ମଙ୍ଗଳାବାଗସ୍ଥିତ ଶ୍ରୀ ଗୋପାଳ ମେଡିସିନ ଆଣ୍ଡ ସର୍ଜିକାଲ ଗୋଦାମରେ ନିଆଁ: ପୋଡ଼ିଗଲା ୬୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସାମଗ୍ରୀ

କଟକ ଅଫିସ, ୩୦।୧୧- ମଙ୍ଗଳାବାଗ ଥାନାଠୁ ମାତ୍ର ଶହେ ମିଟର ଦୂରରେ ଥିବା ଶ୍ରୀଗୋପାଳ ମେଡିସିନ୍‌ ଆଣ୍ଡ ସର୍ଜିକାଲ ଗୋଦାମରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଗୋଦାର ୫ଟି ଘରେ ମହଜୁଦ ଥିବା ୬୦ଲକ୍ଷ ଟଙ୍କା ମୂଲ୍ୟର ବିଭିନ୍ନ ସର୍ଜିକାଲ ସାମଗ୍ରୀ ଓ ମେଡ଼ିସିନ ପୋଡ଼ି ନଷ୍ଟ ହୋଇଯାଇଛି । ନିଆଁ ଲିଭାଇବା ପାଇଁ କଟକ ଅଗ୍ନିଶମ ବାହିନୀର ୩ଟି, ଏସ୍‌ସିବି ମେଡିକାଲ କଲେଜ ଓ ହସ୍‌ପିଟାଲ ଏବଂ ଚାଉଳିଆଗଞ୍ଜ ଅଗ୍ନିଶମ ବାହିନୀର ଗୋଟିଏ ଲେଖାଏଁ ଗାଡ଼ି ନିୟୋଜିତ ହୋଇଥିଲା । ସେହିପରି ୬ଜଣ ଅଧିକାରୀଙ୍କ ଅଧୀନରେ ୩୦ଜଣ ଅଗ୍ନିଶମ କର୍ମଚାରୀ ଏଥିରେ ନିୟୋଜିତ ହୋଇଥିଲେ । ସ୍ଥାନୀୟ ମଙ୍ଗଳାବାଗ ଥାନାର କର୍ମଚାରୀ ତଥା ସ୍ଥାନୀୟ ଲୋକେ ମଧ୍ୟ ସେମାନଙ୍କୁ ସହଯୋଗ କରିଥିଲେ। ପ୍ରାୟ ଦେଢ଼ ଘଣ୍ଟା ଧରି ଅକ୍ଳାନ୍ତ ପରିଶ୍ରମ କରିବା ପରେ ନିଆଁକୁ ସମ୍ପୂର୍ଣ୍ଣ ନିୟନ୍ତ୍ରଣ କରାଯାଇ ପାରିଥିଲା। ସର୍ଟସର୍କିଟ୍‌ରୁ ଏହି ଅଗ୍ନିକାଣ୍ଡ ଘଟିଥାଇ ପାରେ ବୋଲି ଅନୁମାନ କରାଯାଉଛି । ତେବେ ସବୁ ଗୋଦାମରେ ଅଗ୍ନିନିର୍ବାପକ ଯନ୍ତ୍ର ରହିବା ନିୟମ ରହିଥିବାବେଳେ ଏହି ଗୋଦାମରେ କୌଣସି ଅଗ୍ନିନିର୍ବାପକ ଯନ୍ତ୍ର ନ ଥିଲା । ଯେଉଁଥିପାଇଁ ନିଆଁକୁ ପ୍ରଥମରୁ ଲିଭାଇବା ସମ୍ଭବପର ହୋଇ ପାରି ନ ଥିଲା ବୋଲି ସ୍ଥାନୀୟ ଲୋକେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ ମଦ: ଚଢ଼ାଉ କରି ଧରିଲା ପୋଲିସ

ବଞ୍ଚୋ,୧।୬(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଦୀର୍ଘଦିନ ଧରି ବେଆଇନ ଭାବେ ମଦ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି…

ତମାଖୁ ସେବନଠାରୁ ଦୂରେଇ ରହିବାକୁ ଆହ୍ବାନ: ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ଭଞ୍ଜନଗର,୧।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାଖାରେ ରବିବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏଥିରେ ଶାଖାର ସଂଯୋଜିକା ସନ୍ତୋସିନୀ…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

ଗୁଣପୁରର ସୁଧାରାଣୀଙ୍କୁ ସମ୍ମାନସୂଚକ ଡକ୍ଟରେଟ୍, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗୁଣପୁର,୧।୬(ସଂକେତ ପାତ୍ର): ରାୟଗଡ଼ା ଜିଲାର ଗୁଣପୁର ସହର ପୁରୁଣା ବସ୍‌ଷ୍ଟାଣ୍ଡ ଅଞ୍ଚଳସ୍ଥ ବେବର୍ତ୍ତା ସାହିର ବାସିନ୍ଦା ତଥା ସମାଜସେବୀ ଚିନାରି ସୁଧାରାଣୀ (୪୩ଙ୍କୁ ତାଙ୍କର ଉଲ୍ଲେଖନୀୟ ସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri