ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ପ୍ରବଳ ଭିଡ

ପୁରୀ ଅଫିସ, ୧୫।୧: ବୁଧବାର ପବିତ୍ର ମକର ସଂକ୍ରାନ୍ତି। ଶ୍ରୀ ମନ୍ଦିରରେ ପାଳିତ ହେଉଛି ମହାପ୍ରଭୁଙ୍କ ମକର ନୀତି। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ମହାପ୍ରଭୁଙ୍କ ମକର ବେଶ ପାଇଁ ବଡ ଓଡିଆ ମଠ ପକ୍ଷରୁ ବିଭିନ୍ନ ପୁଷ୍ପ ଓ ତୁଳସୀକୁ ନେଇ ସୁସଜ୍ଜିତ ମାଳ ଶ୍ରୀମନ୍ଦିରକୁ ଦିଆଯାଇଛି। ହଜାର ହଜାର ସଂଖ୍ୟାରେ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ମକର ଚାଉଳ ପ୍ରସାଦ ପାଇବା ପାଇଁ ସମାଗମ ଦେଖିବାକୁ ମିଳିଛି। ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।
ବଡ଼ଦେଉଳରେ ମକର ସଂକ୍ରାନ୍ତି ନୀତି ପାଳନ ହେବ। ତିନିଠାକୁରଙ୍କୁ ମକର ଚୂଳ ଲାଗି କରାଯିବ। ବିଶ୍ୱାସ ରହିଛି, ଧନୁ ସଂକ୍ରାନ୍ତିଠାରୁ ବାପଘରକୁ ଯାଇଥିବା ମହାଲକ୍ଷ୍ମୀ ନବାଙ୍କରେ ଭାର, ଥୋର ନେଇ ଶ୍ରୀମନ୍ଦିରକୁ ଫେରିଥାନ୍ତି। ମଙ୍ଗଳବାର ଶ୍ରୀମନ୍ଦିରରେ ଚାଉଳ ମେଲାଣ ନୀତି ଓ ଫୁଲ ମେଲାଣ ନୀତି ସମ୍ପନ୍ନ ହୋଇଛି। ମାଳୀମାନେ ବାଘମୁହଁା ବାନ୍ଧି ମାଳଚୂଳ, ଜଳ କବରମାନ ଘେନି ପଟୁଆରରେ ଘଣ୍ଟ, ଛତା, କାହାଳି ସହ ବଡ଼ଦେଉଳକୁ ବେଢାଏ ପ୍ରଦକ୍ଷିଣ କରି ବେହେରଣଠାରେ ବେଶ ପାଇଁ ପାଳିଆ ସେବକଙ୍କୁ ଦେଇଥିଲେ। ଏହି ମାଳ ସନ୍ଧ୍ୟା ଆଳତି ବେଶରେ ଲାଗି ହୋଇଥିଲା। ମହାପ୍ରଭୁଙ୍କର ଚନ୍ଦନ ଲାଗି ବଢିବା ପରେ ଭୋଗମଣ୍ଡପ ଘରେ ଭଦ୍ରାସନ ଉପରେ ମୁରୁଜ ପଡ଼ି ୩ଟି ବାଉଁଶିଆରେ ଚାଉଳ ରଖାଯାଇଥିଲା। ସେଥିରେ ଫୁଲ, ଚନ୍ଦନ, ଚେମେଡି ପତନି ଦିଆଯାଇ ଅଧିବାସ କରାଯିବା ପରେ ଦୁଆରମାନ ମୁଦ ହୋଇଥିଲା। ଏହି ଅଧିବାସ ଚାଉଳ ହିଁ ମକର ଚାଉଳ ଭାବେ ମହାପ୍ରଭୁଙ୍କୁ ଲାଗି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri