ମଙ୍ଗଳବାରଠାରୁ ଖେମୁଣ୍ଡି ମହୋତ୍ସବ

ଦିଗପହଣ୍ଡି,୨୦ା୧(ଡି.ଏନ.ଏ.)-ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ଖେଳପଡିଆରେ ମଙ୍ଗଳବାରଠାରୁ ଖେମୁଣ୍ଡି ମହୋତ୍ସବ ଆରମ୍ଭ ହେବ। ଏହାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଉଦଘାଟନ କରିବେ। ୫ ଦିନ ଧରି ହେବାକୁ ଥିବା ଏହି ମହୋତ୍ସବ ନିମନ୍ତେ ରବିବାର ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ସଭା ମହୋତ୍ସବ କମିଟି ଆବାହକ ତଥା ବିଡ଼ିଓ ହଳଧର ଶବରଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିଲା। ସଭାରେ ଅଭ୍ୟର୍ଥନା ସମିତି ଉପସଭାପତି ତଥା ତହସିଲଦାର ଅଦୈତ କୁମାର ସ୍ବାଇଁ ଅଧ୍ୟକ୍ଷତା କରିଥିଲେ। ସମ୍ପାଦକ ତଥା ବ୍ଲକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ, ସହ ସମ୍ପାଦକ ତଥା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ, ବ୍ଲକ ସହକାରୀ ଯନ୍ତ୍ରୀ ଇଂ.ଗଙ୍ଗାଧର ଲେଙ୍କାଙ୍କ ସମେତ ସ୍ଥାନୀୟ ବିଭିନ୍ନ ସରକାରୀ କାର୍ଯ୍ୟାଳୟର ବିଭାଗୀୟ ଅଧିକାରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ କିଭଳି ଶାନ୍ତି ଶୃଙ୍ଖଳାରେ ହେବ ସେ ନେଇ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା। ପରେ କମିଟି କାର୍ଯ୍ୟକର୍ତ୍ତାମାନେ ମହୋତ୍ସବ ସ୍ଥଳ ପରିଦର୍ଶନ କରିଥିଲେ। ଥାନା ଆଇଆଇସି ବସନ୍ତ କୁମାର ସେଠୀଙ୍କ ସମେତ କମିଟି ସଦସ୍ୟ ବୃନ୍ଦ ଉପସ୍ଥିତ ଥିଲେ।