ମଙ୍ଗଳାଯୋଡ଼ିରେ ଜୈବ ବିବିଧତା ଆଲୋଚନାଚକ୍ର; ବିଦେଶାଗତ ପକ୍ଷୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଟାଙ୍ଗୀ (ଖୋର୍ଦ୍ଧା),୭ା୧୧ (ଡି.ଏନ.ଏ.): ଟାଙ୍ଗୀ ବ୍ଲକ ମଙ୍ଗଳାଯୋଡି ପଞ୍ଚାୟତରେ ବୁଧବାର ଜୈବ ବିବିଧତା ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ବିଶ୍ୱପ୍ରସିଦ୍ଧ ଚିଲକାକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ଯୋଗୁ ସରକାରଙ୍କ ତରଫରୁ ନଳବଣକୁ ପକ୍ଷୀ ଅଭୟାରଣ୍ୟ ମାନ୍ୟତା ଦିଆଯାଇଛି। ଚିଲିକା ଉପକୂଳରେ ଅବସ୍ଥିତ ମଙ୍ଗଳାଯୋଡିରେ ପର୍ଯ୍ୟାପ୍ତ ସଂଖ୍ୟକ ବିଦେଶାଗତ ପକ୍ଷୀଙ୍କ ସମାଗମକୁ ଲକ୍ଷ୍ୟକରି ଏହି ଗ୍ରାମକୁ ପରିବେଶ ପର୍ଯ୍ୟଟନ ସ୍ଥଳ ରୂପେ ଘୋଷଣା କରାଯାଇ ବହୁ ବିକାଶମୂଳକ କାର୍ଯ୍ୟ କରାଯାଉଛି। ନିକଟସ୍ଥ ପାହାଡ ଉପରେ ପର୍ଯ୍ୟଟକଙ୍କ ରହଣି ପାଇଁ ପ୍ରକୃତି ନିବାସ ନାମରେ ଏକ ଅତିଥି ଭବନ ନିର୍ମାଣ କରାଯାଇଛି। ଏଥିରେ କିଛି ତ୍ରୁଟି ବିଚ୍ୟୁତି ହେଉଥିବା ଲକ୍ଷ୍ୟ କରି ସ୍ଥାନୀୟ ସରପଞ୍ଚଙ୍କ ତରଫରୁ ଏକ ପରିଚାଳନା କମିଟି ଗଠନ ପାଇଁ ବୈଠକରେ ଆଲୋଚନା ହୋଇଥିଲା। ଏଥିରେ ନିର୍ବାଚିତ ଜନ ପ୍ରତିନିଧିଙ୍କ ସମେତ ବନ୍ୟପ୍ରାଣୀ ବିଭାଗର କର୍ମକର୍ତ୍ତା ଉପସ୍ଥିତ ରହି ଗ୍ରାମର ସାମୂହିକ ବିକାଶରେ ସରକାରୀ ଅନୁଦାନର ସଦ୍‌ଉପଯୋଗ ଓ ବିଦେଶାଗତ ପକ୍ଷୀଙ୍କ ସୁରକ୍ଷା ଦିଗରେ ବିଶେଷ ଗୁରୁତ୍ୱ ଆରୋପ କରିଥିଲେ। ବୈଠକରେ ଟାଙ୍ଗୀ ବ୍ଲକ ଅଧ୍ୟକ୍ଷ ବିଜୟ କୁମାର ଜେନା, ବାଲୁଗାଁ ବନଖଣ୍ଡ ବନ୍ୟପ୍ରାଣୀ ଅଧିକାରୀ ଆଲୋକ ରଞ୍ଜନ ହୋତା, ଟାଙ୍ଗୀ ବନାଞ୍ଚଳ ବନ୍ୟପ୍ରାଣୀ ଅଧିକାରୀ ଚୁଡାମଣି ମୁର୍ମୁ, ଜିଲାପରିଷଦ ସଭ୍ୟ ସ୍ବଦେଶ ରାଉତରାୟ, ଏମ୍‌ପିଙ୍କ ପ୍ରତିନିଧି ପ୍ରଦୋଷ ହରିଚନ୍ଦନ, ମଙ୍ଗଳାଯୋଡି ସରପଞ୍ଚ ଜ୍ୟୋତିର୍ମୟୀ ବେହେରା, ସମିତିସଭ୍ୟା ରଚନା ମଲ୍ଲିକ, ସୁନ୍ଦରପୁର ସରପଞ୍ଚ ମମତା ଦେଈ, ସମିତିସଭ୍ୟ ଯୁଧିଷ୍ଠିର ସାହୁ, ଟାଙ୍ଗୀ ସମିତି ସଭ୍ୟ ଶାନ୍ତନୁ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ମତାମତ ଉପସ୍ଥାପନ କରିଥିଲେ। ୭ଦିନ ମଧ୍ୟରେ ପ୍ରତ୍ୟେକ ୱାର୍ଡରେ ସର୍ବସମ୍ମତ କମିଟି ତାଲିକା ପ୍ରଦାନ କରିବାକୁ ବାଲୁଗାଁ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ହୋତା ସ୍ଥାନୀୟ ସରପଞ୍ଚଙ୍କୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri