ ମକର ବେଶ ପାଇଁ ବଡ ଓଡିଆ ମଠ ପକ୍ଷରୁ ବିଭିନ୍ନ ପୁଷ୍ପ ଓ ତୁଳସୀକୁ ନେଇ ସୁସଜ୍ଜିତ ମାଳ ଶ୍ରୀମନ୍ଦିରକୁ ଦିଆଯାଇଛି। ହଜାର ହଜାର ସଂଖ୍ୟାରେ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ମକର ଚାଉଳ ପ୍ରସାଦ ପାଇବା ପାଇଁ ସମାଗମ ଦେଖିବାକୁ ମିଳିଛି। ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।
ବଡ଼ଦେଉଳରେ ମକର ସଂକ୍ରାନ୍ତି ନୀତି ପାଳନ ହେବ। ତିନିଠାକୁରଙ୍କୁ ମକର ଚୂଳ ଲାଗି କରାଯିବ। ବିଶ୍ୱାସ ରହିଛି, ଧନୁ ସଂକ୍ରାନ୍ତିଠାରୁ ବାପଘରକୁ ଯାଇଥିବା ମହାଲକ୍ଷ୍ମୀ ନବାଙ୍କରେ ଭାର, ଥୋର ନେଇ ଶ୍ରୀମନ୍ଦିରକୁ ଫେରିଥାନ୍ତି। ମଙ୍ଗଳବାର ଶ୍ରୀମନ୍ଦିରରେ ଚାଉଳ ମେଲାଣ ନୀତି ଓ ଫୁଲ ମେଲାଣ ନୀତି ସମ୍ପନ୍ନ ହୋଇଛି। ମାଳୀମାନେ ବାଘମୁହଁା ବାନ୍ଧି ମାଳଚୂଳ, ଜଳ କବରମାନ ଘେନି ପଟୁଆରରେ ଘଣ୍ଟ, ଛତା, କାହାଳି ସହ ବଡ଼ଦେଉଳକୁ ବେଢାଏ ପ୍ରଦକ୍ଷିଣ କରି ବେହେରଣଠାରେ ବେଶ ପାଇଁ ପାଳିଆ ସେବକଙ୍କୁ ଦେଇଥିଲେ। ଏହି ମାଳ ସନ୍ଧ୍ୟା ଆଳତି ବେଶରେ ଲାଗି ହୋଇଥିଲା। ମହାପ୍ରଭୁଙ୍କର ଚନ୍ଦନ ଲାଗି ବଢିବା ପରେ ଭୋଗମଣ୍ଡପ ଘରେ ଭଦ୍ରାସନ ଉପରେ ମୁରୁଜ ପଡ଼ି ୩ଟି ବାଉଁଶିଆରେ ଚାଉଳ ରଖାଯାଇଥିଲା। ସେଥିରେ ଫୁଲ, ଚନ୍ଦନ, ଚେମେଡି ପତନି ଦିଆଯାଇ ଅଧିବାସ କରାଯିବା ପରେ ଦୁଆରମାନ ମୁଦ ହୋଇଥିଲା। ଏହି ଅଧିବାସ ଚାଉଳ ହିଁ ମକର ଚାଉଳ ଭାବେ ମହାପ୍ରଭୁଙ୍କୁ ଲାଗି ହେବ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri