ମକ୍କା ଯିବେ ରାଜ୍ୟର ୬୫୩ ହଜ୍‌ଯାତ୍ରୀ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଓଡ଼ିଶା ହଜ୍‌ କମିଟି ଜରିଆରେ ଚଳିତବର୍ଷ ରାଜ୍ୟରୁ ୬୫୩ଜଣ ହଜ୍‌ ଯାତ୍ରୀ ତୀର୍ଥ ନିମନ୍ତେ ସୌଦି ଆରବର ମକ୍କା ମଦିନା ଯାତ୍ରା କରିବେ। ଏମାନଙ୍କ ମଧ୍ୟରେ ୩୮୬ ଜଣ ପୁରୁଷ ଓ ୨୬୭ ମହିଳା ଯାତ୍ରୀ ରହିଛନ୍ତି। ଚଳିତବର୍ଷ ଯାତ୍ରୀମାନଙ୍କ ସୁବିଧା ଲାଗି ପ୍ରଥମଥର ଲାଗି ରାଜ୍ୟର ପ୍ରଥମ ହଜ୍‌ ହାଉସ୍‌ ଭୁବନେଶ୍ୱର ପୋଖରୀପୁଟଠାରେ ପ୍ରତିଷ୍ଠା କରାଯାଇଛି। ବୁଧବାର ରାଜ୍ୟ ହଜ୍‌ କମିଟି ପକ୍ଷରୁ ସୂଚନା ଭବନଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ହଜ୍‌ ହାଉସ୍‌କୁ ଉଦ୍‌ଘାଟନ କରିବା ସହ ଚଳିତବର୍ଷ ଯାତ୍ରା କରିବାକୁ ଥିବା ହଜ୍‌ ଯାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ, ହଜ୍‌ ହାଉସ୍‌ ପ୍ରତିଷ୍ଠା ଦ୍ୱାରା ହଜ୍‌ ଯାତ୍ରୀଙ୍କ ଯାତ୍ରା ଆହୁରି ସୁଗମ ହେବ। ସଂଖ୍ୟାଲଘୁ ସମ୍ପ୍ରଦାୟର ବିକାଶ ଓ କଲ୍ୟାଣମୂଳକ କାର୍ଯ୍ୟକ୍ରମ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ସେମାନଙ୍କ ପିଲାଙ୍କ ଶିକ୍ଷାର ବିକାଶ ପାଇଁ ଉଦ୍ଦିଷ୍ଟ ଶିକ୍ଷାନୁଷ୍ଠାନଗୁଡିକର ଉନ୍ନତି ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିବାବେଳେ ଅର୍ବାନ୍‌ ହଷ୍ଟେଲ୍‌ ଓ ଶିକ୍ଷାବୃତ୍ତି ଦେବାର ବ୍ୟବସ୍ଥା କରାଯାଇଛି। ରାଜ୍ୟର ବିଭିନ୍ନ ସହରାଞ୍ଚଳରେ ସଂଖ୍ୟାଲଘୁ ବର୍ଗର ଛାତ୍ରୀଛାତ୍ରଙ୍କ ପାଇଁ ୪୦ଟି ହଷ୍ଟେଲ ନିର୍ମାଣ କରାଯାଉଛି। ଶିକ୍ଷାନୁଷ୍ଠାନରେ ଲାଇବ୍ରେରି, ଅତିରିକ୍ତ ଶ୍ରେଣୀଗୃହ, ଲାବୋରୋଟୋରି ଇତ୍ୟାଦିର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ରାଜ୍ୟ ସରକାର ୧୦୦ଟି ବହୁମୁଖୀ ଗୋଷ୍ଠୀ ଅନୁମୋଦନ କେନ୍ଦ୍ର ସ୍ଥାପନ କରିିଛନ୍ତି। ସଂଖ୍ୟାଲଘୁ ବର୍ଗର କଲ୍ୟାଣ ସହିତ ରାଜ୍ୟର ସବୁବର୍ଗର ଲୋକଙ୍କ କଲ୍ୟାଣ ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ହଜ୍‌ ଯାତ୍ରୀମାନଙ୍କୁ ହଜ୍‌ ସାମଗ୍ରୀ ବା ଟ୍ରାଭେଲ କିଟ୍‌ ବଣ୍ଟନ କରିଥିଲେ। ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ହଜ୍‌ ଯାତ୍ରୀଙ୍କୁ ବିନା ମୂଲ୍ୟରେ ଏହି କିଟ୍‌ ଯୋଗାଇ ଦିଆଯାଇଛି। କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଓ ସଂଖ୍ୟାଲଘୁ ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ବିଭାଗୀୟ ସଚିବ କେ. ରଘୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri